ଧନୁଯାତ୍ରାରୁ ନିଖୋଜ ଯୁବତୀଙ୍କୁ ବଳାତ୍କାର ମାମଲା: ଭାଜପା କହିଲା, ଫେରାର ମୁଖ୍ୟ ଅଭିଯୁକ୍ତ ବିଜେଡ଼ି ନେତାଙ୍କ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ସମୟରେ ନିଖୋଜ ଯୁବତୀଙ୍କୁ ଅପହରଣ, ବଳତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଉକ୍ତ ମାମଲାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି।

ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ସିଧାସଳଖ ବିଜେଡ଼ିକୁ ଟାର୍ଗେଟ୍‌ କରିଛନ୍ତି। ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଯୁବକ ଜଣକ ଜଣେ ପୂର୍ବତନ ସରପଞ୍ଚ ତଥା ବିଜେଡ଼ିର ବରିଷ୍ଠ ସଦସ୍ୟଙ୍କ ପୁତୁରା ବୋଲି ସେ କହିଛନ୍ତି। ଏହି ଦୃଷ୍ଟିରୁ ଘଟଣା ଦିନଠାରୁ ସମ୍ପୃକ୍ତ ଅଭିଯୁକ୍ତ କିମ୍ବା ତାଙ୍କ ସମ୍ପର୍କୀୟଙ୍କଠାରୁ କାହା ପାଖକୁ ଫୋନ୍‌କଲ୍‌ ଆସିଛି, ତାହା ଟ୍ରାକ୍‌ କରାଯିବା ସହିତ ସାମ୍ନାକୁ ଅଣାଯାଉ ବୋଲି ଷଡ଼ଙ୍ଗୀ କହିଛନ୍ତି।

ଅନ୍ୟପକ୍ଷେ ସୋମବାର ମୁଖ୍ୟ ଅଭିଯୁକ୍ତଙ୍କୁ ଫେରାର୍‌ କରାଇବାରେ ସହଯୋଗ କରିଥିବା ଅଭିଯୋଗରେ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବା ପରେ ବରଗଡ଼ ବିଧାୟକ ଷଡ଼ଙ୍ଗୀଙ୍କୁ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ କଡ଼ା ଜବାବ୍‌ ଦେଇଛନ୍ତି। ସେ କହିଛନ୍ତି, ଶାସକ ଦଳର ବରଗଡ଼ ବିଧାୟକ ଷଡ଼ଙ୍ଗୀ ବିଜେଡ଼ିକୁ ଆକ୍ଷେପ କରି ଗଣମାଧ୍ୟମକୁ ଯେଉଁ ପ୍ରତିକ୍ରିୟା ଦେଇଛନ୍ତି, ପ୍ରକୃତରେ ଅନୁସନ୍ଧାନ କରି ତଥ୍ୟ ସହିତ ସେ ସେଭଳି ପ୍ରତିକୟା ରଖନ୍ତୁ।

ମୁଖ୍ୟ ଅଭିଯୁକ୍ତଙ୍କୁ ଫେରାର୍‌ କରାଇବାରେ ସହଯୋଗ କରି ଗିରଫ ହୋଇଥିବା ସର୍ଜନ ଡନସନା ଭାଜପାର ଜଣେ କାର୍ଯ୍ୟକର୍ତ୍ତା। ତାର ତଥ୍ୟ ଫଟୋ ପାଖରେ ଅଛି କହି ସେଭଳି କିଛି ଫଟୋ ମଧ୍ୟ ଦେବେଶ ଦେଖାଇଥିଲେ। କେଉଁ ଆଧାରରେ ବରଗଡ଼ ବିଧାୟକ ବିଜେଡ଼ିକୁ ଆକ୍ଷେପ କରୁଛନ୍ତି ବୋଲି ପ୍ରଶ୍ନ କରିବା ସହିତ ସେଭଳି ମନ୍ତବ୍ୟକୁ ବିଜେଡ଼ି ନିନ୍ଦା କରୁଛି ବୋଲି ଦେବେଶ କହିଛନ୍ତି।

ଭାଜପା ସବୁବେଳେ ଗୁଣ୍ଡାମାନଙ୍କୁ ପ୍ରଶ୍ରୟ ଦେଇ ଆସୁଛି। ପୂର୍ବତନ ରାଜ୍ୟପାଳଙ୍କ ପୁଅ ଜଣେ ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ଏହାର ଜ୍ୱଳନ୍ତ ଦୃଷ୍ଟାନ୍ତ। ଏଭଳି ଘଟଣାରେ ପୋଲିସ ପାଖରେ ତଥ୍ୟ ଥିବା ସତ୍ତ୍ୱେ ରାଜ୍ୟପାଳଙ୍କ ପୁଅଙ୍କୁ ଛାଡ଼ି ଦେଇଥିବା ଯୋଗୁ ରାଜ୍ୟରେ ସେଥିପାଇଁ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି ବୋଲି ଦେବେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri