ପୁରୀରୁ ନିଖୋଜ ନାବାଳିକା ଆନ୍ଧ୍ରପ୍ରଦେଶରୁ ଉଦ୍ଧାର

ପୁରୀ,୧୧ା୯(ଅଜିତ୍‌ କୁମାର ମହାନ୍ତି)-ପୁରୀ ସମୁଦ୍ରକୂଳ ଥାନା ଅନ୍ତର୍ଗତ ରାମମନ୍ଦିର ନିକଟରୁ ନିଖୋଜ ଥିବା ଜଣେ ନାବାଳିକାଙ୍କୁ ପୋଲିସ ଗୁରୁବାର ଆନ୍ଧ୍ରପ୍ରଦେଶରୁ ଉଦ୍ଧାର କରିଛି।

ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି। ସମ୍ପୃକ୍ତ ନାବାଳିକା ନିଖୋଜ ଥିବା ନେଇ ସମୁଦ୍ରକୂଳ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ କେସ୍‌ (ନଂ. ୨୩୩/୨୫) ରୁଜୁ କରି ତଦନ୍ତ ଜାରି ରଖିଥିଲା। ସମ୍ପୃକ୍ତ ନାବାଳିକାଙ୍କୁ ଚିଲ୍‌ଡ୍ରେନ୍‌ ୱେଲଫେୟାର କମିଟି ସମ୍ମୁଖରେ ହାଜର କରାଯିବା ପରେ ପରିବାର ଲୋକଙ୍କ ସହ ଯୋଗାଯୋଗ କରାଯାଇଛି।

ସମ୍ପୃକ୍ତ ନାବାଳିକାଙ୍କୁ ତାଙ୍କ ପରିବାରକୁ ଫେରାଇ ନେବାଲାଗି ପଦକ୍ଷେପ ଗ୍ରହଣ କରାଯିବ ବୋଲି ପୋଲିସ କହିଛି। ଅଟକ ଅଭିଯୁକ୍ତଙ୍କ ବିରୋଧରେ ପୋକ୍ସୋ ଆକ୍ଟ ଏବଂ ଅନ୍ୟାନ୍ୟ ସମ୍ପର୍କିତ ଧାରାରେ ମାମଲା ରୁଜୁ ହୋଇଛି। ପୁରୀ ପୋଲିସ ସଦା ମହିଳା ଓ ଶିଶୁ ସୁରକ୍ଷା ପ୍ରତି ସଚେତନ ଓ ସତର୍କ ରହିଛି। କୌଣସି ପ୍ରକାରର ଆପରାଧିକ କାର୍ଯ୍ୟକଳାପ ସହିତ ଜଡିତ ବ୍ୟକ୍ତିଙ୍କୁ କେବେ ଛଡ଼ାଯିବ ନାହିଁ। ଯଦି କୌଣସି ସନ୍ଦେହଜନକ କାର୍ଯ୍ୟ, ବିଶେଷକରି ନାବାଳିକା, ମହିଳାଙ୍କ ସହିତ ଅପରିଚିତ ବ୍ୟକ୍ତିଙ୍କ ସନ୍ଦିଗ୍ଧ ବୁଲାବୁଲି ଦେଖିବାକୁ ମିଳେ, ତାହାହେଲେ ତୁରନ୍ତ ପୋଲିସଙ୍କୁ ସୂଚନା ଦିଅନ୍ତୁ। ଶିଶୁ ସୁରକ୍ଷା ଆମର ପ୍ରାଥମିକତା ବୋଲି ପୁରୀ ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ…

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri