ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌ ଓ କବାଟ ତାଲା ଭାଙ୍ଗି କିଛି ଦୁର୍ବୃତ୍ତ ଆଲମିରା ଚାବି ତାଡ଼ି ସେଥିରେ ଥିବା ପ୍ରାୟ ୨୦ ଭରି ସୁନା ଅଳଙ୍କାର, ସିସିଟିଭି ମନିଟର ଏବଂ ସ୍କୁଟି ଚୋରି କରି ନେଇଥିବା ଜଣାପଡିଛି। ସ୍କୁଲ ପୂଜାଛୁଟି ଥିବାରୁ ପଦ୍ମନ ଘରେ ତାଲା ପକାଇ ପୈତୃକ ଗାଁକୁ ଯାଇଥିଲେ। ଗତ ଶୁକ୍ରବାର ରାତିରେ ପୁଞ୍ଜିକୟଁା ଛକ ଦୁର୍ଗାପୂଜା ଅବସରରେ ମେଲୋଡ଼ି ଚାଲିଥିଲା। ବିଳମ୍ବିତ ରାତି ଯାଏ ପୁଞ୍ଜିକୟଁା ଛକରେ ଜନଗହଳି ଥିଲେ ସୁଦ୍ଧା ଦୁର୍ବୃତ୍ତମାନେ ଏହାକୁ ଖାତିର ନ କରି ତାଙ୍କ ଘର ତାଲା ଭାଙ୍ଗି ଚୋରି କରିଥିବା ଜଣାପଡ଼ିଛି। ଖବରପାଇ ପଦ୍ମନ ଗାଁରୁ ଫେରି ଶନିବାର ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୪୪୯/୨୬ ଅନୁଯାୟୀ ମୋକଦ୍ଦମା ରୁଜୁ କରିଛନ୍ତି। ତଦନ୍ତକାରୀ ଅଧିକାରୀ ଅତିରିକ୍ତ ଆଇଆଇସି କୃଷ୍ଣମୟୀ ବରାଳ ଶନିବାର ପ୍ରାଥମିକ ତଦନ୍ତ କରିଥିଲେ। ରବିବାର ମଧ୍ୟାହ୍ନରେ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରାଯାଇଥିଲେ ମଧ୍ୟ ପୋଲିସକୁ କୌଣସି ସୁରାକ ମିଳିପାରିନାହିଁ। ସେହିପରି ଗତ ଅଗଷ୍ଟ ୯ ତାରିଖ ସନ୍ଧ୍ୟାରେ ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ରାଜପୁର ରୋଡ୍‌ରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାସ୍କର ସାହୁଙ୍କ ଘର ସମ୍ମୁଖ କବାଟ ତାଲା ଭାଙ୍ଗି ଦୁର୍ବୃତ୍ତମାନେ ସମାନ ଢଙ୍ଗରେ ଘର ଭିତରେ ଥିବା ୨ଟି ଗଡ଼ରେଜ୍‌ ଆଲମିରା ଚାବି ଭାଙ୍ଗି ଲକର୍‌ ତାଡ଼ି ଦେଇ ସେଥିରେ ଥିବା ପ୍ରାୟ ୩୦ ଭରି ଓଜନର ସୁନା ଅଳଙ୍କାର, ୫୦ ଭରି ଓଜନର ରୁପା ଅଳଙ୍କାର, ନଗଦ ୮ ଲକ୍ଷ ଟଙ୍କା ଓ ୨ଟି ଏଟିଏମ୍‌ କାର୍ଡ ଲୁଟି ନେଇଥିଲେ। ଏଯାବତ୍‌ ଏହି ଚୋରି ଘଟଣାରେ ପୋଲିସ କାହାରିକୁ ଗିରଫ କରିପାରି ନ ଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

କ୍ରିକେଟ୍‌ ଜଗତରେ ଶୋକର ଛାୟା, ୧୮ ବର୍ଷରେ ଯୁବ କ୍ରିକେଟରଙ୍କ ପରଲୋକ

ଢ଼ାକା,୨୫।୧୦: ବାଂଲାଦେଶ କ୍ରିକେଟ୍‌ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଯୁବ କ୍ରିକେଟର ମେହେଦୀ ହାସନ ହୃଦୟଙ୍କର ପରଲୋକ ହୋଇଛି । ସେ ଗତ…

ପ୍ରାକୃତିକ ବିପର୍ଯ୍ୟୟରେ ମହିଳାଙ୍କ ସୁରକ୍ଷା ଓ ଅନ୍ତର୍ଭୁକ୍ତୀକରଣ ଉପରେ କର୍ମଶାଳା

ଭଞ୍ଜନଗର, ୨୫ା୧୦ (ବାବୁଲା ପ୍ରଧାନ): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମହିଳାଙ୍କ ସୁରକ୍ଷା ଓ ସେମାନଙ୍କ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେବା ଉଦ୍ଦେଶ୍ୟରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ…

ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…

ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ…

୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା…

ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?