୭ ଦିନ ହେବ ନିଖୋଜ ଥିଲେ ହର: ଆଜି ମିଳିଲା…

ଥୁଆମୂଳ ରାମପୁର,୬ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଘଟଣାରେ ଗତ ୭ ଦିନ ଧରି ନିଖୋଜ ଥିବା ବ୍ରାହ୍ମଣୀ ଚଞ୍ଚରା ଗ୍ରାମର ହର ବେହେରୁକ (୪୫)ଙ୍କ ମୃତଦେହ ଶୁକ୍ରବାର ସକାଳେ ଉଦ୍ଧାର କରାଯାଇଛି। ସାନଛତ୍ରଙ୍ଗ ଓ ଫୁକିଜାଲ ମଝି କୂଳରେ ମୃତଦେହଟି ଭାସୁଥିବା ଅବସ୍ଥାରେ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ଗତ ଶନିବାର ସକାଳ ପ୍ରାୟ ୧୧.୩୦ ସମୟରେ ହର ବେହେରୁକ ତାଙ୍କର ଦୁଇ ସାଥୀ ରବି ପୁଝାରୀ ଓ ଚନ୍ଦ୍ର ବେହେରାଙ୍କ ସହ ମାଛ ଧରିବାକୁ ଯାଇଥିଲେ। ତେବେ ଗଭୀର ଜଳରାଶି ମଧ୍ୟରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ସେହି ସ୍ଥାନରେ ପାଣିର ଗଭୀରତା ପ୍ରାୟ ୩୦୦ରୁ ୪୦୦ ଫୁଟ ରହିଥିବାରୁ ଉଦ୍ଧାର କାର୍ଯ୍ୟ ଅତ୍ୟନ୍ତ କଷ୍ଟସାଧ୍ୟ ହୋଇପଡ଼ିଥିଲା।
ଘଟଣାର ୭ ଦିନ ପରେ ଶୁକ୍ରବାର ସକାଳ ପ୍ରାୟ ୬ଟା ସମୟରେ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀ ତୁରନ୍ତ ଥୁଆମୂଳ ରାମପୁର ଥାନାକୁ ସୂଚନା ଦେଇଥିଲେ। ଖବର ପାଇ ମହୁଲପାଟଣା ଫାଣ୍ଡି ଅଧିକାରୀ ଅରୁଣ ଭତ୍ତା, ଅତିରିକ୍ତ ତହସିଲଦାର ତପନ କୁମାର ପତି, ଅଗ୍ନିଶମ ବିଭାଗ ଅଧିକାରୀ ବନମାଳୀ ପୁଝାରୀ ଏବଂ ପୋଲିସ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ଘଟଣାରେ ଥୁଆମୂଳ ରାମପୁର ଥାନାରେ ୟୁଡ଼ି (UD) କେସ ନଂ ୦୧/୨୬ ରେ ମାମଲା ରୁଜ୍ଜୁ କରାଯାଇଛି। ସରକାରୀ ଅନୁସନ୍ଧାନ ପ୍ରକ୍ରିୟା ଶେଷ ହେବା ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଘଟଣାସ୍ଥଳରେ ସ୍ଥାନୀୟ ସରପଞ୍ଚ ଧନସିଂ ମାଝୀ, ୱାର୍ଡ ସଭ୍ୟ ଦୁର୍ଯ୍ୟଧନ ନାଏକ, ପଞ୍ଚାୟତ ବିଜେଡି ସଭାପତି ଭଜମନ ନାଏକଙ୍କ ସମେତ ମୃତକଙ୍କ ପରିବାରବର୍ଗ ଓ ବହୁ ସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri