ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଘରେ ପଶି ସ୍ବାମୀଙ୍କୁ ହାଣି ମାରିଦେଲେ ଦୁର୍ବୃତ୍ତ

ଆନନ୍ଦପୁର,୨୧ା୯(ସୁଶାନ୍ତ କୁମାର ସାହୁ): ଶୋଇଥିବା ସମୟରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଘରେ ପଶି ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ହାଣି ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ଆନନ୍ଦପୁର ଥାନା ସୁନ୍ଦୁରିଆ ଗାଁରେ। ମୃତକ ଜଣକ ହେଲେ ଜଗବନ୍ଧୁ ଦେଓଗାମ। ଖବରପାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନାରୁ ପ୍ରକାଶ ଯେ, ସୁନ୍ଦୁରିଆ ଗାଁର ଜଗବନ୍ଧୁ ଦେଓଗାମ ତାଙ୍କ ସ୍ତ୍ରୀଙ୍କ ସହ ଘରେ ଶନିବାର ଖାଇ ପିଇ ଶୋଇଥିଲେ। ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଘରେ ପଶି ଜଗବନ୍ଧୁଙ୍କ ଜଙ୍ଘକୁ ଏକ ଧାରୁଆ ଅସ୍ତ୍ରରେ ହାଣି ଫେରାର ହୋଇଯାଇଥିଲେ। ତେବେ ରାତିର ଅନ୍ଧାର ହେତୁ ଆକ୍ରମଣକାରୀଙ୍କୁ ଚିହ୍ନି ପାରି ନ ଥିଲେ ପରିବାର ଲୋକେ। ସଙ୍ଗେ ସଙ୍ଗେ ଏକ ଗାଡ଼ିକରି ଜଗବନ୍ଧୁଙ୍କୁ ଆନନ୍ଦପୁର ଉପଖଣ୍ଡ ମେଡିକାଲ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଜଙ୍ଘରେ ହଣାଯାଇଥିବାରୁ ପ୍ରବଳ ରକ୍ତସ୍ରାବ ହୋଇ ମୃତ୍ୟୁ ଘଟିଛି। ତେବେ ପୂର୍ବରୁ କୌଣସି କାରଣକୁ ନେଇ ବାପାଙ୍କ ସହ ତାଙ୍କର ଜଣେ ପୁତୁରାଙ୍କର ଝଗଡ଼ା ହୋଇଥିବାରୁ ହତ୍ୟାକାଣ୍ଡରେ ତାଙ୍କ ହାତ ଥାଇପାରେ ବୋଲି ସନ୍ଦେହ କରିଛନ୍ତି ଝିଅ ପୂଜାରାଣୀ। ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇ ଆନନ୍ଦପୁର ପୋଲିସ ତଦନ୍ତ ଆରମ୍ଭ କରିଥିଲେ ହେଁ ବର୍ତ୍ତମାନ ସୁଦ୍ଧା କାହାରିକୁ ଧରିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri