ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ମୟୂରଭଞ୍ଜ ଜିଲା ତିରିଂ ଅଞ୍ଚଳରୁ ତିରିଂ ଥାନା ପୋଲିସ ତାଙ୍କୁ ଉଦ୍ଧାର କରିଛି।
ମିଳିଥିବା ସୂଚନା ମୁତାବକ, ଯାଜପୁର ଜିଲାର ସାଗର ସାହୁ ଗତ ୩୧ ତାରିଖରୁ ହଠାତ ନିଖୋଜ ହୋଇଯାଇଥିଲେ। ଏ ନେଇ ପରିବାର ଲୋକେ କୁଆଖିଆ ଥାନାରେ ଏତଲା ଦେବା ପରେ ପୋଲିସ ଛାନଭିନ୍‌ ଜାରି ରଖିଥିଲା। ତେବେ ଆଜି ସାଗର ଝାଡ଼ଖଣ୍ଡ ପଟୁ ଏକ ବସ୍‌ରେ ଆସୁଥିବା ସମୟରେ ବସ କଣ୍ଡକ୍ଟରଙ୍କ ମୋବାଇଲ୍‌ରୁ ନିଜ ଘର ଲୋକଙ୍କ ସହ ଯୋଗାଯୋଗ କରିଥିଲେ।
ସାଗରଙ୍କଠାରୁ ଫୋନ ପାଇବା ପରେ ପରିବାର ଲୋକେ ତୁରନ୍ତ କୁଆଖିଆ ପୋଲିସକୁ ଖବର ଦେଇଥିଲେ। କୁଆଖିଆ ପୋଲିସ ସୂଚନା ଆଧାରରେ ତିରିଂ ଥାନା ପୋଲିସ ସହାୟତାରେ ବସ୍‌କୁ ଅଟକାଇ ସାଗରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ବର୍ତ୍ତମାନ ସାଗରଙ୍କୁ ନିଜ ହାତଜିମାକୁ ନେବା ପାଇଁ କୁଆଖିଆ ପୋଲିସର ଏକ ଟିମ୍‌ ତିରିଂ ଥାନା ଅଭିମୁଖେ ବାହାରିଛି। ସେ କାହିଁକି ଏବଂ କେଉଁ ପରିସ୍ଥିତିରେ ନିଖୋଜ ହୋଇଥିଲେ, ପୋଲିସର ପଚରାଉଚରା ପରେ ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି କୁହାଯାଉଛି।
ସୂଚନାଯୋଗ୍ୟ, ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କପାଳି ଗ୍ରାମର ସାଗର ଗତ ୨ ତାରିଖରେ ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଥିଲା । ତାଙ୍କ ମୋବାଇଲ ଫୋନ ବ୍ରହ୍ମପୁର ରେଳ ଷ୍ଟେଶନର ଏକ ନମ୍ବର ପ୍ଲାଟଫର୍ମରୁ ମିଳିଥିଲା ।

ଏମବିବିଏସ ପ୍ରଥମ ବର୍ଷ ଛାତ୍ର ସାଗର ବିନା କୋଚିଂରେ ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଏମକେସିଜିରେ ନାମ ଲେଖାଇଥିଲେ। ସେ ପ୍ରଥମ ବର୍ଷର ପଢୁଥିବା ମାମୁ କୁଳମନି ସାହୁ ସୂଚନା ଦେଇଥିଲେ । ସାଗରଙ୍କ ନିଖୋଜ ନେଇ ବିଏନପୁର ଥାନା ଓ ଜିଆରପି ଥାନା ଷ୍ଟେଶନ ପରିସରରେ ଲାଗିଥିବା ସିସିଟିଭି ଯାଞ୍ଚ ଓ ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଥିଲା । ଅନ୍ୟପକ୍ଷେ ସାଗର ପଶ୍ଚିମବଙ୍ଗ ଖଡଗପୁର ଠାରେ ଥିବା ନେଇ ପରିବାରଲୋକଙ୍କୁ ଜଣେ ବ୍ୟକ୍ତି ଯୋଗାଯୋଗ କରିଥିବା ସାଗରଙ୍କ ଅଭିଭାବକ କହିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri