ମିଶନଶକ୍ତି ମା’ମାନେ ଉଦ୍ୟୋଗୀ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍‌.ଏ.): ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ରବିବାର ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମିଶନଶକ୍ତି ମହିଳାଙ୍କୁ ଆର୍ଥିକ ସହାୟତା ଓ ଲୋକଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି।  ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ମେଘମାଳା ପଡ଼ିଆରେ ଗଞ୍ଜାମ ଜିଲାରେ ୫୯୦କୋଟି ଟଙ୍କାରେ ୩ ଶହରୁ ଊର୍ଦ୍ଧ୍ୱ ପ୍ରକଳ୍ପ ଆରମ୍ଭ କରିଛନ୍ତି। ଗଞ୍ଜାମ ଜିଲାରେ ଏହି ଅବସରରେ ପ୍ରାୟ ୨୦ ହଜାର ଗ୍ରାମକଣ୍ଠ ପଟ୍ଟା ବଣ୍ଟନ ହୋଇଥିବା ବେଳେ ହିଞ୍ଜିଳିରେ ୪ ହଜାର ୫ଶହରୁ ଊର୍ଦ୍ଧ୍ୱ ପଟ୍ଟା ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉପସ୍ଥିତ ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ ସମ୍ବୋଧିତ କରି ମିଶନ ଶକ୍ତି ଗୋଷ୍ଠୀ ରାଜ୍ୟରେ ଭଲ କାମ କରୁଥିବା କହିଥିଲେ। ମିଶନ ଶକ୍ତି ମା’ମାନେ ଉଦ୍ୟୋଗୀ ହୁଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରତ୍ୟେକ ମିଶନ ଶକ୍ତି ଗୋଷ୍ଠୀଙ୍କୁ ୫ଲକ୍ଷ ଟଙ୍କା ସହାୟତା ବ୍ୟବସ୍ଥା ରାଜ୍ୟ ସରକାର କରିଥିବା ଏବଂ ଏଥିପାଇଁ ୫ ବର୍ଷ ମଧ୍ୟରେ ୫୦ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଞ୍ଜାମ ଜିଲା ଏହି ଦିନିକିଆ ଗସ୍ତରେ ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ ୧୫୬ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ୫ଟି ଦ୍ୱାରା ସ୍କୁଲ ରୂପାନ୍ତରଣ ସରକାରଙ୍କ ମାଇଲଷ୍ଟୋନ କାର୍ଯ୍ୟକ୍ରମ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲାର ସମସ୍ତ ହାଇସ୍କୁଲକୁ ରୂପାନ୍ତରୀକରଣ କରାଯିବ ବୋଲି ସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଞ୍ଜାମ ଜିଲାର ଜନସାଧାରଣଙ୍କ ପରିଶ୍ରମ ଓ ଉଦ୍ୟମ ଜିଲାକୁ ଆଗୁଆ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ମିଶନ ଶକ୍ତି ମହିଳାମାନଙ୍କ ଆର୍ଥିକ ବିକାଶ ଓ ରାଜ୍ୟର ବିଭିନ୍ନ କଲ୍ୟାଣକାରୀ ଯୋଜନାର ରୂପାୟନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ ଆହ୍ବାନ ଦେଇଥିଲେ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସ୍ବାଗତ ଭାଷଣ ଦେଇଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ଅଳୀ ସ୍ବାଇଁ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ମଞ୍ଚ ସଞ୍ଚାଳନ କରିଥିଲେ।

ଗଞ୍ଜାମ ଏସ୍‌ପି ଜଗମୋହନ ମୀନାଙ୍କ ନେତୃତ୍ୱରେ ପ୍ରାୟ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ଯ୍ୟକ୍ରମରେ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ପୌର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ପ୍ରଧାନ, ନଗର ସଭାପତି ଭୀମସେନ ବେହେରା, ଓଆର୍‌ଏଚ୍‌ଡ଼ିସି ଅଧ୍ୟକ୍ଷ ଡି ବିଶ୍ୱନାଥ, ଏନ ରଘୁନାଥ, ଗ୍ରୀଟ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ଯୁବ ବିଜେଡି ସଭାପତି ପିଣ୍ଟୁ ପଟ୍ଟନାୟକ, ମନୋଜ ସାବତ, ସଞ୍ଜୟ ପଣ୍ଡା, ଶେରଗଡ଼ ବିଜେଡି ସଭାପତି ଶରତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri