ତିରୁପତି ଯାଇଥିଲେ ବ୍ୟବସାୟୀ, ଘରେ ପଶି କଳାକନା ବୁଲାଇଲେ ଦୁର୍ବୃତ୍ତ; ସିସିଟିଭିରୁ…

ଗଜପତି,୨୦।୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ମଧୁରନାରାୟଣପେଟା ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ବ୍ୟବସାୟୀଙ୍କ ଘରେ ପଶି କଳାକନା ବୁଲାଇଥିବାର ଜଣାଯାଇଛି । ଦୁର୍ବୃତ୍ତଙ୍କ କଳାକାରନାମା ସିସିଟିଭିରେ କଏଦ ହୋଇଥିବା ବେଳେ ଏହା ଏବେ ଭାଇରାଲ ହେବାରେ ଲାଗିଛି ।
ଚୋରୀ ହୋଇଥିବା ଘରର ମାଲିକ ତଥା ବ୍ୟବସାୟୀ ଟି.ଲବକୁମାରଙ୍କ ସୂତ୍ରରୁ ପ୍ରକାଶ ଯେ, ସେ ସପରିବାର ସହ ଗତ ୧୪ ତାରିଖରେ ତିରୁପତି ତିରୁମାଳା ଦର୍ଶନ ପାଇଁ ଯାଇଥିଲେ। ତେବେ ଗତ ୧୭ ତାରିଖ ରାତିରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କ ଦୋକାନ ଘରେ ପଶି ଘରେ ଥିବା ଅଢ଼େଇ ତୋଳା ଓଜନର ସୁନା, ୩୦୦ ଗ୍ରାମ ରୂପା, ବଡ ତମ୍ବା ପାତ୍ର ସହ ନଗଦ ୧ ଲକ୍ଷ ଟଙ୍କା ଚୋରି କରି ନେଇଥିଲେ । ତେବେ ୧୮ ତାରିଖ ଦିନ ଗ୍ରାମବାସୀ ଘରର ତାଲା ଭଙ୍ଗାଯିବା ଘଟଣା ଦେଖି ତିରୁପତି ଯାଇଥିବା ଲବକୁମାର ଏବଂ ଗୁରାଣ୍ଡି ଥାନାକୁ ଖବର ଦେଇଥିଲେ।  ଲବକୁମାର ଓ ତାଙ୍କ ସପରିବାର ଗତକାଲି ନିଜ ଗ୍ରାମରେ ପହଞ୍ଚିଥିଲେ। ଗୁରୁବାର ଏନେଇ ଗୁରାଣ୍ଡି ଥାନାରେ ଏକ ଲିଖିତ ଅଭିଯୋଗ କରିଥିବାର ଜଣାଇଛନ୍ତି। ଅଭିଯୋଗ ପାଇବା ପରେ ଗୁରାଣ୍ଡି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଅନ୍ୟପକ୍ଷରେ ଦୁର୍ବୃତ୍ତମାନେ ଏହି କାଣ୍ଡ ଭିଆଇବା ପାଇଁ ଯିବା ବେଳେ ଲବକୁମାରଙ୍କ ଘର ନିକଟରେ ଲାଗିଥିବା ଏକ ସିସିଟିଭିରେ କଏଦ ହୋଇଛି । ଯାହାକି ଖୁବ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଦୁଇ ଦୁର୍ବୃତ୍ତ ସିସିଟିଭି କ୍ୟାମେରାର ଦିଗ ବଦଳାଇବା ସହ ଘରର କାନ୍ଥ ଚଢୁଥିବାର ଦେଖିବାକୁ ମିଳୁଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri