କଇଁଛ ପାଇଁ କ୍ଷେପଣାସ୍ତ୍ର ପରୀକ୍ଷା ବନ୍ଦ

ଭୁବନେଶ୍ୱର, ୧୦।୧୨(ଅସମାପିକା ସାହୁ): ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ(ଆଇଟିଆର୍‌)ରୁ ୩ ମାସ ମିସାଇଲ ବା କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରହିବ। ଲକ୍ଷାଧିକ ଅଲିଭ ରିଡ୍‌ଲେ କଇଁଛ ସେମାନଙ୍କ ବଂଶ ବୃଦ୍ଧି ପାଇଁ ଓଡ଼ିଶା ଉପକୂଳକୁ ବାଛିଥାନ୍ତି। ଏମାନଙ୍କ ସୁରକ୍ଷା ପାଇଁ ବାଲେଶ୍ବରରୁ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁରରୁ ଗଞ୍ଜାମ ଯାଏ ସମୁଦ୍ରକୂଳରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ମାଛଧରା ପାଇଁ ବାରଣ କରାଯାଇଥିବାବେଳେ ସେମାନଙ୍କ ଜୀବନଜୀବିକା ଲାଗି ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେଣୁ ଚାନ୍ଦିପୁର ଅବଦୁଲ କଲାମ ଦ୍ୱୀପରେ ଜାନୁୟାରୀରୁ ମାର୍ଚ୍ଚ ଯାଏ କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରଖିବାକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ କହିଛନ୍ତି, ଅବଦୁଲ କଲାମ ଦ୍ୱୀପ ନିକଟରେ ଅଲିଭ ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ ସ୍ଥାନ। କ୍ଷେପଣାସ୍ତ୍ର ପରୀକ୍ଷଣ ବେଳେ ଶକ୍ତିଶାଳୀ ଆଲୋକ ଏବଂ ଭୟଙ୍କର ଶବ୍ଦ ହୋଇଥାଏ। ଫଳରେ କଇଁଛମାନେ ଅସୁବିଧାର ସମ୍ମୁଖୀନ ହେବେ। ତେଣୁ ସେଠାରେ ପରୀକ୍ଷଣ ବନ୍ଦ କରିବା ପାଇଁ କୁହାଯାଇଛି।

ସେହିଭଳି ଜଙ୍ଗଲ ବିଭାଗ ପକ୍ଷରୁ ସତର୍କ ଓ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ସମୁଦ୍ର କୂଳରେ ଲୋକଙ୍କ ଅଯଥା ଚଳପ୍ରଚଳ ଉପରେ ରୋକ୍‌ ଲଗାଯାଇଛି। ସୂଚନାଯୋଗ୍ୟ, ବିଶ୍ୱରେ ଅଲିଭ ରିଡ୍‌ଲେଙ୍କ ସଂଖ୍ୟା ଦିନକୁ ଦିନ କମୁଥିବା ବେଳେ ଓଡ଼ିଶା ଉପକୂଳରେ ଏମାନେ ଲକ୍ଷ ଲକ୍ଷ ସଂଖ୍ୟାରେ ଆସି ଅଣ୍ଡାଦାନ କରିଥାନ୍ତି। ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ଅଲିଭ ରିଡ୍‌ଲେ କଇଁଛ ପ୍ରଜନନ ପାଇଁ ସର୍ବୋତ୍କୃଷ୍ଟ ସ୍ଥାନ ହୋଇଥିବା ବେଳେ କେନ୍ଦ୍ରାପଡ଼ାର ଗହୀରମଥା ସବୁଠୁ ନିରାପଦ ସ୍ଥାନ। ନଭେମ୍ବରରୁ ମାର୍ଚ୍ଚ ମଧ୍ୟରେ ଲକ୍ଷାଧିକ ଅଲିଭ ରିଡ୍‌ଲେ କଇଁଛ ଓଡ଼ିଶା ଉପକୂଳକୁ ଅଣ୍ଡାଦାନ ପାଇଁ ଆସିଥାନ୍ତି। ଜାନୁୟାରୀରୁ ମେ’ ଯାଏ ଅଣ୍ଡାଦାନ ପ୍ରକ୍ରିୟା ଚାଲିଥାଏ। ତେଣୁ ଏହି ପ୍ରକ୍ରିୟା ଯେପରି ବାଧାପ୍ରାପ୍ତ ନ ହେବ, ସେଥିପାଇଁ ଜଙ୍ଗଲ ବିଭାଗ ତତ୍ପରତା ଦେଖାଇଛି। ଏଥିସହ ବିଲୁପ୍ତ ପ୍ରାୟ ଏହି ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ଅନେକ ପ୍ରତିଷେଧକ ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri