ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର କରିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଦଳର ନେତା କାମ୍ରାନ ସୟିଦ ଉସମାନୀ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ, ବାଂଲାଦେଶର ସ୍ୱାଧୀନତା ଉପରେ ଆଞ୍ଚ ଆସିଲେ ପାକିସ୍ତାନ ଚୁପ୍ ରହିବ ନାହିଁ।

“ଯଦି ଭାରତ ବାଂଲାଦେଶର ସ୍ୱାୟତ୍ତଶାସନ ଉପରେ ଆକ୍ରମଣ କରେ କିମ୍ବା ଖରାପ ନଜର ପକାଏ, ତେବେ ମନେ ରଖିବା ଉଚିତ ଯେ ପାକିସ୍ତାନର ସେନା ଏବଂ କ୍ଷେପଣାସ୍ତ୍ର ଅତି ଦୂରରେ ନାହାନ୍ତି।”

ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଏକ ଆନୁଷ୍ଠାନିକ ସାମରିକ ମେଣ୍ଟ ହେବା ଉଚିତ। ଦୁଇ ଦେଶ ପରସ୍ପରର ମାଟିରେ ସାମରିକ ଘାଟି ସ୍ଥାପନ କରିବା ଆବଶ୍ୟକ ବୋଲି ସେ ପ୍ରସ୍ତାବ ଦେଇଛନ୍ତି। ଭାରତ ନିଜର ‘ଅଖଣ୍ଡ ଭାରତ’ ବିଚାରଧାରାକୁ ବାଂଲାଦେଶ ଉପରେ ଲଦିବାକୁ ଚେଷ୍ଟା କରୁଛି ବୋଲି ସେ ଅଭିଯୋଗ କରିଛନ୍ତି।

ଉସମାନୀ ଏକ ରଣନୀତିକ ଚିତ୍ର ଉପସ୍ଥାପନ କରି କହିଛନ୍ତି ଯେ, ପଶ୍ଚିମ ପଟୁ ପାକିସ୍ତାନ, ପୂର୍ବ ପଟୁ ବାଂଲାଦେଶ ଏବଂ ଲଦାଖ ଓ ଅରୁଣାଚଳ ପ୍ରଦେଶ ସୀମାରେ ଚାଇନା ରହିଲେ ଭାରତ ପାଇଁ ଅଡୁଆ ସୃଷ୍ଟି ହେବ। ଏହି ମେଣ୍ଟ ଦ୍ୱାରା ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (CPEC) ସହ ବାଂଲାଦେଶର ବନ୍ଦରଗୁଡ଼ିକୁ ଯୋଡ଼ା ଯାଇପାରିବ। ସେ ଦାବି କରିଛନ୍ତି ଯେ “ଯିଏ ସମୁଦ୍ର ଓ ବନ୍ଦରକୁ ନିୟନ୍ତ୍ରଣ କରେ, ସେ ବିଶ୍ୱକୁ ଶାସନ କରେ।”

ଭାରତୀୟ ସୀମା ସୁରକ୍ଷା ବଳ (BSF) ବାଂଲାଦେଶ ସୀମାରେ ଲୋକଙ୍କୁ ହଇରାଣ କରୁଥିବା ନେଇ ସେ ମିଥ୍ୟା ଅଭିଯୋଗ ମଧ୍ୟ କରିଛନ୍ତି। ଭାରତ ବାଂଲାଦେଶକୁ ଏକ ‘ହିନ୍ଦୁ ରାଷ୍ଟ୍ର’ର ଅଂଶ କରିବାକୁ ଚାହୁଁଥିବା ସେ ନିଜ ବୟାନରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri