ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡୁଥିବା ଅଭିଯୋଗ ହେଉଛି। ଶନିବାର ଗୋପାଳପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l ଜଣେ ଯୁବକଙ୍କୁ ଗୋପାଳପୁର ଓଭରବ୍ରିଜ୍‌ ଉପରୁ ଦୁର୍ବୃତ୍ତମାନେ ଠେଲି ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏଥିରେ ସମ୍ପୃକ୍ତ ଯୁବକ ଜଣକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି l ସେ ହେଲେ ବ୍ରହ୍ମପୁର ମହାନଗର ଧାନମେରା ସାହିର ଶ୍ୟାମ ବେହେରା (୨୦)। ଦୁର୍ବୃତ୍ତମାନଙ୍କ ସହ ବଚସାରୁ ଏପରି ଘଟଣା ଘଟିଥିବା ଜଣାପଡିଛି।

ଖବରରୁ ପ୍ରକାଶ, ଏକ ସ୍କୁଟି (ଓଡ଼ି୦୭ଏବି-୭୮୮୫) ଯୋଗେ ଧାନମେରା ସାହିର ଶ୍ୟାମ ଓ ତାଙ୍କ ସାଙ୍ଗ ମିଶି ଶନିବାର ସକାଳ ସାଢେ ୬ଟାରେ ଗୋପାଳପୁର ଅଭିମୁଖେ ଯାଉଥିଲେ। ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବାଇକ୍‌ରେ ୨ ଜଣ ଦୁର୍ବୃତ୍ତ ଆସି ହଠାତ ଶ୍ୟାମଙ୍କ ଗାଡ଼ିକୁ ଅଟକାଇ ଥିଲେ l ସେମାନଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଶ୍ୟାମଙ୍କ ସାଙ୍ଗକୁ ମାର ପିଟ କରି ସେମାନେ ଉଭୟଙ୍କୁ ଘଟଣା ସ୍ଥଳରୁ ଚାଲିଯିବା ପାଇଁ କହିଥିଲେ। ପରେ ଆଉ ୨ ଜଣ ଏହି ଦୁଇ ଦୁର୍ବୃତ୍ତଙ୍କ ସହ ମିଶିଥିଲେ। ସେମାନେ ଶ୍ୟାମଙ୍କଠାରୁ ଦୁଇଟି ମୋବାଇଲ ଫୋନ, ୧୫ ଶହ ଟଙ୍କା ଓ ରୁପା ଚେନ୍‌ ଲୁଟି ନେଇ ସମ୍ପୃକ୍ତ ୪ ଦୁର୍ବୃତ୍ତ ଶ୍ୟାମଙ୍କୁ ଓଭରବ୍ରିଜ୍‌ ଉପରୁ ଜୋରଜବରଦସ୍ତ ତଳକୁ ଠେଲି ଦେଇଥିଲେ। ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଶ୍ୟାମଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଥିଲେ। ସେଠାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ପଠାଯାଇଛି। ଶ୍ୟାମଙ୍କ ଗୋଡ ହାତ ଭାଙ୍ଗିଯିବା ସହ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଏନେଇ ଶ୍ୟାମଙ୍କ ଭାଇ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତିକରି ପୋଲିସ ନଂ. ୨୭୦/୨୬ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଘଟଣା ସ୍ଥଳ ଓ ଆଖପାଖରେ ଲାଗିଥିବା ସିସି କ୍ୟାମେରା ଯାଞ୍ଚ କରି ପୋଲିସ ସନ୍ଦେହରେ ଦୁଇ ଜଣଙ୍କୁ ଉଠାଇଆଣି ପଚରାଉଚରା କରୁଛି। ତେବେ ଏପରି ଘଟଣା ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହୋଇଥିବା ପୋଲିସ ଜାଣିବାକୁ ପାଇଛି l ପୋଲିସ ଶ୍ୟାମଙ୍କ ସ୍କୁଟି ନିଜ ହେପାଜତକୁ ନେଇ ରଖିଛି l ଘଟଣା ସମ୍ପର୍କରେ ଗୋପାଳପୁର ଥାନା ଅଧିକାରୀ ସତ୍ୟ ରଞ୍ଜନ ଲେଙ୍କାଙ୍କୁ ପଚାରିବା ଲାଗି ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ରିସିଭ କରି ନ ଥିଲେ l ଅନ୍ୟପକ୍ଷରେ ଏ ସମ୍ପର୍କରେ ଏସ୍‌ପି ଶ୍ରବଣା. ବିବେକ ଏମ୍‌ ଜାଣିବା ପରେ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଡାକ୍ତରଖାନାରେ ଶ୍ୟାମଙ୍କୁ ଭେଟି ପଚାରି ବୁଝିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ପ୍ରଥମଥର ଦିନିକିଆରେ କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?