ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର ସାମ୍ନାକୁ ଆସିଛି। ଏକ ସଉଦା ଦୋକାନର ସକାଳେ ଯେତେବେଳେ ତାଙ୍କ ଦୋକାନ ଖୋଲିବା ପାଇଁ ଗଲେ, ସେଠାରୁ ଭଙ୍ଗା ତାଲା ସହ କିଛି ଟଙ୍କା ଏବଂ ସମାଗ୍ରୀ ଗାଏବ ଥିବା ଦେଖିବାକୁ ପାଇଲେ। ସେ ତୁରନ୍ତ ଏହି ଚୋରି ସମ୍ପର୍କରେ ସ୍ଥାନୀୟ ପୋଲିସ ଥାନାକୁ ଖବର ଦେଲେ। ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନା ଥାଉ କି, ଛତ୍ରପୁରଠାରେ ମେ ମାସ ୪ରୁ ମା’ ରାମାୟଣା ଆମ୍ମା ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହୋଇଆସୁଛି। ମୀନା ବଜାର ସାଙ୍ଗକୁ ସୋମବାରଠାରୁ ଛତ୍ରପୁର ମହୋତ୍ସବ ମଧ୍ୟ ଆରମ୍ଭ ହୋଇସାରିଛି। ଏଠାରେ ପ୍ରବଳ ଜନସମାଗମ ହେଉଛି। ଘର ଏବଂ ଦୋକାନ ବନ୍ଦ କରି ଲୋକମାନେ ଏହାର ଆନନ୍ଦ ନେଉଥିବାବେଳେ କିଛି ଦୁର୍ବୃତ୍ତ ଏହାର ସୁଯୋଗ ନେଉଛନ୍ତି। ବିଳମ୍ବିତ ରାତିରେ ଏହି ସବୁ ଘର ଓ ଦୋକାନଗୁଡ଼ିକୁ ଟାର୍ଗେଟ କରି ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଚୋରି ଓ ଲୁଟ କରୁଥିବା ପରିଲକ୍ଷିତ ହେଉଛି। ସୁରକ୍ଷାକୁ ନେଇ ପୋଲିସ ପ୍ରଶାସନ ତତ୍ପର ଥିବା ବେଳେ ସେମାନଙ୍କ ପାଇଁ ଏହା ଏକ ପ୍ରକାରର ଚ୍ୟାଲେଞ୍ଜ ପାଲଟିଯାଇଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri