ମିଶନ ଶକ୍ତିକୁ ମିଳିବ ଅବ୍ୟବହୃତ ସରକାରୀ ସମ୍ପତ୍ତି

ଭୁବନେଶ୍ୱର,୯ା୪(ବ୍ୟୁରୋ):ରାଜ୍ୟରେ ମିଶନ ଶକ୍ତିକୁ ଅଧିକ ସଶକ୍ତ କରିବାକୁ ସରକାର ଆଉ ଏକ ପଦକ୍ଷେପ ନେଇଛନ୍ତି। ରାଜ୍ୟର ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲାର ଜିଲା, ବ୍ଲକ ଓ ପଞ୍ଚାୟତସ୍ତରରେ ଥିବା ମିଶନ ଶକ୍ତି ମହାସଂଘକୁ ପ୍ରଦାନ କରାଯିବ। ଜମି ହସ୍ତାନ୍ତର କାର୍ଯ୍ୟ ୨ମାସ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଜିଲାପାଳଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ ଜିଲାଗୁଡ଼ିକରେ ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା ସରକାରୀ କୋଠା, ଦୋକାନ ଘର, ଗାଡ଼ିଆ ପୋଖରୀ ଇତ୍ୟାଦି ରହିଛି। ଏଗୁଡ଼ିକର ବ୍ୟବହାର ନିମନ୍ତେ ସମ୍ପୃକ୍ତ ଜିଲା, ବ୍ଲକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘଗୁଡ଼ିକୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏସ୍‌ଜି)ଗୁଡ଼ିକ ଏହାକୁ ସ୍ଥାନୀୟ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଲଗାଇପାରିବେ। ସାଧାରଣ ଲୋକେ ଏହାଦ୍ୱାରା ବିଶେଷ ଉପକାର ପାଇବେ। ମିଶନ ଶକ୍ତିର ମା’ମାନେ ସେସବୁକୁ ଆର୍ଥିକ ବିକାଶରେ ଲଗାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମହିଳାମାନଙ୍କ ସଶକ୍ତୀକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହି ଆସିଛି। ମିଶନ ଶକ୍ତି ଆଜି ପରିବର୍ତ୍ତନର କର୍ଣ୍ଣଧାର ହୋଇଛି। ମା’ମାନଙ୍କ ଏହି ନୀରବ ଆନ୍ଦୋଳନକୁ ଆହୁରି ମଜଭୁତ କରିବାରେ ଉକ୍ତ ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗର ମାନ୍ୟତା ଦେଇଛନ୍ତି। ୭୦ ଲକ୍ଷ ମା’ମାନଙ୍କୁ ସଶକ୍ତ କରିବାରେ ଏହା ଆହୁରି ଦକ୍ଷତାର ସହ ସେବା ଯୋଗାଇବ ବୋଲି ଆଶା କରାଯାଉଛି। ମିଶନ ଶକ୍ତି ଜରିଆରେ ମହିଳାମାନଙ୍କୁ ଆର୍ଥିକ ସ୍ବାବଲମ୍ବୀ କରିବା ନେଇ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ପିଲାମାନଙ୍କ ପୁଷ୍ଟି କାର୍ଯ୍ୟକ୍ରମଠାରୁ ଆରମ୍ଭ କରି ଧାନ ସଂଗ୍ରହ ଇତ୍ୟାଦି କାର୍ଯ୍ୟରେ ମହିଳାମାନଙ୍କୁ ସାମିଲ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri