ଦୁର୍ଘଟଣାଗ୍ରସ୍ତ ହେଲା ନିଖୋଜ ଥିବା ବିମାନ, ୧୦ ଯାତ୍ରୀଙ୍କ ମୃତ୍ୟୁ

ଓ୍‌ବାଶିଂଟନ୍‌,୧୮।୨: ଗୁରୁବାର (ଫେବୃଆରୀ ୬) ପଶ୍ଚିମ ଆଲାସ୍କାରୁ ନିଖୋଜ ହୋଇଥିବା ଏକ ଛୋଟ ଆମେରିକୀୟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବାର ଖବର ମିଳିଛି। ଏନେଇ ଶୁକ୍ରବାର ଆମେରିକା ତଟରକ୍ଷୀ ବାହିନୀ ସୂଚନା ଦେଇଛି। ଏହି ଦୁର୍ଘଟଣାରେ ଛୋଟ କମ୍ୟୁଟର ବିମାନରେ ଥିବା ସମସ୍ତ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ନୋମର ଉତ୍ତର-ପୂର୍ବରେ ୩୪ ମାଇଲ (ପ୍ରାୟ ୫୫ କିଲୋମିଟର) ଦୂରରେ ଯାତ୍ରୀବାହୀ ବିମାନଟି ମିଳିଥିଲା।

USCG ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏହି ଦୁର୍ଘଟଣା ବିଷୟରେ ପୋଷ୍ଟ କରିଛି। ଏହି ପୋଷ୍ଟରେ USCG କହିଛି, ବିମାନରେ ଥିବା ୧୦ ଜଣଙ୍କ ମଧ୍ୟରୁ ୩ ଜଣଙ୍କ ମୃତଦେହ ବିମାନରେ ମିଳିଛି। ବାକି ୭ ଜଣଙ୍କ ମୃତଦେହ ବିମାନ ଭିତରେ ରହିବାର ସମ୍ଭାବନା ରହିଛି। କିନ୍ତୁ ଦୁର୍ଘଟଣାଗ୍ରସ୍ତ ବିମାନର ଅବସ୍ଥା ଯୋଗୁ ବର୍ତ୍ତମାନ ବିମାନ ଭିତରକୁ ପ୍ରବେଶ କରିବା କଷ୍ଟକର।


Enter your email to get our daily news in your inbox.

All Right Reserved By Dharitri.Com

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri