ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି ଦେଇଛି। ବରଗଡ଼ ବ୍ଲକ ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, ଯେଉଁଠାରେ ଦୁର୍ବୃତ୍ତମାନେ ଶତାଧିକ କଲରା ଗଛକୁ ଉପାଡ଼ି ନଷ୍ଟ କରିଦେଇଛନ୍ତି।

ସୂଚନା ଅନୁଯାୟୀ, ଜମୁର୍ଡା ଗ୍ରାମର ଚାଷୀ ଗଜିନ ମାଝୀ ନିଜ ଜମିରେ କଲରା ଚାଷ କରିଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ କିଛି ଅଜ୍ଞାତ ଦୁର୍ବୃତ୍ତ ତାଙ୍କ କିଆରୀରେ ପଶି ପ୍ରାୟ ୩୦୦ କଲରା ଗଛକୁ ଉପାଡ଼ି ଫିଙ୍ଗି ଦେଇଛନ୍ତି। ଶନିବାର ସକାଳେ ଗଜିନ ଜମିକୁ ଯାଇଥିବା ବେଳେ ନିଜର ଶ୍ରମ ନଷ୍ଟ ହୋଇଥିବା ଦେଖି ସ୍ତବ୍ଧ ହୋଇଯାଇଥିଲେ।

ଏହି ଘଟଣାକୁ ନେଇ ଗଜିନ ବରଗଡ଼ ଗ୍ରାମାଞ୍ଚଳ ଥାନାରେ ଲିଖିତ ଏତଲା ଦେବା ପରେ ପୋଲିସ ତତ୍ପରତା ପ୍ରକାଶ କରିଛି। ପୋଲିସ ଏବଂ ସ୍ନିଫର୍ ଡଗ୍ (ଅନୁସନ୍ଧାନୀ କୁକୁର) ଜରିଆରେ ତଦନ୍ତ ଜାରି ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ଅଭିଯୁକ୍ତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ।

ଜମୁର୍ଡା ଗ୍ରାମରେ ଏହା ପ୍ରଥମ ଘଟଣା ନୁହେଁ। ପୂର୍ବରୁ ମଧ୍ୟ ଅନେକ ଥର ଚାଷୀଙ୍କ ପରିବା କିଆରୀ ନଷ୍ଟ କରାଯାଉଥିବା ନେଇ ଅଭିଯୋଗ ହୋଇଛି। କିନ୍ତୁ ଅଭିଯୁକ୍ତମାନେ ଧରା ନ ପଡ଼ିବା ପ୍ରଶାସନ ଓ ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବାରମ୍ବାର କ୍ଷୟକ୍ଷତି ସହୁଥିବା ଚାଷୀମାନେ ଏବେ ଭୟ ଓ ଆଶଙ୍କାରେ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri