ମିଶନଶକ୍ତି ମା’ମାନେ ଉଦ୍ୟୋଗୀ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍‌.ଏ.): ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ରବିବାର ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମିଶନଶକ୍ତି ମହିଳାଙ୍କୁ ଆର୍ଥିକ ସହାୟତା ଓ ଲୋକଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି।  ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ମେଘମାଳା ପଡ଼ିଆରେ ଗଞ୍ଜାମ ଜିଲାରେ ୫୯୦କୋଟି ଟଙ୍କାରେ ୩ ଶହରୁ ଊର୍ଦ୍ଧ୍ୱ ପ୍ରକଳ୍ପ ଆରମ୍ଭ କରିଛନ୍ତି। ଗଞ୍ଜାମ ଜିଲାରେ ଏହି ଅବସରରେ ପ୍ରାୟ ୨୦ ହଜାର ଗ୍ରାମକଣ୍ଠ ପଟ୍ଟା ବଣ୍ଟନ ହୋଇଥିବା ବେଳେ ହିଞ୍ଜିଳିରେ ୪ ହଜାର ୫ଶହରୁ ଊର୍ଦ୍ଧ୍ୱ ପଟ୍ଟା ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉପସ୍ଥିତ ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ ସମ୍ବୋଧିତ କରି ମିଶନ ଶକ୍ତି ଗୋଷ୍ଠୀ ରାଜ୍ୟରେ ଭଲ କାମ କରୁଥିବା କହିଥିଲେ। ମିଶନ ଶକ୍ତି ମା’ମାନେ ଉଦ୍ୟୋଗୀ ହୁଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରତ୍ୟେକ ମିଶନ ଶକ୍ତି ଗୋଷ୍ଠୀଙ୍କୁ ୫ଲକ୍ଷ ଟଙ୍କା ସହାୟତା ବ୍ୟବସ୍ଥା ରାଜ୍ୟ ସରକାର କରିଥିବା ଏବଂ ଏଥିପାଇଁ ୫ ବର୍ଷ ମଧ୍ୟରେ ୫୦ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଞ୍ଜାମ ଜିଲା ଏହି ଦିନିକିଆ ଗସ୍ତରେ ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ ୧୫୬ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ୫ଟି ଦ୍ୱାରା ସ୍କୁଲ ରୂପାନ୍ତରଣ ସରକାରଙ୍କ ମାଇଲଷ୍ଟୋନ କାର୍ଯ୍ୟକ୍ରମ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲାର ସମସ୍ତ ହାଇସ୍କୁଲକୁ ରୂପାନ୍ତରୀକରଣ କରାଯିବ ବୋଲି ସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଞ୍ଜାମ ଜିଲାର ଜନସାଧାରଣଙ୍କ ପରିଶ୍ରମ ଓ ଉଦ୍ୟମ ଜିଲାକୁ ଆଗୁଆ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ମିଶନ ଶକ୍ତି ମହିଳାମାନଙ୍କ ଆର୍ଥିକ ବିକାଶ ଓ ରାଜ୍ୟର ବିଭିନ୍ନ କଲ୍ୟାଣକାରୀ ଯୋଜନାର ରୂପାୟନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ ଆହ୍ବାନ ଦେଇଥିଲେ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସ୍ବାଗତ ଭାଷଣ ଦେଇଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ଅଳୀ ସ୍ବାଇଁ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ମଞ୍ଚ ସଞ୍ଚାଳନ କରିଥିଲେ।

ଗଞ୍ଜାମ ଏସ୍‌ପି ଜଗମୋହନ ମୀନାଙ୍କ ନେତୃତ୍ୱରେ ପ୍ରାୟ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ଯ୍ୟକ୍ରମରେ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ପୌର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ପ୍ରଧାନ, ନଗର ସଭାପତି ଭୀମସେନ ବେହେରା, ଓଆର୍‌ଏଚ୍‌ଡ଼ିସି ଅଧ୍ୟକ୍ଷ ଡି ବିଶ୍ୱନାଥ, ଏନ ରଘୁନାଥ, ଗ୍ରୀଟ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ଯୁବ ବିଜେଡି ସଭାପତି ପିଣ୍ଟୁ ପଟ୍ଟନାୟକ, ମନୋଜ ସାବତ, ସଞ୍ଜୟ ପଣ୍ଡା, ଶେରଗଡ଼ ବିଜେଡି ସଭାପତି ଶରତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri