ରୁଷିଆ ମିଶାଇଲ ମାଡରେ ଜନଗହଳି ପୂର୍ଣ୍ଣ ମଲରେ ଲାଗିଲା ନିଆଁ, ୧୬ ଲୋକଙ୍କ ମୃତ୍ୟୁ ଆଶଙ୍କା

କ୍ୱିଭ,୨୮ ।୬: ପୂର୍ବ ୟୁକ୍ରେନରେ ଥିବା ଏକ ଜନଗଳହି ପୂର୍ଣ୍ଣ ମଲକୁ ଟାର୍ଗେଟ କରିଛି ରୁଷିଆ । ଏଏଫପି ନ୍ୟୁଜର ସୂଚନା ଅନୁଯାୟୀ, ୟୁକ୍ରେନର ମଲ ଉପରେ ରୁଷିଆ ମିଶାଇଲ ଆକ୍ରମଣ କରିବା ଫଳରେ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୯ରୁ ଅଧିକ ଆହତ ହୋଇଛନ୍ତି । ଏହା ପୂର୍ବରୁ ଦ କ୍ୱିଭ ଇଣ୍ଡିପେଣ୍ଡେଣ୍ଟର ସୂଚନା ଅନୁଯାୟୀ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି ତାଙ୍କ ଟେଲିଗ୍ରାମ ଚ୍ୟାନେଲରେ ଲେଖିଥିଲେ, ରୁଷିଆ କ୍ରେମେନଚୁକରେ ଶପିଙ୍ଗ ସେଣ୍ଟର ଉପରେ ଆକ୍ରମଣ କରିଛି । ହଜାରେରୁ ଅଧିକ ଲୋକ ତା ଭିତରେ ରହିଥିଲେ । ସେ ଲେଖିଥିଲେ ମଲରେ ନିଆଁ ଲାଗିଯାଇଛି । ଅଗ୍ନିଶମ ବାହିନି ନିଆଁ ଲିଭାଇବାକୁ ଚେଷ୍ଟା ଜାରି ରଖିଥିବା ବେଳେ ପିଡିତଙ୍କ ସଂଖ୍ୟା କଳ୍ପନା କରିବା ଅସମ୍ଭବ ।

ତେବେ ଲଗାତାର ଭାବେ ଦ୍ୱିତୀୟ ଦିନରେ ରୁଷିଆ ମିଶାଇଲ ସିଭିଲ ଏରିଆକୁ ଟାର୍ଗେଟ କରିଛି । ଏହା ପୂର୍ବରୁ ୟୁକ୍ରେନ୍ ଦାବି କରିଥିଲା କି ରବିବାର ରୁଷିଆ କ୍ୱିଭର ଏକ ଆବାସିକ କୋଠାକୁ ଟାର୍ଗେଟ କରି ମିଶାଇଲ ମାଡ କରିଥିଲା । ସହରର ମେୟର ୱିଟାଲି କ୍ଲିଟସ୍କୋଙ୍କ ସୂଚନା ଅନୁଯାୟୀ, ଏହି ଆକ୍ରମଣରେ ଶିଶୁ ସମେତ ୪ ଜଣ ଆହତ ହୋଇଥିଲେ । ଏପଟେ ରବିବାର ରୁଷିଆ କହିଥିଲା କହି ତା’ର ସେନା ପଶ୍ଚିମ ୟୁକ୍ରେନରେ ୩ଟି ସେନା କେନ୍ଦ୍ର ଉପରେ ଆକ୍ରମଣ କରିଛନ୍ତି ଯେଉଁଥିରୁ ଗୋଟିଏ ପୋଲାଣ୍ଡ ସୀମାରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?