ତିରୁପତି ଯାଇଥିଲେ ବ୍ୟବସାୟୀ, ଘରେ ପଶି କଳାକନା ବୁଲାଇଲେ ଦୁର୍ବୃତ୍ତ; ସିସିଟିଭିରୁ…

ଗଜପତି,୨୦।୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ମଧୁରନାରାୟଣପେଟା ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ବ୍ୟବସାୟୀଙ୍କ ଘରେ ପଶି କଳାକନା ବୁଲାଇଥିବାର ଜଣାଯାଇଛି । ଦୁର୍ବୃତ୍ତଙ୍କ କଳାକାରନାମା ସିସିଟିଭିରେ କଏଦ ହୋଇଥିବା ବେଳେ ଏହା ଏବେ ଭାଇରାଲ ହେବାରେ ଲାଗିଛି ।
ଚୋରୀ ହୋଇଥିବା ଘରର ମାଲିକ ତଥା ବ୍ୟବସାୟୀ ଟି.ଲବକୁମାରଙ୍କ ସୂତ୍ରରୁ ପ୍ରକାଶ ଯେ, ସେ ସପରିବାର ସହ ଗତ ୧୪ ତାରିଖରେ ତିରୁପତି ତିରୁମାଳା ଦର୍ଶନ ପାଇଁ ଯାଇଥିଲେ। ତେବେ ଗତ ୧୭ ତାରିଖ ରାତିରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କ ଦୋକାନ ଘରେ ପଶି ଘରେ ଥିବା ଅଢ଼େଇ ତୋଳା ଓଜନର ସୁନା, ୩୦୦ ଗ୍ରାମ ରୂପା, ବଡ ତମ୍ବା ପାତ୍ର ସହ ନଗଦ ୧ ଲକ୍ଷ ଟଙ୍କା ଚୋରି କରି ନେଇଥିଲେ । ତେବେ ୧୮ ତାରିଖ ଦିନ ଗ୍ରାମବାସୀ ଘରର ତାଲା ଭଙ୍ଗାଯିବା ଘଟଣା ଦେଖି ତିରୁପତି ଯାଇଥିବା ଲବକୁମାର ଏବଂ ଗୁରାଣ୍ଡି ଥାନାକୁ ଖବର ଦେଇଥିଲେ।  ଲବକୁମାର ଓ ତାଙ୍କ ସପରିବାର ଗତକାଲି ନିଜ ଗ୍ରାମରେ ପହଞ୍ଚିଥିଲେ। ଗୁରୁବାର ଏନେଇ ଗୁରାଣ୍ଡି ଥାନାରେ ଏକ ଲିଖିତ ଅଭିଯୋଗ କରିଥିବାର ଜଣାଇଛନ୍ତି। ଅଭିଯୋଗ ପାଇବା ପରେ ଗୁରାଣ୍ଡି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଅନ୍ୟପକ୍ଷରେ ଦୁର୍ବୃତ୍ତମାନେ ଏହି କାଣ୍ଡ ଭିଆଇବା ପାଇଁ ଯିବା ବେଳେ ଲବକୁମାରଙ୍କ ଘର ନିକଟରେ ଲାଗିଥିବା ଏକ ସିସିଟିଭିରେ କଏଦ ହୋଇଛି । ଯାହାକି ଖୁବ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଦୁଇ ଦୁର୍ବୃତ୍ତ ସିସିଟିଭି କ୍ୟାମେରାର ଦିଗ ବଦଳାଇବା ସହ ଘରର କାନ୍ଥ ଚଢୁଥିବାର ଦେଖିବାକୁ ମିଳୁଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri