ବିଜୁବାବୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଅଲଗା କଲେ ଦୁର୍ବୃତ୍ତ, ବିଜେଡି ପକ୍ଷରୁ ଥାନାରେ ଅଭିଯୋଗ

ରଣପୁର,୨୬।୨(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଏନ୍‌ଏସି ଅନ୍ତର୍ଗତ ମା’ ମଣିନାଗ ପୀଠ ନିକଟସ୍ଥ କଲ୍ୟାଣ ମଣ୍ଡପ ପରିସରରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଥିଲା। ଶନିବାର ମଧ୍ୟରାତ୍ରିରେ କେହି ଦୁର୍ବୃତ୍ତ କଟର ମେଶିନ ସାହାଯ୍ୟରେ ପ୍ରତିମୂର୍ତ୍ତିରୁ ମୁଣ୍ଡକୁ କାଟି ଅଲଗା କରି ଦେଇଛନ୍ତି। ଏହା ଜଣାପଡ଼ିବା ପରେ ସ୍ଥାନୀୟ ବିଜେଡିରେ ଚାପା ଉତ୍ତେଜନା ଦେଖାଦେଇଛି।

ଏ ନେଇ ରବିବାର ଏନ୍‌ଏସି ଅଧ୍ୟକ୍ଷା ରଙ୍ଗିନୀ ମହାନ୍ତିଙ୍କ ନେତୃତ୍ୱରେ ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ବିଧାୟକ ସତ୍ୟନାରାୟଣ ପ୍ରଧାନଙ୍କ ସମେତ ଦଳର କେତେଜଣ କର୍ମୀ ରଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ହେଲେ ଖବର ଲେଖାହେବା ସୁଦ୍ଧା ପୋଲିସ କୌଣସି ଦୁର୍ବୃତ୍ତଙ୍କୁ ଗିରଫ କରିପାରିନାହିଁ। ଏହାକୁ ନେଇ ବିଜେଡିରେ ଅସନ୍ତୋଷ ଦେଖାଦେଇଛି। ୨୦୧୯ ମାର୍ଚ୍ଚରେ ଏହି କଲ୍ୟାଣ ମଣ୍ଡପରେ ରଣପୁରର ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର ଓ ରଣପୁରବାସୀ ବିଜୁବାବୁଙ୍କୁ ମନେପକାଇବା ପାଇଁ ତାଙ୍କ ଉଦ୍ଦେଶ୍ୟରେ ବଉଳମାଳିଆ ପଥରରେ ବିଜୁବାବୁଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ କରିଥିଲେ। ଏହାକୁ ସେତେବେଳେ ପୁରୀ ଏମ୍‌ପି ପିନାକୀ ମିଶ୍ର ଉଦ୍‌ଘାଟନ କରିଥିଲେ।

ସୂଚନାଯୋଗ୍ୟ, ମା’ ମଣିନାଗ ମନ୍ଦିରରେ କିଛିବର୍ଷ ତଳେ ଚୋରି ହୋଇଥିବାରୁ ଥାନା ପକ୍ଷରୁ ପ୍ରତ୍ୟେକ ରାତ୍ରିରେ ସେଠାରେ ପୋଲିସ ନିୟୋଜିତ ହେଉଛନ୍ତି। କଲ୍ୟାଣ ମଣ୍ଡପଟି ମନ୍ଦିରଠାରୁ ମାତ୍ର ୫୦ ହାତ ଦୂରରେ ଥିବାବେଳେ ଦୁର୍ବୃତ୍ତମାନେ କଟର ମେଶିନ ସାହାଯ୍ୟରେ କାଟିଲା ବେଳେ କିଭଳି ପୋଲିସ ଜାଣିପାରିଲା ନାହିଁ ବୋଲି ପ୍ରଶ୍ନ ଉଠୁଛି। ଏ ସମ୍ପର୍କରେ ରଣପୁର ଆଇଆଇସି ନୀହାର ରଞ୍ଜନ ମହାନ୍ତିଙ୍କୁ ପଚାରିବାରେ ସେ କହିଛନ୍ତି, ୭୪/୨୦୨୪ରେ ଏକ ମାମଲା ରୁଜୁ କରାଯାଇଛି। ମୂର୍ତ୍ତି ଭଙ୍ଗା ଘଟଣାର ତଦନ୍ତ ଚାଲିଛି। ରାତିରେ ମନ୍ଦିର ଜଗୁଥିବା ପୋଲିସ କର୍ମଚାରୀମାନେ ଯିବା ପୂର୍ବରୁ ଦୁର୍ବୃତ୍ତ ମୂର୍ତ୍ତିକୁ ଭାଙ୍ଗି ପଳାଇଯାଇଥିଲେ ବୋଲି ଆଇଆଇସି ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?