ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି ଆକ୍ରମଣ କରିଥିବା କହିଛନ୍ତି। ଆଣ୍ଡ୍ରୋମେଡା ଷ୍ଟାର ନାମକ ଏହି ତୈଳବାହୀ ଜାହାଜ ପୂର୍ବରୁ ବ୍ରିଟିଶ ମାଲିକାନାରେ ଥିବାବେଳେ ବର୍ତ୍ତମାନ ସିଚେଲ୍ସ ନାଗରିକ ଏହାର ମାଲିକ ବୋଲି ଜଣାପଡ଼ିଛି।

ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ଆରମ୍ଭରୁ ପାଲେଷ୍ଟାଇନ୍‌କୁ ସମର୍ଥନ କରୁଥିବା ହୁଟି ବିଦ୍ରୋହୀମାନେ ଆମେରିକା ଓ ବ୍ରିଟେନ୍‌ ଜାହାଜଗୁଡ଼ିକୁ ଟାର୍ଗେଟ କରିଆସୁଛନ୍ତି। କିଛିଦିନ ହେଲା ଆକ୍ରମଣ ବନ୍ଦ ଥିଲାବେଳେ ପୁଣିଥରେ ଏକ ତୈଳବାହୀ ଜାହାଜ ଉପରେ ଆକ୍ରମଣ ହୋଇଛି। କ୍ଷେପଣାସ୍ତ୍ର ମାଡ଼ରେ ଜାହାଜ କ୍ଷତିଗ୍ରସ୍ତ ହୋଇଥିବା ଏହାର ମାଲିକ ଦାବି କରିଛନ୍ତି। ଉକ୍ତ ଜାହାଜ ରୁଷିଆର ତୈଳ ବ୍ୟବସାୟରେ ସାମିଲ ଥିଲା। ଏହା ରୁଷିଆର ପ୍ରିମୋର୍ସ୍କରୁ ଭାରତର ଭାଦିନାରକୁ ଆସୁଥିଲା ବୋଲି ବ୍ରିଟିଶ ସାମୁଦ୍ରିକ ସୁରକ୍ଷା ସଂସ୍ଥା ଆମ୍ବ୍ରେ ପକ୍ଷରୁ କୁହାଯାଇଛି।

ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗି ରହିଥିବାବେଳେ ଇରାନ ସମର୍ଥତ୍ତ ହୁଟି ଆତଙ୍କବାଦୀମାନେ ଗତ ନଭେମ୍ବରରୁ ଲୋହିତ ସାଗର ଏବଂ ଗଲ୍ଫ ଅଫ୍‌ ଆଡେନ୍‌ରେ ବିଭିନ୍ନ ଦେଶର ବାଣିଜି୍ୟକ ଜାହାଜ ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌ ଆକ୍ରମଣ ଜାରି ରଖିଛନ୍ତି। ୟେମେନ୍‌ର ସାଦା ପ୍ରୋଭିନ୍ସ ବାୟୁସୀମାରେ ଆମେରିକାର ଏମ୍‌କ୍ୟୁ-୯ ଡ୍ରୋନ୍‌କୁ ହୁଟି ଆତଙ୍କବାଦୀ ଖସାଇଦେଇଥିବା ଶୁକ୍ରବାର ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

Iran US Talk in Switzerland:ଆମେରିକା ସହ ନା ହାତ ମିଳାଇଲା ନା ଫଟୋ ଉଠାଇଲା, ଆଲୋଚନା ଟେବୁଲରେ ବି ମତ ପରିବର୍ତ୍ତନ କଲା ନାହିଁ ଇରାନ

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଇରାନ ଏବଂ ଆମେରିକା ମଧ୍ୟରେ ରବିବାର (ଜୁନ ୨୧, ୨୦୨୬)ରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଦେଖାଯାଇଥିଲା।…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କତାର ଗ୍ୟାସ ଟର୍ମିନାଲରେ ବଡ଼ ବିସ୍ଫୋରଣ; ୫୪ ଜଣ ଆହତ, ୧୮ ନିଖୋଜ

ଦୋହା,୨୨।୬: ରବିବାର ରାତିରେ (ଜୁନ ୨୧) କତାରର ରାସ ଲାଫାନରେ ଏକ ପ୍ରମୁଖ ପ୍ରାକୃତିକ ଗ୍ୟାସ ରପ୍ତାନି ଟର୍ମିନାଲରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ଇରାନ ଦ୍ୱାରା…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri