୨ସନ୍ତାନ ସହ ମା’ଙ୍କ ମିଳୁନି ପତ୍ତା: ଥାନାରେ ଏତଲା

ଲହୁଣୀପଡା,୧।୫(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଶସ୍ୟକଳା ପଞ୍ଚାୟତ ବରସୁଆଁ ବସଷ୍ଟାଣ୍ଡ ନିକଟରେ ରହୁଥିବା ଜଣେ ମହିଳା ୨ ସନ୍ତାନ ସହ ନିଖୋଜ ହୋଇଯାଇଛନ୍ତି। ନିଜ ସ୍ବାମୀକୁ ନ ଜଣାଇ ପୁଅ ଝିଅଙ୍କୁ ସାଙ୍ଗରେ ନେଇ କୁଆଡ଼େ ଚାଲି ଯାଇଛନ୍ତି ବୋଲି ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ଝାଡ଼ଖଣ୍ଡ ସିଂହଭୂମ ଜିଲା ମନୋହରପୁରୁ ଥାନା ଅନ୍ତର୍ଗତ ଇଛାପିର ଗ୍ରାମର ହରିନାଥ ମାହାତୋଙ୍କ ପୁଅ ରମାକାନ୍ତ ମାହାତୋ ଅନେକ ଦିନ ହେବ ବରସୁଆଁରେ ରହି କାମ କରୁଥିଲେ। ବରସୁଆଁ ବସଷ୍ଟାଣ୍ଡ ନିକଟରେ ଏକ ଭଡା ଘରେ ସ୍ତ୍ରୀ ଶର୍ମିଳା (୩୦) ଓ ୧୦ବର୍ଷର ପୁଅ ଓ ୫ ବର୍ଷର ଝିଅକୁ ନେଇ ରହି ଆସୁଥିଲେ। କିନ୍ତୁ ଗତ ୨୮ ତାରିଖ ସକାଳ ପ୍ରାୟ ୧୦ ଟାରୁ ଘରେ ତାଲା ପକାଇ ପୁଅଝିଅକୁ ନେଇ ତାଙ୍କର ସ୍ତ୍ରୀ କେଉଁଆଡ଼େ ଚାଲି ଯାଇଛନ୍ତି। ନିଜର ସମ୍ପର୍କୀୟ ଓ ବନ୍ଧୁବାନ୍ଧବଙ୍କ ଘରେ ଖୋଜାଖୋଜି କରି ନ ପାଇବାରୁ ବାଧ୍ୟହୋଇ ଲହୁଣୀପଡା ଥାନାରେ ରମାକାନ୍ତ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri