ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି। ଘାଟରୁ ବାଲି ଉତ୍ତୋଳନ ସମ୍ପୂର୍ଣ୍ଣ ବନ୍ଦ ଥିବା ସତ୍ତ୍ୱେ କିଛି କୁଚକ୍ରୀ ଗୋଷ୍ଠୀ ମୁଖ୍ୟମନ୍ତ୍ରୀ, ପୋଲିସ ଓ ଜିଲା ପ୍ରଶାସନ ସମେତ ସମଗ୍ର ଗାଁକୁ ମିଛରେ ବଦନାମ କରୁଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଦିନ ମଧୁସୁଦନ ଦାଶ, ବିଭୁ କାଣ୍ଡି, ରବୀନ୍ଦ୍ର ପ୍ରଧାନ, ବୁଲା ଜେନା, ରମେଶ କାଣ୍ଡି, ସୁଶାନ୍ତ କାଣ୍ଡି, ପାଗଳ କାଣ୍ଡି, ଟୁଟୁ ଦଳେଇ, କହ୍ନେଇ ବେହେରା, ଗୌରହରୀ ସାହୁ, ରଞ୍ଜନ କାଣ୍ଡି, କୃଷ୍ଣ କାଣ୍ଡି, ନାରଣ କାଣ୍ଡି ଓ ଉମାକାନ୍ତ ବେହେରାଙ୍କ ସମେତ ୫୦ରୁ ଅଧିକ ଗ୍ରାମବାସୀ ଏକାଠି ହୋଇ ଏହି ଷଡ଼ଯନ୍ତ୍ରର ତୀବ୍ର ନିନ୍ଦା ଓ ପ୍ରତିବାଦ କରିଛନ୍ତି।

ଗ୍ରାମବାସୀଙ୍କ କହିବା ଅନୁଯାୟୀ ଗତ ୧୦-୧୨ ବର୍ଷ ପୂର୍ବେ ଏହି ବାଲିଘାଟକୁ ନେଇ ବଡ଼ଧରଣର ସଂଘର୍ଷ ଓ ହଣାକଟା ହୋଇଥିଲା, ଯେଉଁଥିରେ ଜଣେ ସରପଞ୍ଚଙ୍କ ଜୀବନ ଯାଇଥିଲା। ସେହି ଦିନଠାରୁ ସମଣା ଘାଟରୁ ବାଲି ଉଠାଣ ସମ୍ପୂର୍ଣ୍ଣ ରୂପେ ବନ୍ଦ ରହିଛି। କିନ୍ତୁ ନଦୀର ଅପର ପାର୍ଶ୍ୱରେ ଚାଲୁଥିବା ଅନ୍ୟ ଘାଟର ବାଲିକୁ ସମଣା ଘାଟର ବୋଲି କହି ଭ୍ରମାତ୍ମକ ପ୍ରଚାର କରାଯାଉଛି। ଏହା ସହିତ ସମଣାଠାରୁ କିଛି ଦୂରରେ ଥିବା ଏକ ବୈଧ ଲିଜ୍ ଘାଟରୁ ବାଲି ପରିବହନ କରୁଥିବା ଗାଡ଼ିଗୁଡ଼ିକ ସମଣା ଗାଁ ରାସ୍ତା ଦେଇ ଯାଉଥିବାରୁ, ତାକୁ ମଧ୍ୟ ସମଣାରୁ ବାଲି ଚୋରି ବୋଲି ମିଥ୍ୟା ରୂପ ଦିଆଯାଉଛି।

ଆମ ଗାଁର ନାଁ ଖରାପ କରି ସରକାରଙ୍କୁ ମିଛରେ ଫସାଇବାର ଏକ ବଡ଼ ଷଡ଼ଯନ୍ତ୍ର ଚାଲିଛି ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି। ସମଣାରୁ ଗୋଟେ ମୁଠା ବାଲି ମଧ୍ୟ ଉଠୁନାହିଁ, ତଥାପି ମୁଖ୍ୟମନ୍ତ୍ରୀ, ପୋଲିସ ଓ ପ୍ରଶାସନକୁ ଟାର୍ଗେଟ୍ କରାଯାଉଛି। ତୁରନ୍ତ ଏହି ମିଥ୍ୟା ଅପପ୍ରଚାର ବନ୍ଦ କରିବା ସହ ପ୍ରଶାସନ ପକ୍ଷରୁ ସଠିକ୍ ତଥ୍ୟ ସରଜମିନ ଯାଞ୍ଚ କରାଯାଇ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଓ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ପ୍ରଶାସନ ଏହା ଉପରେ କି ପଦକ୍ଷେପ ନେଉଛି, ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ଗାଁକୁ ବ୍ୟାପିଲାଣି କ୍ୟାମ୍ପସ ରାଜନୀତି; ମହାବିଦ୍ୟାଳୟ ଛାଡି ଗାଁରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ

ବଞ୍ଚୋ,୧୧।୧୦(ପ୍ରଦୋଷ ବିଶ୍ୱାଳ ): କ୍ୟାମ୍ପସରୁ ଗାଁ ମୁହାଁ ହେଲାଣି ଛାତ୍ର ସଂସଦ ନିର୍ବାଚନର ତାତି । ମହାବିଦ୍ୟାଳୟ ପରିସରରେ ସୀମିତ ରହିନାହିଁ ଛାତ୍ର ରାଜନୀତି । ଏବେ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?