ପରକୀୟା ପ୍ରୀତି ହେଲା କାଳ: ରଶି ଲଗାଇ ଝୁଲିପଡ଼ିଲେ…

ଅତାବିରା/ଗୋଡଭଗା,୩୧।୧୦(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ): ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅନ୍ତର୍ଗତ କୁମେଲସିଂହା ପଞ୍ଚାୟତ ଅଧୀନ ବଗର୍ତ୍ତୀଟିକ୍ରା ଓ ଶବରପଡାରୁ ଥିବା ନିଖୋଜ ବିବାହିତା ମହିଳା, ପୁରୁଷଙ୍କ ମୃତଦେହକୁ ଶୁକ୍ରବାର ପୋଲିସ୍‌ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି। ମୃତକଦ୍ୱୟ ହେଲେ ବଗର୍ତ୍ତିଟିକ୍ରା ଗ୍ରାମର ପିଙ୍କି ବଗର୍ତ୍ତି (୩୪) ଏବଂ ଶବରପଡାର ହିମାଂଶୁ ଭୁଏ(୪୦)। ପୋଲିସ୍‌ ଏ ନେଇ ୨ଟି ଅପମୃତ୍ୟୁ ମାମଲା (ନଂ.୨୧/୨୫, ନଂ.୨୨/୨୫) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି। ତେବେ ପାରିପାଶର୍‌ବିକ ସ୍ଥିତି ଓ ପୋଲିସର ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ଏବଂ ପରକୀୟା ପ୍ରୀତି ଯୋଗୁ ଏଭଳି ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଗୋଡଭଗା ଫାଣ୍ଡି ଅଧିକାରୀ ଗଣେଶ ବାରିକ କହିଛନ୍ତି।
ସୂଚନା ଅନୁଯାୟୀ, ପିଙ୍କି ଏବଂ ହିମାଂଶୁ ଗତ ୨୭ତାରିଖରୁ ନିଖୋଜ ଥିଲେ। ପରିବାର ଲୋକେ ଖୋଜାଖୋଜି କରିବା ସତ୍ତ୍ୱେ ସେମାନଙ୍କ ପତ୍ତା ମିଳି ନ ଥିଲା। ଶୁକ୍ରବାର ସକାଳେ ଶବରପଡାର ଏକ ପୋଟଳ କିଆରିରେ ଥିବା ଆମ୍ବଗଛରେ ଉଭୟଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲା। ପୋଲିସ୍‌ ଏ ନେଇ ଅଧିକ ତଦନ୍ତ କରୁଛି। ପ୍ରକାଶ ଥାଉକି, ମୃତ ପିଙ୍କିଙ୍କ ୪ ଏବଂ ହିମାଂଶୁଙ୍କ ୨ ସନ୍ତାନ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?