ନିଖୋଜ ସରପଞ୍ଚ ପ୍ରାର୍ଥୀ ଶ୍ୱଶୁରଘରୁ ଉଦ୍ଧାର

ଛେଣ୍ଡିପଦା,୧୦ା୨(ସ୍ବ.ପ୍ର.)  ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ମନୋଜ ସେଠୀ ନିଖୋଜ ହେବାର ୧୨ ଘଣ୍ଟା ପରେ ଉଦ୍ଧାର ହୋଇଛନ୍ତି। ଛେଣ୍ଡିପଦା ପୋଲିସ ବୁଧବାର ମନୋଜଙ୍କୁ ତାଙ୍କ ଶ୍ୱଶୁର ଘରୁ ଉଦ୍ଧାର କରିଛି। ନିର୍ବାଚନରେ ହାରିଯିବା ଭୟରେ ସେ ନିଜେ ଅପହରଣର ମିଛ ନାଟକ କରି ଶ୍ୱଶୁରଘରକୁ ଚାଲିଯାଇଥିଲେ। ପଚରାଉଚରା ବେଳେ ମନୋଜ ପୋଲିସ ସମ୍ମୁଖରେ ଏହା ପ୍ରକାଶ କରିଥିବା ଥାନା ଅଧିକାରୀ ଧୀରେନ କୁମାର ବେହେରା ସୂଚନା ଦେଇଛନ୍ତି। ରାତିରେ ତାଙ୍କୁ ପରିବାର ଲୋକଙ୍କ ଜିମା ଦିଆଯିବ ବୋଲି ଥାନା ଅଧିକାରୀ କହିଛନ୍ତି।
ପ୍ରକାଶ ଯେ, ପ୍ରଚାର ପାଇଁ ଯାଇଥିବା ମନୋଜଙ୍କ ମଙ୍ଗଳବାର ରାତିରେ ଖୋଜଖବର ନ ମିଳିବାରୁ ତାଙ୍କ ପରିବାର ପକ୍ଷରୁ ରାତି ୯ଟା ବେଳେ ଛେଣ୍ଡିପଦା ଥାନାରେ ଅପହରଣ ଅଭିଯୋଗ କରାଯାଇଥିଲା। ଏହାକୁ ଗମ୍ଭୀରତାର ସହ ନେଇ ପୋଲିସ ନଂ. ୭/୨୨ରେ ମାମଲା ରୁଜୁ କରିବା ସହିତ ଦୁଇଟି ଟିମ୍‌ ଗଠନ କରି ତଦନ୍ତ ଚଳାଇଥିଲା। ମୋବାଇଲ ଟ୍ରାକିଂରୁ ସେ ସମ୍ବଲପୁର ଜିଲା ନାକିଟିଦେଉଳ ଥାନା ସାହେବ ଅଞ୍ଚଳରେ ଥିବା ପୋଲିସ ପ୍ରଥମେ ଜାଣିବାକୁ ପାଇଥିଲା। ତେବେ ମନୋଜ ତାଙ୍କ ଶ୍ୱଶୁର ଘର ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ସଙ୍ଗାପଶି ଗ୍ରାମରେ ଥିବା ବୁଧବାର ସକାଳେ ଖବରପାଇ ଛେଣ୍ଡିପଦା ଥାନା ଅଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍‌ ସେଠାକୁ ଯାଇ ତାଙ୍କୁ ଉଦ୍ଧାର କରି ଥାନାକୁ ଆଣିଥିଲା। ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ପୋଲିସ ପଚରାଉଚରା କରିଥିଲା। ପ୍ରଥମେ ମନୋଜ ଅପହରଣ ନେଇ ମନଗଢ଼ା କାହାଣୀ ଶୁଣାଇଥିଲେ। କେତେଜଣ ଯୁବକ ତାଙ୍କୁ ଅପହରଣ କରି ଜଙ୍ଗଲକୁ ନେଇଯାଇଥିଲେ ଓ ସେଠାରେ ନିର୍ବାଚନରୁ ଓହରିଯିବାକୁ ଧମକ ଦେଇଥିଲେ। ଏପରିକି ଦୁଇ ପୁଅଙ୍କୁ ହତ୍ୟା କରିବା ପାଇଁ ଧମକ ଦେଇଥିବା ମନୋଜ କହିଥିଲେ। ହେଲେ ପରେ ସତକଥା ମାନିଯାଇଥିଲେ। ନିର୍ବାଚନରେ ହାରିଯିବା ଭୟରେ ସେ ନିଜେ ଏହି ଅପହରଣର ମିଛ ନାଟକ କରିଥିବା ପୋଲିସକୁ କହିଥିଲେ। ମନୋଜଙ୍କ ମୋବାଇଲ କଲ ରେକର୍ଡ ଡିଟେଲସ ମଗାଯାଇଥିବାରୁ ତାହା ଆସିବା ପରେ ଅଧିକ ତଥ୍ୟ ମିଳିପାରିବ ବୋଲି ଥାନା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?