ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ ମିଟର ଦୂରରେ । ଶ୍ରୀ ଶନିଶ୍ଚର ମନ୍ଦିରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦାନ ବାକ୍ସ ଭାଙ୍ଗି ଚୋରି କରିଥିବା ଜଣାପଡିଛି । ଶନି ମନ୍ଦିରରୁ ଚୋରି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି।

ଶନି ମନ୍ଦିର ପୂଜାରୀ ଭୋର ପ୍ରାୟ ୫ ଟାରେ ପୂଜା କରିବା ପାଇଁ ଆସିଥିଲେ। ପ୍ରଥମେ ମନ୍ଦିର ଗମ୍ଭୀରା ଭିତରକୁ ଯିବା ପୂର୍ବରୁ  ମୁଖ୍ୟ ଫାଟକ ଖୋଲାଥିବା ସେ ଦେଖିଥିଲେ। ଏହାପରେ ସେ ଗମ୍ଭୀରା ଭିତରକୁ ଯିବାପରେ ଫାଟକ ନିକଟରେ ଥିବା ଦାନ ବକ୍ସ  ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଏନେଇ ପୂଜକ ମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତାମାନଙ୍କୁ ଖବର ଦେଇଥିଲେ । ଖବର ପାଇ ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ବୃନ୍ଦ ଓ ଗ୍ରାମବାସୀ ପହଞ୍ଚି ଦାନ ବାକ୍ସ ଭାଙ୍ଗି ଦୁର୍ବୃତ୍ତମାନେ ସେଥିରୁ ପ୍ରାୟ ୪ ହଜାର ଟଙ୍କା ନେଇଯାଇଥିବା ଜାଣିବାକୁ ପାଇଥିଲେ । ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ବୃନ୍ଦ ପାଟପୁର ଥାନାକୁ ଏନେଇ ଖବର ଦେଇଥିଲେ।

ପାଟପୁର ଥାନା ପୋଲିସ ଟିମ୍ ମନ୍ଦିର ପରିସରରେ ପହଞ୍ଚି ଘଟଣାର ତଦନ୍ତ କରି ଫେରିଥିଲେ। ସୂଚନା ଯୋଗ୍ୟ ଗତ ୨୦୨୫ ଜୁଲାଇ ୨୪ ତାରିଖ ବିଳମ୍ବିତ ରାତିରେ ପାଟପୁର ଥାନା ଠାରୁ ପ୍ରାୟ ୧ କି.ମି ଦୂର ସାନଖେମୁଣ୍ଡି ବ୍ଲକ ଚୁଡ଼ଙ୍ଗପୁର ପଞ୍ଚାୟତ ରତ୍ନମାଳାପୁର ଗ୍ରାମ  ବୁଦ୍ଧେଶ୍ୱର ଶୈବପୀଠର ଦାନ ହୁଣ୍ଡି ଓ ଶୈବପୀଠ ଭିତରେ ଥିବା ଦୁଇଟି ଦାନ ବାକ୍ସ ଭାଙ୍ଗି ସେଥିରୁ ପ୍ରାୟ ୩୦ ହଜାର ଟଙ୍କା ନେଇଯାଇ ହୁଣ୍ଡିକୁ ବାହାରକୁ ଫୋପାଡ଼ି ଦେଇଥିଲେ। ଶୈବପୀଠ  ପରିଚାଳନା କମିଟି ତତ୍କାଳୀନ ସଭାପତି ବସନ୍ତ କୁମାର ପାଢ଼ୀ  ଥାନା ରେ ଏତଲା ଦେଇଥିଲେ। ଗତ ୨୦୨୧ ଡିସେମ୍ବର ୩ ତାରିଖ ରାତିରେ  ପାଟପୁର ଥାନା କଙ୍କୋରଡା ଗ୍ରାମ ସ୍ଥିତ ଅଧିଷ୍ଠାତ୍ରୀ ଦେବୀ ମାଁ ନାରାୟଣୀ ମନ୍ଦିର  ତାଲା ଭାଙ୍ଗି କିଛି ଦୁବୃର୍ତ୍ତ ମା’ଙ୍କ ସୁନା ନାକ ଗୁଣା, ୩ ଟି ମଥାଗୁଣା, ସୁନା ଶିରି, ଆଖି ଓ ପ୍ରାୟ ୪ ଭରି ଓଜନର  ସୁନା ଅଳଙ୍କାର ଓ ୫୦ ଭରି  ଓଜନର ରୂପା ଅଳଙ୍କାର ଲୁଟି ନେଇଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri