ମଧ୍ୟାହ୍ନ ଭୋଜନ ନ ଆସିବାରୁ ଉତ୍ତେଜନା: ପରେ ଯାହା ଘଟିଲା….

ବାସୁଦେବପୁର,୨।୧୦(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧୀନ ମନ୍ଦାରୀ ହରିଜନ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଦ୍ୟ ନିମ୍ନମାନର ଦିଆଯାଉଥିବା ସହ ମଙ୍ଗଳବାର ନ ଆସିବାରୁ ୨ ସ୍କୁଲରେ ଉତ୍ତେଜନା ଦେଖାଦେଇଛି। ମଧ୍ୟାହ୍ନ ଭୋଜନ ଖାଦ୍ୟ ନ ଆସିବାରୁ ବିଦ୍ୟାଳୟରେ ଉପସ୍ଥିତ ଛାତ୍ରୀଛାତ୍ର ମଧ୍ୟାହ୍ନ ଭୋଜନ ଖାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଶନିବାରଠାରୁ ମଧ୍ୟାହ୍ନ ଭୋଜନ ଖାଦ୍ୟ ନିମ୍ନମାନର ଦିଆଯାଉଥିବାରୁ ଏହି ବିବାଦ ଆରମ୍ଭ ହୋଇଛି। ସୋମବାର ମଧ୍ୟ ଅନୁରୂପ ସ୍ଥିତି ସୃଷ୍ଟି ହୋଇଥିଲା। ମଙ୍ଗଳବାର ମଧ୍ୟାହ୍ନଭୋଜନ ଖାଦ୍ୟ ନ ଆସିବାରୁ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ବିଦ୍ୟାଳୟରେ ଖାଦ୍ୟ ରାନ୍ଧିବା ଓ ଏହି ରନ୍ଧା ଖାଦ୍ୟକୁ ଛାତ୍ରୀଛାତ୍ରଙ୍କୁ ଦିଆଯିବାକୁ ଗ୍ରାମବାସୀ ଦାବି କରିଛନ୍ତି। ବିଦ୍ୟାଳୟରେ ଏପରି ଅପ୍ରୀତିକର ପରିସ୍ଥିତି ଦେଖାଦେଇଥିବା ବେଳେ କେତେଜଣ ଅଭିଭାବକ ଓ ଗ୍ରାମବାସୀ ସେମାନଙ୍କ ପିଲାଙ୍କୁ ସ୍କୁଲରୁ ଘରକୁ ନେଇ ଯାଇଥିଲେ। ଏଥିସହ ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଗାଳିଗୁଲଜ ଓ ଦୁର୍ବ୍ୟବହାର ପ୍ରଦର୍ଶନ କରିଛନ୍ତି। ଅପରାହ୍ନରେ ଏହି ଘଟଣା ଘଟିବା ପରେ ଶିକ୍ଷୟିତ୍ରୀ ଶିକ୍ଷକ ଅସୁରକ୍ଷିତ ମନେ କରି ବିଇଓଙ୍କ କାର୍ଯ୍ୟାଳୟରେ ଏନେଇ ଅଭିଯୋଗ କରିଛନ୍ତି।
ତଦନ୍ତ ପାଇଁ ଏବିଇଓ ଅମିୟ ମହାଳିକ ୨ ବିଦ୍ୟାଳୟରେ ପହଞ୍ଚତ୍ଥିଲେ। ଅଭିଭାବକ, ଗ୍ରାମବାସୀ ଓ ଶିକ୍ଷକମାନଙ୍କ ସମସ୍ୟାକୁ ବୁଝାଶୁଝା ମାଧ୍ୟମରେ ସମାଧାନ କରିବାକୁ ଉଦ୍ୟମ କରି ବିଫଳ ହୋଇଛନ୍ତି। ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଷ୍ଟାଲିନା ଭୋଇ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କଳ୍ପନା ସାହୁ ସେମାନଙ୍କୁ ଦୁର୍ବ୍ୟବହାର କରାଯାଉଥିବା ବିଇଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏ ଦିଗରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ହସ୍ତକ୍ଷେପ କରି ସମାଧାନ କରିବା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri