ମିଶନ ଶକ୍ତି :୧୦୭ ମହିଳା ସଙ୍ଘକୁ ୩.୧୩ କୋଟି ଋଣ

ଛତ୍ରପୁର,୨୮।୧(ଡି.ଏନ୍‌.ଏ.): ମିଶନ ଶକ୍ତି କାର୍ଯ୍ୟକ୍ରମରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ଜୀବିକାରେ ଉନ୍ନତି ଆଣିବା ଲାଗି ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ଗଞ୍ଜାମ ଜିଲାର ୧୦୭ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ଶୁକ୍ରବାର ଛତ୍ରପୁରସ୍ଥିତ ସଂସ୍କୃତି ଭବନଠାରେ ଇଣ୍ଡିଆନ ବ୍ୟାଙ୍କ୍‌ ପକ୍ଷରୁ ୩.୧୩ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଛି। ଖୁବ୍‌ଶୀଘ୍ର ଆଉ ୨୦୦ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ୪.୨୫ କୋଟି ଟଙ୍କା ଋଣ ପ୍ରଦାନ କରାଯିବ। ଚଳିତ ଆର୍ଥିକ ବର୍ଷରେ ଜିଲାର ୧୩୦୭ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ୩୦.୬୬ କୋଟି ଟଙ୍କା ଋଣ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଆଚରଣବିଧି ଲାଗୁ ହୋଇଥିବାରୁ ଏଥିରେ କୋଣସି ପ୍ରଶାସନିକ ଅଧିକାରୀ ଯୋଗ ଦେଇ ନ ଥିଲେ। ବ୍ୟାଙ୍କର ଆଞ୍ଚଳିକ ପ୍ରବନ୍ଧକ ଜି. ଜୟପାଣ୍ଡିଆନ, ଉପ ଆଞ୍ଚଳିକ ପ୍ରବନ୍ଧକ ହୃଦାନନ୍ଦ ଦାସ, ଏମ୍‌ଏସ୍‌ଏମ୍‌ଇ ପ୍ରୋସେସିଂ ସେଣ୍ଟର ମୁଖ୍ୟ ପ୍ରଶାନ୍ତ କୁମାର ନନ୍ଦ, ଶାଖା ପରିଚାଳକ ଶାନ୍ତନୁ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?