ମିଶନ ଶକ୍ତିକୁ ମିଳିବ ଅବ୍ୟବହୃତ ସରକାରୀ ସମ୍ପତ୍ତି

ଭୁବନେଶ୍ୱର,୯ା୪(ବ୍ୟୁରୋ):ରାଜ୍ୟରେ ମିଶନ ଶକ୍ତିକୁ ଅଧିକ ସଶକ୍ତ କରିବାକୁ ସରକାର ଆଉ ଏକ ପଦକ୍ଷେପ ନେଇଛନ୍ତି। ରାଜ୍ୟର ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲାର ଜିଲା, ବ୍ଲକ ଓ ପଞ୍ଚାୟତସ୍ତରରେ ଥିବା ମିଶନ ଶକ୍ତି ମହାସଂଘକୁ ପ୍ରଦାନ କରାଯିବ। ଜମି ହସ୍ତାନ୍ତର କାର୍ଯ୍ୟ ୨ମାସ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଜିଲାପାଳଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ ଜିଲାଗୁଡ଼ିକରେ ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା ସରକାରୀ କୋଠା, ଦୋକାନ ଘର, ଗାଡ଼ିଆ ପୋଖରୀ ଇତ୍ୟାଦି ରହିଛି। ଏଗୁଡ଼ିକର ବ୍ୟବହାର ନିମନ୍ତେ ସମ୍ପୃକ୍ତ ଜିଲା, ବ୍ଲକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘଗୁଡ଼ିକୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏସ୍‌ଜି)ଗୁଡ଼ିକ ଏହାକୁ ସ୍ଥାନୀୟ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଲଗାଇପାରିବେ। ସାଧାରଣ ଲୋକେ ଏହାଦ୍ୱାରା ବିଶେଷ ଉପକାର ପାଇବେ। ମିଶନ ଶକ୍ତିର ମା’ମାନେ ସେସବୁକୁ ଆର୍ଥିକ ବିକାଶରେ ଲଗାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମହିଳାମାନଙ୍କ ସଶକ୍ତୀକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହି ଆସିଛି। ମିଶନ ଶକ୍ତି ଆଜି ପରିବର୍ତ୍ତନର କର୍ଣ୍ଣଧାର ହୋଇଛି। ମା’ମାନଙ୍କ ଏହି ନୀରବ ଆନ୍ଦୋଳନକୁ ଆହୁରି ମଜଭୁତ କରିବାରେ ଉକ୍ତ ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗର ମାନ୍ୟତା ଦେଇଛନ୍ତି। ୭୦ ଲକ୍ଷ ମା’ମାନଙ୍କୁ ସଶକ୍ତ କରିବାରେ ଏହା ଆହୁରି ଦକ୍ଷତାର ସହ ସେବା ଯୋଗାଇବ ବୋଲି ଆଶା କରାଯାଉଛି। ମିଶନ ଶକ୍ତି ଜରିଆରେ ମହିଳାମାନଙ୍କୁ ଆର୍ଥିକ ସ୍ବାବଲମ୍ବୀ କରିବା ନେଇ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ପିଲାମାନଙ୍କ ପୁଷ୍ଟି କାର୍ଯ୍ୟକ୍ରମଠାରୁ ଆରମ୍ଭ କରି ଧାନ ସଂଗ୍ରହ ଇତ୍ୟାଦି କାର୍ଯ୍ୟରେ ମହିଳାମାନଙ୍କୁ ସାମିଲ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri