ମାନସିକ ରୋଗୀଙ୍କ ପାଇଁ ମିଶନ ଆଶ୍ରା କେନ୍ଦ୍ର

ମାଲକାନଗିରି,୫ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରି ବିଭିନ୍ନ ସମୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପୁରସ୍କୃତ ହୋଇଛି। ଗୁରୁବାର ମାନସିକ ବିକାରଗ୍ରସ୍ତ ରୋଗୀଙ୍କ ପାଇଁ ମିଶନ ଆଶ୍ରା କେନ୍ଦ୍ର ଲୋକାର୍ପିତ ହୋଇଛି। ଫଳରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଜିଲା ଆଉ ପାଦଟିଏ ଆଗେଇଛି। ରାଜ୍ୟ ସରକାରଙ୍କ ପରିଚାଳିତ ପିପୁଲ୍ସ ଫୋରମ ସଙ୍ଗଠନ ମାଧ୍ୟମରେ ଗୁରୁବାର ଜିଲା ସଦର ମହକୁମାସ୍ଥିତ ପୁରୁଣା ଜିଲା ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ମିଶନ ଆଶ୍ରା ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟିତ ହୋଇଛି। ମାଲକାନଗିରି ବିଧାୟକ ଆଦିତ୍ୟ ମାଢି ଏହି କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ବିକାଶ ପରିଷଦ ଅଧ୍ୟକ୍ଷ ଆଡମା ରାବା, ଜିଲାପାଳ ବିଶାଳ ସିଂ, ମୁଖ୍ୟ ଉନ୍ନୟନ ଅଧିକାରୀ ରତ୍ନାକର ସାହୁ, ଅତିରିକ୍ତ ଜିଲାପାଳ ତ୍ରିନାଥ ମାଝି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରଫୁଲ୍ଲ ନନ୍ଦ, ଉପଜିଲାପାଳ ଅକ୍ଷୟ ଖେମୁଣ୍ଡୁ, ଜିଲା ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ଅନିଲ ମିଶ୍ର, ସନ୍ଧ୍ୟାରାଣୀ ପଟ୍ଟନାୟକ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସସ୍ମିତା ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଏହି କେନ୍ଦ୍ର ଉଦ୍‌ଘାଟନ ପୂର୍ବରୁ ବିଶେଷକରି ମାଲକାନଗିରି ଜିଲା ସଦର ମହକୁମାରୁ ଆରମ୍ଭ କରି ଜିଲାର ବିଭିନ୍ନ ଅଞ୍ଚଳର ଅନେକ ମାନସିକ ବିକାରଗ୍ରସ୍ତ ମହିଳାପୁରୁଷ ସହରର ବିଭିନ୍ନ ସ୍ଥାନରେ ଅସହାୟ ଅବସ୍ଥାରେ ପଡି ରହୁଥିଲେ। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ଅସ୍ଥାୟୀ ଭାବେ ବୃଦ୍ଧାଶ୍ରମରେ ରଖାଯାଉଥିଲେ ମଧ୍ୟ ସେମାନଙ୍କ ଚିକିତ୍ସା ଲାଗି ବିଶେଷ ସୁବିଧା ନ ଥିବାରୁ ଅନେକ ସମୟରେ ଜିଲା ବାହାରକୁ ପଠାଯାଉଥିଲା। ଫଳରେ ରୋଗୀଙ୍କୁ ଦେଖାଶୁଣା କରିବାରେ ସମସ୍ୟା ଉପୁଜୁଥିଲା। ମାଲକାନଗିରି ଜିଲା ସଦର ମହକୁମାରେ ଏହି ମିଶନ ଆଶ୍ରା ଖୋଲିିବା ଦ୍ୱାରା ମାନସିକ ରୋଗରେ ପୀଡିତ ମହିଳା ପୁରୁଷମାନେ ଉପକୃତ ହେବେ। ସେମାନଙ୍କୁ ଖାଦ୍ୟ, ବସ୍ତ୍ର, ଚିକିତ୍ସା, ଆଶ୍ରୟ ଯୋଗାଇହେବ। ମିଶନ ଆଶ୍ରା ପକ୍ଷରୁ ମାନସିକ, ଶାରୀରିକ ଭାବେ କ୍ଷତିଗ୍ରସ୍ତ ରୋଗୀଙ୍କ ପାଇଁ ସମସ୍ତ ସୁବିଧା କରାଯାଇଛି। ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ଜିଲା ପ୍ରଶାସନ ସହଭାଗିତାରେ ଏହି ମିଶନ ଆଶ୍ରା କେନ୍ଦ୍ର ଖୋଲାଯାଇଛି। ପିପୁଲ୍ସ ଫୋରମର ପରିଚାଳନା ନିର୍ଦ୍ଦେଶକ ଅଶୋକ ପାତ୍ର ଏହି କେନ୍ଦ୍ର ଦ୍ୱାରା ମାଲକାନଗିରି ଜିଲାର ମାନସିକ ଓ ଶାରୀରିକ ବିକାରଗ୍ରସ୍ତ ରୋଗୀ କି ସେବା ପାଇବେ ସେ ସମ୍ପର୍କରେ ସୂଚନା ଦେଇଥିଲେ। କାର୍ଯ୍ୟକ୍ରମକୁ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝି ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri