ଫେଲ୍‌ ମାରିଛି ମିଶନ ଉଦ୍ଧାର-୨: ଏବେ ବି ଦାଦନ ଖଟିବାକୁ ଯାଉଛନ୍ତି…

ଲାଠୋର,୯ା୧୧(ଭୁବନେଶ୍ୱର ବାରିକ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥାନ୍ତି। ଅନେକ ସେଠାରେ ନିର୍ଯାତନାର ଶିକାର ହୋଇଥାନ୍ତି। ଏପରିକି କେତେକ ଅକର୍ମଣ୍ୟ ଅଥବା ଜୀବନ ହରାଇଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଓ ଅନ୍ୟାନ୍ୟ କର୍ମଭିତ୍ତିକ ନିଯୁକ୍ତି ଯୋଜନାରେ ଭିଟାମାଟିରେ କର୍ମ ଯୋଗାଇ ଦେବାକୁ ସରକାର ଉଦ୍ୟମ କରୁଛନ୍ତି। ହେଲେ ଏହା ପର୍ଯ୍ୟାପ୍ତ ହେଉ ନ ଥିବାରୁ ଏବେ ବି ବହୁ ସଂଖ୍ୟାରେ ଶ୍ରମିକ ଦାଦନ ଖଟିବାକୁ ଯାଉଛନ୍ତି। ଅପରପକ୍ଷରେ ଦାଦନ ଶ୍ରମିକମାନେ କିପରି ସୁରକ୍ଷିତଭାବେ ବାହାର ରାଜ୍ୟକୁ କାମ କରିବାକୁ ଯିବେ ତାକୁ ଆଖି ଆଗରେ ରଖି ଜିଲା ପ୍ରଶାସନ,ପୋଲିସ ପ୍ରଶାସନ ଏବଂ ଆଡ଼ ଏଟ ଆକ୍ସନ ସଂସ୍ଥା ମିଳିତ ଭାବେ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଗତ ଅକ୍ଟୋବର ୧୦ତାରିଖରେ ଲାଠୋର ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ମିଶନ ଉଦ୍ଧାର-୨ ସଚେତନତା କାର୍ଯ୍ୟକ୍ରମ ସଂସ୍ଥାର ପ୍ରୋଗ୍ରାମ ଅଫିସର ସରୋଜ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲାପାଳ ଚଞ୍ଚଳ ରାଣା, ଏସ୍‌ପି ଋଷିକେଷ ଖିଲାରି, ପାଟଣାଗଡ଼ ଉପଜିଲାପାଳ ଡ଼. ବୀଜୟାନନ୍ଦ ସେଠୀ, ଏସ୍‌ଡ଼ିପିଓ ଜ୍ୟୋତିର୍ମୟ ଭୁକ୍ତା, ଜିଲା ଶ୍ରମ ଅଧିକାରୀ ସୁକାନ୍ତ କୁମାର ସେଠୀ ଉପସ୍ଥିତ ଥିଲେ। ପ୍ରଶାସନର ନଜରରେ କାମ କରିବାକୁ ଯିବାକୁ ଜିଲାପାଳ ଅନୁରୋଧ କରିଥିଲେ। କୌଣସି ସର୍ଦ୍ଦାର ବେଆଇନ ଭାବେ ନାବାଳକ, ଗର୍ଭବତୀ ମହିଳା ଏବଂ ବୟସ୍କ ଲୋକଙ୍କୁ ବାହାର ରାଜ୍ୟକୁ ନେଉଥବା ନେଇ ସ୍ଥାନୀୟ ପିଆରଆଇ ମେମ୍ବର, ଅଙ୍ଗନୱାଡ଼ି କର୍ମୀ, ଆଶାକର୍ମୀ ଓ ସ୍ଥାନୀୟ ଥାନାକୁ ଖବର ଦେଲେ ଶ୍ରମିକମାନଙ୍କୁ ଏଠାରେ କାମ ଯୋଗାଇ ଦିଆଯିବ ବୋଲି କୁହାଯାଇଥିଲା। ହେଲେ ଏଠାରେ ଆରମ୍ଭରୁ ଶିଶୁମାନେ ସେମାନଙ୍କ ପରିବାର ବର୍ଗ ସହ ବାହାର ରାଜ୍ୟକୁ ଯାଉଥିବା ଦେଖାଯାଉଛି। ହରିଶଙ୍କର ରୋଡ଼ ରେଳ ଷ୍ଟେଶନରୁ ହଜରତ ନିଜାମୁଦ୍ଦିନ-ବିଶାଖାପାଟଣା ସମତା ଏକ୍ସପ୍ରେସ ଏବଂ ବିଳାସପୁର-ତିରୁପତି ଏକ୍ସପ୍ରେସ ଆଦି ଟ୍ରେନରେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ଏନେଇ ଜିଲା ଶ୍ରମ ଅଧିକାରୀ ସୁକାନ୍ତ କୁମାର ସେଠୀଙ୍କୁ ତାଙ୍କ ମୋବାଇଲ ନଂ ୮୩୨୮୯୨୨୯୨୭ରେ ଯୋଗାଯୋଗ କରାଯାଇଥିଲା। ରିଙ୍ଗ ହୋଇଥିଲେ ବି ସେ ରିସିଭ ନ କରିବାରୁ ତାଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri