ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ ଦୁର୍ବୃତ୍ତ କାଟି ଚୋରି କରି ନେଉଥିବା ଅଭିଯୋଗ ହୋଇଛି। ଗୋଟିଏ ସ୍ଥାନରେ ରେଲିଂ କାଟି ଚୋରି ଉଦ୍ୟମ ବେଳେ କୌଣସି କାରଣରୁ ଦୁର୍ବୃତ୍ତ ରେଲିଂକୁ କାଟିବା ପରେ ଛାଡ଼ି ଚାଲିଯାଇଥିବା ଜଣାପଡ଼ିଛି।

ପ୍ରକାଶ ଯେ, ପଞ୍ଚୁପଲିଠାରୁ ବାଲିଗୁଡ଼ା ପର୍ଯ୍ୟନ୍ତ ଉକ୍ତ ରାଜପଥରେ ଫୁଟ୍‌ପାଥ ରେଲିଂ ଯାତ୍ରୀଙ୍କ ପାଦରେ ଚାଲିକି ସୁରକ୍ଷିତ ଭାବେ ଯାତାୟାତ ପାଇଁ କରାଯାଇଥିଲା କିନ୍ତୁ ଏକାଧିକ ସ୍ଥାନରେ ଉକ୍ତ ରାଜପଥରେ ରେଲିଂଗୁଡିକୁ ଦୁର୍ବୃତ୍ତମାନେ ସିଧା ଚୋରି କରି ନେଇଯାଉଥିବା ଅଭିଯୋଗ ହୋଇଛି। ପୁର୍ବରୁ ଜାତୀୟ ରାଜପଥ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ୍‌ରୁ ବ୍ୟାଟେରୀ ଓ ସୋଲାର ପ୍ୟାନେଲ ଚୋରି ହୋଇଥିବା ବେଳେ ଏବେ ରେଲିଂ ଚୋର ମାତିଥିବା ଅଭିଯୋଗ ହୋଇଛି। ସିମନବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବାସଭବନ ସମ୍ମୁଖରୁ କେହି ଦୁର୍ବୃତ୍ତ ଏହି ରେଲିଂ କାଟି ଦେଇଥିବା ସେ ରାଜପଥ ବିଭାଗର ଠିକାସଂସ୍ଥାକୁ ଜଣାଇଥିବା କହିଛନ୍ତି। ସେ ତୁରନ୍ତ ଏହାର ତଦନ୍ତ କରିବାକୁ ଦାବି କରି ଦୁର୍ବୃତ୍ତଙ୍କୁ ଆଇନ ଅନୁସାରେ ଦଣ୍ଡିତ ପାଇଁ ନିବେଦନ କରିଛନ୍ତି। ଏନେଇ ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ ଶିଶିର ସ୍ବାଇଁ ଚୋରି ସମ୍ପର୍କରେ ଥାନାରେ ଲିଖିତ ଅଭିଯୋଗ କରିବୁ ବୋଲି ପ୍ରତିକ୍ରିୟାରେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri