ଜନଜାତିଙ୍କ ଅର୍ଥନୈତିକ ବିକାଶ କରୁଛି ‘ମିଶନ ଜୀବିକା’

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କର ‘ମୋ ସରକାର’ ଓ ‘୫-ଟି’ କାର୍ଯ୍ୟକ୍ରମ ଅଧୀନରେ ଗତବର୍ଷ ଅକ୍ଟୋବର ମାସରେ ‘ମିଶନ ଜୀବିକା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରତିବର୍ଷ ଏହି କାର୍ଯ୍ୟକ୍ରମରେ ୧ ଲକ୍ଷ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବାବେଳେ ଏବେସୁଦ୍ଧା ୫୪୫ଟି କୃଷି ଓ ଅଣକୃଷି କ୍ଲଷ୍ଟର ମାଧ୍ୟମରେ ୧ ଲକ୍ଷ ୧୮ ହଜାର ୩୩୪ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି। କୃଷିଭିତ୍ତିକ ଓ ଅଣକୃଷିଭିତ୍ତିକ ଜୀବିକା ନିମନ୍ତେ ଉନ୍ନତମାନର କୃଷି ଉତ୍ପାଦନ, ଜଳସେଚନ ଓ ଉପଯୁକ୍ତ ସମୟରେ ବଜାରୀକରଣ କରାଯାଇଛି। ଗୁଣାତ୍ମକ ସାମଗ୍ରୀର ଉପଯୋଗ କରାଯାଇ କୃଷିଭିତ୍ତିକ କ୍ଲଷ୍ଟର ଯଥା ଚଣା କ୍ଲଷ୍ଟର, ମକା କ୍ଲଷ୍ଟର, ଅର୍ଥକରୀ ପନିପରିବା କୁକୁଡା ଚାଷ କ୍ଲଷ୍ଟର ଦ୍ୱାରା ଜନଜାତିର ଲୋକଙ୍କ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ଏତଦ୍‌ବ୍ୟତୀତ କୃଷି ଓ ଜଳସେଚିତ ଜମିର ପରିସୀମା ବୃଦ୍ଧି ହୋଇଛି। ‘ମିଶନ ଜୀବିକା’ କାର୍ଯ୍ୟକ୍ରମ ଦ୍ୱାରା ପତିତ ଜମିକୁ ଚାଷ ଉପଯୋଗୀ କରାଯାଇପାରିଛି। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ବୁଧବାରଠାରୁ ଆରମ୍ଭ ହୋଇଥିବା ୱେବିନାର ସିରିଜ୍‌ ‘ଟ୍ରାଇବାଲ୍‌ ଡାଏଲଗ୍‌’ରେ ଯୋଗଦେଇଥିବା ବକ୍ତାମାନେ ଏହି ତଥ୍ୟ ଉପସ୍ଥାପନ କରିଛନ୍ତି।
‘ଜନଜାତିଙ୍କ ଜୀବନଜୀବିକା’ ବିଷୟବସ୍ତୁ ଉପରେ ପର୍ଯ୍ୟବସିତ ‘ଟ୍ରାଇବାଲ୍‌ ଡାଏଲଗ୍‌’ର ପ୍ରଥମ ଅଧ୍ୟାୟକୁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଉଦ୍‌ଘାଟନ କରିଥିଲେ। ଆଦିବାସୀ ମନ୍ତ୍ରଣାଳୟର ଯୁଗ୍ମ ସଚିବ ନଭ୍‌ଜିତ କପୁର ଯୋଗଦେଇ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଆଦିବାସୀ ଉନ୍ନୟନ ଯୋଜନା ସମ୍ପର୍କରେ କହିଥିଲେ। ବିଭାଗୀୟ ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମିଶନ ଜୀବିକା କାର୍ଯ୍ୟକ୍ରମର କାର୍ଯ୍ୟକାରିତା ଉପରେ ଆଲୋକପାତ କରି ଏହାଦ୍ୱାରା ଜନଜାତି ଲୋକଙ୍କ ଆର୍ଥିକ ଅଭିବୃଦ୍ଧି ହେବା ସହିତ ଜୀବନଧାରଣର ମାନରେ ଉନ୍ନତି ହୋଇପାରୁଛି ବୋଲି କହିଥିଲେ। ପଦ୍ମଶ୍ରୀ କମଳା ପୂଜାରୀ, ଆଇଏଏସ୍‌ ଅଫିସର ଡ. ଅରବିନ୍ଦ କୁମାର ପାଢ଼ୀ, ସିୱାଇଏସ୍‌ଡି ପ୍ରତିଷ୍ଠାତା ଜଗଦାନନ୍ଦ, ‘ପ୍ରଦାନ’ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ନରେନ୍ଦ୍ର ଦାମୋଦରନ୍‌ ଜନଜାତିଙ୍କର ଜୀବନ ଓ ଜୀବିକା ନିର୍ବାହର ବିଭିନ୍ନ ଦିଗ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ବିଭାଗୀୟ ନିର୍ଦ୍ଦେଶିକା(ଏସ୍‌ଟି) ତଥା ଓଟିଡିଏସ୍‌ର ସିଇଓ ଗୁହା ପୁନମ୍‌ ତାପସ କୁମାର ଏହି ୱେବିନାର୍‌କୁ ପରିଚାଳନା କରିଥିଲେ। ଏଣିକି ବିଭାଗ ପକ୍ଷରୁ ପ୍ରତି ମାସ ପ୍ରଥମ ସପ୍ତାହରେ ‘ଟ୍ରାଇବାଲ୍‌ ଡାଏଲଗ୍‌’ର ଆୟୋଜନ କରାଯିବ ବୋଲି ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?