ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ସେହି ଗ୍ରାମର ନିତୁ ମହାପାତ୍ର(୧୯)। ସେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟର ଯୁକ୍ତ ତିନି ଦ୍ବିତୀୟ ବର୍ଷ ଛାତ୍ରୀ ବୋଲି ଜଣାପଡିଛି। ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ, ଅତିରିକ୍ତ ଏସ୍‌ପି କେ.ପି. ଜେନା, ଏସ୍‌ଡିପିଓ ସୁଶିଲ ମିଶ୍ର, ଟାଉନ ଥାନା ଅଧିକାରୀ ଉମାଶଙ୍କର ସିଂ ପ୍ରମୁଖ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ପୋଲିସ ମୃତଦେହକୁ ଜବତ କରି ବ୍ୟବେଚ୍ଛଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।
ଅପରପକ୍ଷେ ମୃତା ଯୁବତୀଙ୍କ ପ୍ରେମିକ ଓ ମା’ଙ୍କ ବିରୋଧରେ ସମ୍ପର୍କିୟ ଦାଦା ବସନ୍ତ ରଣା ଗୁରୁବାର ଥାନାରେ ଅଭିଯୋଗ କରିଛନ୍ତି । ଏନେଇ ପୋଲିସ୨୧୩।୨୦ରେ ମାମଲା ରୁଜୁ କରି ପ୍ରେମିକଙ୍କୁ ଥାନାରେ ଅଟକ ରଖିଛି।

ଅଭିଯୋଗରେ ଦର୍ଶାଯାଇଛି, ପ୍ରେମିକଙ୍କ ମା ମଙ୍ଗଳବାର ଝିଅ ଘରକୁ ଆସି କଟୁ ଭାଷାରେ ଗାଳିଗୁଲଜ କରିଥିଲେ। ସେହିଦିନ ରାତିରେ ନିତୁ ଘର ଛାଡି କେଉଁ ଆଡେ ଚାଲି ଯାଇଥିଲେ। ପରିବାରଲୋକେ ତାଙ୍କୁ ନ ପାଇ ବୁଧବାର ଥାନାରେ ସେହି ଗ୍ରାମର ଯୁବକ(ପ୍ରେମିକ)ଙ୍କ ବିରୋଧରେ ଅପହରଣ ଅଭିଯୋଗ କରିଥିଲେ। ଗୁରୁବାର ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ସେ ଆତ୍ମହତ୍ୟା କରିଛନ୍ତି ନା କେହି ତାଙ୍କୁ ହତ୍ୟା କରି କୂଅରେ ଫୋପାଡି ଦେଇଛନ୍ତି ତାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଯୋର ଧରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?