ରାତି ଅଧରେ ଔଷଧ ଦୋକାନରେ ଭଙ୍ଗାରୁଜା, ଉଲଗ୍ନ ହୋଇ ନିଆଁ ଲଗାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧ା୭(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ବଡଗୁମା ବଜାର ଅଞ୍ଚଳରେ ଥିବା ଏକ ଔଷଧ ଦୋକାନରେ ସୋମବାର ରାତି ଗୋଟାଏ ସମୟରେ ଜଣେ ଦୁର୍ବୃତ୍ତ ଭଙ୍ଗାରୁଜା କରିବା ସହିତ ଉଲଗ୍ନ ହୋଇ ନିଆଁ ଲଗାଇ ବାଇକ୍‌ ଜାଳି ଦେଇଛନ୍ତି। ଏହି ଘଟଣାର ଦୃଶ୍ୟ ଦୃଶ୍ୟ ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି। ସୂଚନା ମୁତାବକ ସପନ କୁମାର ସାନ୍ତରାଙ୍କ ବଡଗୁମା ବଜାରଠାରେ ଥିବା ଔଷଧ ଦୋକାନରେ ସୋମବାର ରାତି ଗୋଟାଏ ବେଳେ ଜଣେ ବ୍ୟକ୍ତି ମୁଣ୍ଡରେ ହେଲମେଟ ପିନ୍ଧି ଭଙ୍ଗାରୁଜା କରିବା ଆରମ୍ଭ କରିଦେଇଥିଲେ। ଦୋକାନର ସାଇନବୋର୍ଡ , ବାରଣ୍ଡାରେ ଥିବା ଚେୟାର ଟେବୁଲ ଆଦି ଉପକରଣକୁ ଏକ ଠେଙ୍ଗା ସାହାଯ୍ୟରେ ବାଡ଼େଇ ଭାଙ୍ଗି ପକାଇଥିଲେ।
 ଏହାପରେ କିଛି ସମୟ ପାଇଁ ସେ ଘଟଣାସ୍ଥଳରୁ ଚାଲିଯାଇଥିଲେ। ହେଲେ ଏତିକିରେ ତାଙ୍କ ରାଗ ଶାନ୍ତ ହୋଇ ନ ଥିଲା। କିଛି ସମୟ ପରେ ସେ ପୁଣି ଫେରି ଆସିଥିଲେ। ହେଲେ ଏଥର ସମ୍ପୂର୍ଣ୍ଣ ଉଲଗ୍ନ ଶରୀରରେ ଆସିଥିବା ବେଳେ ମୁଣ୍ଡରେ ହେଲମେଟ ବଦଳରେ ଏକ ଗାମୁଛାରେ ସମ୍ପୂର୍ଣ୍ଣ ମୁଖମଣ୍ଡଳକୁ ଢାଙ୍କିହୋଇ ଏକ ନିଆଁହୁଳା ଧରି ପହଞ୍ଚିଲେ ଦୋକାନ ନିକଟରେ। ପୂର୍ବରୁ ଭଙ୍ଗାରୁଜା କରି ଛାଡ଼ି ଯାଇଥିବା ଚେୟାର, ଟେବୁଲ, ସାଇନବୋର୍ଡ ସହ ବାରଣ୍ଡାରେ ଥିବା ବାଇକରେ ନିଆଁ ଲଗାଇ ଦେଇଥିଲେ। ସମସ୍ତ ଘଟଣା ସିସିଟିଭିରେ ରେକର୍ଡ ହୋଇଥିବା ବେଳେ ଖବରପାଇ ପୋଲିସ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

‘ଯୁଦ୍ଧ ମଧ୍ୟରେ ଆମେରିକାକୁ ମୂଲ୍ୟବାନ ଉପହାର ପଠାଇଲା ଇରାନ’, ଟ୍ରମ୍ପଙ୍କ ବଡ଼ ସୂଚନା, ସାରା ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି ଯାହା ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଟ୍ରମ୍ପ କହିଛନ୍ତି ଯେ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ଶେଷ କରିବାକୁ ଅଣ୍ଟା ଭିଡ଼ିଲା ପାକିସ୍ତାନ, କିଏ କିଏ ବୈଠକରେ ଯୋଗଦେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ପାକିସ୍ତାନରେ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଫସିଗଲେ ଟ୍ରମ୍ପ, ଆହୁରି ଲମ୍ବିପାରେ ଯୁଦ୍ଧ, ଭୟଙ୍କର ଚେତାବନୀ ଦେଲେ ବିଶେଷଜ୍ଞ, କହିଲେ…

ଓ୍ବାଶିଂଟନ୍‌,୨୫।୩: ଚିକାଗୋ ବିଶ୍ୱବିଦ୍ୟାଳୟର ପ୍ରଫେସର ରବର୍ଟ ପେପ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ ଏକ ଫାଶରେ ଫସି ଯାଇଛନ୍ତି। ତାଙ୍କ କହିବା ଅନୁସାରେ,…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri