ଭୁବନେଶ୍ବରରେ ମିଶନ ଶକ୍ତି ବଜାର

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମିଶନ ଶକ୍ତିର ଇ-ମାର୍କେଟିଂ ପାଇଁ ଅନ୍‌ଲାଇନ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଏହାସହିତ ଭୁବନେଶ୍ବର ଏସ୍‌ଆଇଆର୍‌ଡି କ୍ୟାମ୍ପସ୍‌ରେ ମିଶନ ଶକ୍ତି ବଜାର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେହିପରି ସୁଧ ରିହାତି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ପଞ୍ଚାୟତ ସ୍ତରର କମ୍ୟୁନିଟି ଷ୍ଟାଫ୍‌ମାନଙ୍କ ପୋଷାକ ପାଇଁ ଭତ୍ତା ଘୋଷଣା କରି ମୁଖ୍ୟମନ୍ତ୍ରୀ ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରିଛନ୍ତି। ମହିଳାମାନଙ୍କ ସଶକ୍ତୀକରଣ ବିନା କୌଣସି ପରିବାର କିମ୍ବା ରାଜ୍ୟ ବା ଦେଶ ଆଗେଇ ପାରିବ ନାହିଁ। ମା’ମାନଙ୍କ ସଶକ୍ତୀକରଣ ଦିଗରେ ଓଡ଼ିଶା ମିଶନ ଶକ୍ତି ସବୁବେଳେ ବାଟ ଦେଖାଇ ଚାଲିବ ବୋଲି ମୁଖ୍ୟମନ୍ତୀ କହିଛନ୍ତି। ଦେଶର ଏକମାତ୍ର ରାଜ୍ୟ ଭାବେ ଓଡ଼ିଶାରେ ମିଶନ ଶକ୍ତି ଭାବେ ସ୍ବତନ୍ତ୍ର ବିଭାଗ ରହିଛି।
୨୦ ବର୍ଷ ତଳେ ଆରମ୍ଭ ହୋଇଥିବା ମିଶନ ଶକ୍ତି କାର୍ଯ୍ୟକ୍ରମ ଏବେ ୭୦ ଲକ୍ଷ ମା’ମାନଙ୍କର ଏକ ବିରାଟ ଆନ୍ଦୋଳନ ହୋଇପାରିଛି। ମିଶନ ଶକ୍ତି ପାଇଁ ୫୦୦୦ କୋଟି ଟଙ୍କାର କାମ ଦେବା ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଥିବା ବେଳେ ଏବେ ରାଜ୍ୟ ସରକାରଙ୍କ ୨୧ଟି ବିଭାଗ ମିଶନ ଶକ୍ତିକୁ କାମ ଯୋଗାଇ ଦେଉଛନ୍ତି। ମିଶନ ଶକ୍ତିକୁ ଏପର୍ଯ୍ୟନ୍ତ ୬୦୦୦ କୋଟି ଟଙ୍କାର ଋଣ ଯୋଗାଇ ଦିଆଯାଇଛି। ଏହି ଋଣ ପାଇଁ ସୁଧ ରିହାତି ବାବଦରେ ୨୦୦ କୋଟି ଟଙ୍କା ଦିଆଯାଇଛି। ଏଥିପାଇଁ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ବ୍ୟାଙ୍କମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି।
ମିଶନ ଶକ୍ତିର ମା’ମାନଙ୍କ ଦ୍ବାରା ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଇ-ମାର୍କେଟିଂ ପୋର୍ଟାଲ ଏବଂ ଭୁବନେଶ୍ୱରରେ ମିଶନ ଶକ୍ତି ବଜାର ବ୍ୟବସ୍ଥା କରିଛନ୍ତି। ଇ-ମାର୍କେଟିଂ ପୋର୍ଟାଲ ଦ୍ୱାରା ସାରା ବିଶ୍ୱର ଲୋକେ ମୟୂରଭଞ୍ଜ, ମାଲକାନଗିରି ଭଳି ରାଜ୍ୟ ସମସ୍ତ ସ୍ଥାନର ମିଶନ ଶକ୍ତି ମା’ମାନଙ୍କର ଦ୍ରବ୍ୟ କିଣି ପାରିବେ। ଏହାଦ୍ବାରା ସେମାନଙ୍କ ରୋଜଗାର ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆର୍ଥିକ ଦୃଷ୍ଟିରୁ ମା’ମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯେଉଁ ଗଁାରେ ବ୍ୟାଙ୍କ ନାହିଁ, ସେଠାରେ ସ୍ବୟଂ ସହାୟକ ଗୋଷ୍ଠୀ ବ୍ୟାଙ୍କ ସଖୀମାନଙ୍କୁ ଦାୟିତ୍ୱ ଦିଆଯିବ। ଏବେ ସବୁ ପଞ୍ଚାୟତ ଓ ୱାର୍ଡରେ ମିଶନ ଶକ୍ତି ଘର ନିର୍ମାଣ କରାଯାଉଛି। ସବୁ ବ୍ଲକ୍‌ ଓ ରାଜ୍ୟ ସ୍ତରରେ ମଧ୍ୟ ମିଶନ ଶକ୍ତି ଭବନ କରାଯିବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ପ୍ରତି ଜିଲାରେ ମିଶନ ଶକ୍ତି ଭବନ ନିର୍ମାଣ କରାଯିବ। ଏଥିପାଇଁ ପ୍ରତ୍ୟେକ ଜିଲାକୁ ୧ କୋଟି ଟଙ୍କା ଲେଖାଏ ଯୋଗାଇ ଦିଆଯିବ। ମିଶନ ଶକ୍ତି ମା’ମାନଙ୍କ ଅନୁରୋଧ ଅନୁଯାୟୀ, ରାଜ୍ୟ ସରକାର ମିଶନ ଶକ୍ତି ଫେଡେରେଶନର ଇସି ସଦସ୍ୟମାନଙ୍କ ବୈଠକ ବାବଦ ଖର୍ଚ୍ଚ ଓ ଗସ୍ତ ପାଇଁ ଭତ୍ତା ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ସେ ୨୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି କହିଛନ୍ତି। ଭର୍ଚୁଆଲରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କଥା ନୁହେଁ, କାମରେ ବିଶ୍ବାସ କରନ୍ତି। ତାଙ୍କର ଦୃଢ଼ ନେତୃତ୍ୱ ଯୋଗୁ ମିଶନ ଶକ୍ତି କାର୍ଯ୍ୟକ୍ରମ ଆଜି ଶକ୍ତିଶାଳୀ ହୋଇପାରିଛି। ସ୍ବାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା କାର୍ତ୍ତିକେୟନ ଆଜି ଦିନଟିକୁ ମିଶନ ଶକ୍ତି ପାଇଁ ଏକ ଐତିହାସିକ ଦିନ ଭାବରେ ବର୍ଣ୍ଣନା କରଛନ୍ତି। ମା’ମାନେ ସରକାର ଓ ସମାଜ ମଧ୍ୟରେ ସେତୁବନ୍ଧ ଭାବରେ କାମ କରି ଆନ୍ଦୋଳନକୁ ମଜଭୁତ କରିଛନ୍ତି ବୋଲି ସେ କହିଛନ୍ତି। ବିଭାଗୀୟ ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର, ବରଗଡ, ନୂଆପଡା, ଗଞ୍ଜାମ ଓ ମୟୂରଭଞ୍ଜର ମିଶନ ଶକ୍ତି ବ୍ଲକ୍‌ ସଭାନେତ୍ରୀ ମତ ବିନିମୟ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ। ୩୧୪ ବ୍ଲକ୍‌ ଫେଡେରେଶନର ସଭାନେତ୍ରୀ ଭର୍ଚୁଆଲରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri