କୋଭିଡ୍‌ ପରିଚାଳନାରେ ବିଫଳତା ନେଲାଣି ୮ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପଦ

ନୂଆଦିଲ୍ଲୀ,୨।୬: କୋଭିଡ୍‌ ପରିଚାଳନା ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ବିଭିନ୍ନ ଦେଶର ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ବ୍ରାଜିଲରେ କୋଭିଡ୍‌ ପରିଚାଳନାରେ ବିଫଳତାକୁ ନେଇ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇବା ସହ ପ୍ରଧାନମନ୍ତ୍ରୀ ଜୈର ବଲସୋନାରୋଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ଇକ୍ୱାଡର ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ରୋଡଲ୍ଫ ଫାର୍‌ଫାନ ନିଯୁକ୍ତ ହେବାର ୩ ସପ୍ତାହ ପରେ ଗତ ମାର୍ଚ୍ଚରେ ଇସ୍ତଫା ଦେଇଥିଲେ। ଟିକାକରଣ ଅଭିଯାନରେ ତାଙ୍କ ବିରୋଧରେ ପ୍ରିୟାପ୍ରୀତି ତୋଷଣ ଅଭିଯୋଗ ହୋଇଥିଲା, ଯାହାର ତଦନ୍ତ ଜାରି ରହିଛି। ତାଙ୍କ ପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରୀ ଥିବା ଜୁଆନ୍‌ କାର୍ଲୋସ ଜେଭାଲୋସ୍‌ ମଧ୍ୟ ମାସେ ପୂର୍ବରୁ ଟିକାକରଣ ଅନିୟମିତତାକୁ ନେଇ ଇସ୍ତଫା ଦେଇଥିଲେ।

କୋଭିଡ୍‌କୁ ନେଇ ଅତ୍ୟଧିକ ଚାପ ହେତୁ ଏପ୍ରିଲ ୧୩ରେ ଅଷ୍ଟ୍ରିଆ ସ୍ବାସ୍ଥ୍ୟମନ୍ତ୍ରୀ ରୁଡଲ୍ଫ ଆନ୍‌ସୋବର ଇସ୍ତଫା ଦେଇଥିଲେ। ଇରାକର ଏକ କୋଭିଡ୍‌ ହସ୍ପିଟାଲରେ ନିଆଁ ଲାଗି ୮୦ ଜଣଙ୍କ ମୃତ୍ୟୁ ହେବା ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ହାସନ ଅଲତାମିମି ଗତ ମେ’ରେ ଇସ୍ତଫା ଦେଇଥିଲେ। ଟିକାକରଣ କାର୍ଯ୍ୟକ୍ରମରେ ଅନିୟମିତତା ଅଭିଯୋଗରେ ଆର୍ଜେଣ୍ଟିନା ସ୍ବାସ୍ଥ୍ୟମନ୍ତ୍ରୀ ଗତ ଫେବୃୟାରୀରେ ଇସ୍ତଫା ଦେଇଥିଲେ। ସରକାରୀ ହସ୍ପିଟାଲରେ ୬ ରୋଗୀଙ୍କ ମୃତ୍ୟୁ ହେବାରୁ ମାର୍ଚ୍ଚ ମାସରେ ଜୋର୍ଡାନ ସ୍ବାସ୍ଥ୍ୟମନ୍ତ୍ରୀ ନାଜିର ଓବେଇଡାଟ୍‌ ପଦ ଛାଡ଼ିଥିଲେ। ପେରୁରେ ସାଧାରଣ ଜନତାଙ୍କୁ ଟିକା ମିଳିବା ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଟିକା ନେବାକୁ ନେଇ ସମାଲୋଚନା ହେବାରୁ ସ୍ବାସ୍ଥ୍ୟମନ୍ତ୍ରୀ ଡ. ପିଲାର ମାଜେଟ୍ଟି ଇସ୍ତଫା ଦେଇଥିଲେ। ମହାମାରୀ ପରିଚଳାନାରେ ବିଫଳତା ଅଭିଯୋଗ ହେବାରୁ ସ୍ଲୋଭାକିଆ ସ୍ବାସ୍ଥ୍ୟମନ୍ତ୍ରୀ ମାରେକ୍‌ କ୍ରାଜି ପଦ ଛାଡ଼ିଥିଲେ। ସ୍ବାସ୍ଥ୍ୟ ଅଧିକାରୀମାନଙ୍କ ବେପରୁଆ ମନୋଭାବ ଯୋଗୁ ମଙ୍ଗୋଲିଆରେ ଜଣେ ମହିଳା ଓ ତାଙ୍କ ନବଜାତ ଶିଶୁ କୋଭିଡ୍‌ରେ ପ୍ରାଣ ହରାଇବାରୁ ପ୍ରଧାନମନ୍ତ୍ରୀ ଖୁରେଲସୁଖ ଉଖ୍‌ନା କ୍ୟାବିନେଟ ସହ ଇସ୍ତଫା ଦେଇଥିଲେ। ସେହିପରି ୨୦୨୦ରେ ମଧ୍ୟ ମହାମାରୀ ପରିଚାଳନାଗତ ତ୍ରୁଟିକୁ ନେଇ ନ୍ୟୁଜିଲାଣ୍ଡ, ବ୍ରାଜିଲ, ଚେକ୍‌ ଗଣରାଜ୍ୟ ସମେତ ବିଭିନ୍ନ ଦେଶରେ ସ୍ବାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri