ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅଡ଼ିଗୁନା ଗ୍ରାମର ଘାସିରାମ ନିଜ ପୂର୍ବ କମ୍ପାନୀରେ ସୁରକ୍ଷିତ ଭାବେ ପହଞ୍ଚତ୍ଛନ୍ତି। ଘାସିରାମଙ୍କ କହିବା ଅନୁଯାୟୀ, ଗତମାସ ୩୦ ତାରିଖରେ ସେ ଗାଁର ଅନ୍ୟ କେତେଜଣଙ୍କ ସହ କେସିଙ୍ଗା ରେଳ ଷ୍ଟେଶନରୁ କେରଳର ଏର୍ନାକୁଲମ ଜିଲା କୋଚିସ୍ଥିତ ଏକ କମ୍ପାନୀକୁ କାମ କରିବା ପାଇଁ ଯାଉଥିଲେ। ତେବେ ଏର୍ନାକୁଲମ ଷ୍ଟେଶନ ଆସିବା ସମୟରେ ଘାସିରାମ ଶୋଇପଡ଼ିଥିବାରୁ ପରବର୍ତ୍ତୀ ଷ୍ଟେଶନରେ ଓହ୍ଲାଇପଡ଼ିଥିଲେ। ଟିକେଟ ନ ଥିବାରୁ ସେଠାରେ ରେଲୱେ ପୋଲିସ ତାଙ୍କୁ ଅଟକାଇ ପଚରାଉଚୁରାକରି ଛାଡ଼ିଦେଇଥିଲା। କିନ୍ତୁ ଭାଷା ନ ବୁଝିପାରିବା ଏବଂ ପ୍ରଥମ ଥର ପୋଲିସର ସାମ୍ନା କରିଥିବାରୁ ଭୟ ଓ ମାନସିକ ଚାପରେ ସେ ସେଠାରୁ ପ୍ରାୟ ୧୩ କି.ମି. ଦୂର ସେଲୱାଇ ଅଞ୍ଚଳକୁ ଚାଲି ଚାଲି ପଳାଇଥିଲେ। କିଛିଦିନ ମାନସିକ ଅସନ୍ତୁଳନ ସ୍ଥିତିରେ ଏଣେତେଣେ ବୁଲି ସ୍ବାଭାବିକ ହେବା ପରେ ସେ ଗତ ୮ତାରିଖରେ ଏର୍ନାକୁଲମ ଆସି ସେଠାରୁ ଅଟୋ ଯୋଗେ କାମ କରୁଥିବା କମ୍ପାନୀରେ ପହଞ୍ଚିଥିଲେ। ସେଠାରେ ଥିବା ଅନ୍ୟ ଓଡ଼ିଆ ଶ୍ରମିକ ଏ ନେଇ ଗାଁ ଓ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଏହି ସୂଚନା ପାଇ ପରିବାର ଲୋକେ ଥୁଆମୂଳ ରାମପୁର ଥାନା ଅଧିକାରୀଙ୍କୁ ଅବଗତ କରାଇଥିଲେ। ପୂର୍ବରୁ ଥାନାରେ ରୁଜୁହୋଇଥିବା ନିଖୋଜ ମାମଲା (ନଂ.୧୯/୨୬) ଅନୁଯାୟୀ ଘାସିରାମ ସୁରକ୍ଷିତ ଥିବା ନେଇ ଥାନା ଅଧିକାରୀ ଗଣମାଧ୍ୟମକୁ ସ୍ପଷ୍ଟ କରିଛନ୍ତି। ଘାସିରାମ ସୁରକ୍ଷିତ ଥିବା ଖବର ପାଇ ପରିବାର ଓ ଗ୍ରାମରେ ଖୁସିର ଲହରି ଖେଳିଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri