ମାନସିକ ରୋଗୀଙ୍କ ପାଇଁ ମିଶନ ଆଶ୍ରା କେନ୍ଦ୍ର

ମାଲକାନଗିରି,୫ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରି ବିଭିନ୍ନ ସମୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପୁରସ୍କୃତ ହୋଇଛି। ଗୁରୁବାର ମାନସିକ ବିକାରଗ୍ରସ୍ତ ରୋଗୀଙ୍କ ପାଇଁ ମିଶନ ଆଶ୍ରା କେନ୍ଦ୍ର ଲୋକାର୍ପିତ ହୋଇଛି। ଫଳରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଜିଲା ଆଉ ପାଦଟିଏ ଆଗେଇଛି। ରାଜ୍ୟ ସରକାରଙ୍କ ପରିଚାଳିତ ପିପୁଲ୍ସ ଫୋରମ ସଙ୍ଗଠନ ମାଧ୍ୟମରେ ଗୁରୁବାର ଜିଲା ସଦର ମହକୁମାସ୍ଥିତ ପୁରୁଣା ଜିଲା ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ମିଶନ ଆଶ୍ରା ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟିତ ହୋଇଛି। ମାଲକାନଗିରି ବିଧାୟକ ଆଦିତ୍ୟ ମାଢି ଏହି କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ବିକାଶ ପରିଷଦ ଅଧ୍ୟକ୍ଷ ଆଡମା ରାବା, ଜିଲାପାଳ ବିଶାଳ ସିଂ, ମୁଖ୍ୟ ଉନ୍ନୟନ ଅଧିକାରୀ ରତ୍ନାକର ସାହୁ, ଅତିରିକ୍ତ ଜିଲାପାଳ ତ୍ରିନାଥ ମାଝି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରଫୁଲ୍ଲ ନନ୍ଦ, ଉପଜିଲାପାଳ ଅକ୍ଷୟ ଖେମୁଣ୍ଡୁ, ଜିଲା ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ଅନିଲ ମିଶ୍ର, ସନ୍ଧ୍ୟାରାଣୀ ପଟ୍ଟନାୟକ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସସ୍ମିତା ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଏହି କେନ୍ଦ୍ର ଉଦ୍‌ଘାଟନ ପୂର୍ବରୁ ବିଶେଷକରି ମାଲକାନଗିରି ଜିଲା ସଦର ମହକୁମାରୁ ଆରମ୍ଭ କରି ଜିଲାର ବିଭିନ୍ନ ଅଞ୍ଚଳର ଅନେକ ମାନସିକ ବିକାରଗ୍ରସ୍ତ ମହିଳାପୁରୁଷ ସହରର ବିଭିନ୍ନ ସ୍ଥାନରେ ଅସହାୟ ଅବସ୍ଥାରେ ପଡି ରହୁଥିଲେ। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ଅସ୍ଥାୟୀ ଭାବେ ବୃଦ୍ଧାଶ୍ରମରେ ରଖାଯାଉଥିଲେ ମଧ୍ୟ ସେମାନଙ୍କ ଚିକିତ୍ସା ଲାଗି ବିଶେଷ ସୁବିଧା ନ ଥିବାରୁ ଅନେକ ସମୟରେ ଜିଲା ବାହାରକୁ ପଠାଯାଉଥିଲା। ଫଳରେ ରୋଗୀଙ୍କୁ ଦେଖାଶୁଣା କରିବାରେ ସମସ୍ୟା ଉପୁଜୁଥିଲା। ମାଲକାନଗିରି ଜିଲା ସଦର ମହକୁମାରେ ଏହି ମିଶନ ଆଶ୍ରା ଖୋଲିିବା ଦ୍ୱାରା ମାନସିକ ରୋଗରେ ପୀଡିତ ମହିଳା ପୁରୁଷମାନେ ଉପକୃତ ହେବେ। ସେମାନଙ୍କୁ ଖାଦ୍ୟ, ବସ୍ତ୍ର, ଚିକିତ୍ସା, ଆଶ୍ରୟ ଯୋଗାଇହେବ। ମିଶନ ଆଶ୍ରା ପକ୍ଷରୁ ମାନସିକ, ଶାରୀରିକ ଭାବେ କ୍ଷତିଗ୍ରସ୍ତ ରୋଗୀଙ୍କ ପାଇଁ ସମସ୍ତ ସୁବିଧା କରାଯାଇଛି। ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ଜିଲା ପ୍ରଶାସନ ସହଭାଗିତାରେ ଏହି ମିଶନ ଆଶ୍ରା କେନ୍ଦ୍ର ଖୋଲାଯାଇଛି। ପିପୁଲ୍ସ ଫୋରମର ପରିଚାଳନା ନିର୍ଦ୍ଦେଶକ ଅଶୋକ ପାତ୍ର ଏହି କେନ୍ଦ୍ର ଦ୍ୱାରା ମାଲକାନଗିରି ଜିଲାର ମାନସିକ ଓ ଶାରୀରିକ ବିକାରଗ୍ରସ୍ତ ରୋଗୀ କି ସେବା ପାଇବେ ସେ ସମ୍ପର୍କରେ ସୂଚନା ଦେଇଥିଲେ। କାର୍ଯ୍ୟକ୍ରମକୁ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝି ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri