ମୁଖ୍ୟମନ୍ତ୍ରୀଙ୍କ ମୋବାଇଲ ପ୍ରଦାନ ତାଲିକାରୁ ବଞ୍ଚିତ ଧୂଳିପୁଟବାସୀ

ଚିତ୍ରକୋଣ୍ଡା,୨୨ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ୯ଟି ପଞ୍ଚାୟତ ଯଥା ବଡ଼ପଡା, ପାପରମେଟେଲା, ରାଲେଗାଡା, ଧୂଳିପୁଟ, ଯୋଡ଼ାମ୍ବ, ପଣସପୁଟ, ଅଣ୍ଡିରାପାଲି, ଗାଜୁଲୁମାମୁଡ଼ି ଓ ଯନ୍ତ୍ରୀ ପଞ୍ଚାୟତର ପ୍ରତି ପରିବାରକୁ ସ୍ମାର୍ଟ ଫୋନ୍‌ ଯୋଗାଇ ଦେବାକୁ ଯନ୍ତାପାଇଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫର୍‌ରେନ୍ସିଂ ମାଧ୍ୟମରେ ପ୍ରତିଶ୍ରୁତି ଦେଇଥିଲେ। କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା, ମାଲକାନଗିରି ଜିଲା ପ୍ରଶାସନଙ୍କ ଉପସ୍ଥିତିରେ ଉଦ୍‌ଘାଟନ ସହ ଶୁଭାରମ୍ଭ କରି ସ୍ବାଭିମାନ ଅଞ୍ଚଳ ୭ ଜଣଙ୍କୁ ସ୍ମାର୍ଟ ଫୋନ ପ୍ରଦାନ କରି ଖୁବ୍‌ଶୀଘ୍ର ଦିଆଯିବ ଅନ୍ୟମାନଙ୍କୁ ଦିଆଯିବ ବୋଲି ଘୋଷଣା କରିଥିଲେ।
ଘୋଷଣା ଅନୁଯାୟୀ, ଜିଲା ତଥା ବ୍ଲକ ପ୍ରଶାସନ ଶିକ୍ଷକମାନଙ୍କ ମାଧ୍ୟମରେ ବିଭିନ୍ନ ପଞ୍ଚାୟତରେ ସ୍ମାର୍ଟ ଫୋନ ବଣ୍ଟନ କରାଯିବା ସମୟରେ ଉକ୍ତ ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଖୋଦ୍‌ ପଞ୍ଚାୟତ ହେଡ୍‌ କ୍ୱାର୍ଟର ଧୂଳିପୁଟ ଗ୍ରାମର ୩୫ ପରିବାରର ନାମ ଉକ୍ତ ମୋବାଇଲ ବଣ୍ଟନ ପରିବାର ତାଲିକାରେ ନାହିଁ। ଫଳରେ ଉକ୍ତ ଗ୍ରାମର ୩୫ ପରିବାର ସ୍ମାର୍ଟ ଫୋନ୍‌ ପାଇବାରୁ ବଞ୍ଚିତ ଅଛନ୍ତି ବୋଲି ଉକ୍ତ ଧୂଳିପୁଟ ଗ୍ରାମର ଜଗବନ୍ଧୁ ହନ୍ତାଳ ଅଭିଯୋଗ କରିଛନ୍ତି ଅବିଳମ୍ବେ ଜିଲା ତଥା ବ୍ଲକ ପ୍ରଶାସନ ତୁରନ୍ତ ଉକ୍ତ ଧୂଳିପୁଟ ଗ୍ରାମର ୩୫ ପରିବାରକୁ ତାଲିକାଭୁକ୍ତ କରି ସ୍ମାର୍ଟ ଫୋନ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?