ଫେରିଲେ ନିଖୋଜ ସ୍ବାମୀ, ସାବିତ୍ରୀ ବ୍ରତରେ ହୋଇଥିଲେ ନିଖୋଜ

ଧର୍ମଶାଳା,୩।୬(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଶ୍ରୀବନ୍ତପୁର ପଂଚାୟତ ର
ବାର୍ଡାଙ୍ଗି ଗ୍ରାମର ପାପୁନ ସାମଲ ସାବିତ୍ରୀ ବ୍ରତରେ ନିଖୋଜ ହୋଇଥିଲେ। ଯାହାକୁ ନେଇ ଶୁଭଲକ୍ଷ୍ମୀଙ୍କ ପରିବାର କୁଆଖିଆ ଥାନା ରେ ଅଭିଯୋଗ ମଧ୍ୟ କରିଥିଲେ। କିନ୍ତୁ ପୋଲିସ ସଠିକ କାର୍ଯ୍ୟନୁଷ୍ଠାନ ଗ୍ରହଣ କର ୁନ ଥିବା ଦାବିରେ ବୁଧବାର ପରିବାର ଲୋକେ ଓ ଗ୍ରାମବାସୀ ଜବରା ବ୍ରାହ୍ମଣୀ ସେତୁ ନିକଟରେ ଟାୟାର ଜାଳି ରାସ୍ତା ଅବରୋଧ କରି ବସିଥିଲେ। ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ କୁଆଖିଆ ପୋଲିସ ଓ ଗୋଟାଏ ପ୍ଲାଟୁନ ପୋଲିସ ଫୋର୍ସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ଖୁବଶୀଘ୍ର ନିଖୋଜ ସ୍ବାମୀଙ୍କୁ ଫେରାଇ ଆଣିବା ପ୍ରତିଶ୍ରୁତି ପାଇବା ପରେ ଲୋକେ ଧାରଣାରୁ ଉଠିଥିଲେ।

ଏହି ଘଟଣାକୁ କୁଆଖିଆ ପୋଲିସ ଗୁରୁତର ସହ ତଦନ୍ତ କରିଥିବା ବେଳେ ବନାରସ ର କାଶୀ ବିଶ୍ୱନାଥ ଅଞ୍ଚଳରୁ ସ୍ଥାନୀୟ ଲୋକେଙ୍କ ସହଯୋଗରେ ଯାଜପୁର ରୋଡ ଷ୍ଟେଶନରୁ ଉକ୍ତ ଯୁବକଙ୍କୁ ଉଦ୍ଧାର କରିଛି। କୁଆଖିଆ ପୋଲିସ ପକ୍ଷରୁ ନିଖୋଜ ଯୁବକଙ୍କୁ ପରିବାର ଜିମା ଦେଇଛନ୍ତି। ସ୍ବାମୀଙ୍କୁ ପାଇଁ ପତ୍ନୀ ଶୁଭଲକ୍ଷ୍ମୀ ଓ ପରିବାର ଲୋକେ ବେଶ ଖୁସି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri