ଭୁବନେଶ୍ବରରେ ମିଶନ ଶକ୍ତି ବଜାର

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମିଶନ ଶକ୍ତିର ଇ-ମାର୍କେଟିଂ ପାଇଁ ଅନ୍‌ଲାଇନ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଏହାସହିତ ଭୁବନେଶ୍ବର ଏସ୍‌ଆଇଆର୍‌ଡି କ୍ୟାମ୍ପସ୍‌ରେ ମିଶନ ଶକ୍ତି ବଜାର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେହିପରି ସୁଧ ରିହାତି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ପଞ୍ଚାୟତ ସ୍ତରର କମ୍ୟୁନିଟି ଷ୍ଟାଫ୍‌ମାନଙ୍କ ପୋଷାକ ପାଇଁ ଭତ୍ତା ଘୋଷଣା କରି ମୁଖ୍ୟମନ୍ତ୍ରୀ ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରିଛନ୍ତି। ମହିଳାମାନଙ୍କ ସଶକ୍ତୀକରଣ ବିନା କୌଣସି ପରିବାର କିମ୍ବା ରାଜ୍ୟ ବା ଦେଶ ଆଗେଇ ପାରିବ ନାହିଁ। ମା’ମାନଙ୍କ ସଶକ୍ତୀକରଣ ଦିଗରେ ଓଡ଼ିଶା ମିଶନ ଶକ୍ତି ସବୁବେଳେ ବାଟ ଦେଖାଇ ଚାଲିବ ବୋଲି ମୁଖ୍ୟମନ୍ତୀ କହିଛନ୍ତି। ଦେଶର ଏକମାତ୍ର ରାଜ୍ୟ ଭାବେ ଓଡ଼ିଶାରେ ମିଶନ ଶକ୍ତି ଭାବେ ସ୍ବତନ୍ତ୍ର ବିଭାଗ ରହିଛି।
୨୦ ବର୍ଷ ତଳେ ଆରମ୍ଭ ହୋଇଥିବା ମିଶନ ଶକ୍ତି କାର୍ଯ୍ୟକ୍ରମ ଏବେ ୭୦ ଲକ୍ଷ ମା’ମାନଙ୍କର ଏକ ବିରାଟ ଆନ୍ଦୋଳନ ହୋଇପାରିଛି। ମିଶନ ଶକ୍ତି ପାଇଁ ୫୦୦୦ କୋଟି ଟଙ୍କାର କାମ ଦେବା ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଥିବା ବେଳେ ଏବେ ରାଜ୍ୟ ସରକାରଙ୍କ ୨୧ଟି ବିଭାଗ ମିଶନ ଶକ୍ତିକୁ କାମ ଯୋଗାଇ ଦେଉଛନ୍ତି। ମିଶନ ଶକ୍ତିକୁ ଏପର୍ଯ୍ୟନ୍ତ ୬୦୦୦ କୋଟି ଟଙ୍କାର ଋଣ ଯୋଗାଇ ଦିଆଯାଇଛି। ଏହି ଋଣ ପାଇଁ ସୁଧ ରିହାତି ବାବଦରେ ୨୦୦ କୋଟି ଟଙ୍କା ଦିଆଯାଇଛି। ଏଥିପାଇଁ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ବ୍ୟାଙ୍କମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି।
ମିଶନ ଶକ୍ତିର ମା’ମାନଙ୍କ ଦ୍ବାରା ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଇ-ମାର୍କେଟିଂ ପୋର୍ଟାଲ ଏବଂ ଭୁବନେଶ୍ୱରରେ ମିଶନ ଶକ୍ତି ବଜାର ବ୍ୟବସ୍ଥା କରିଛନ୍ତି। ଇ-ମାର୍କେଟିଂ ପୋର୍ଟାଲ ଦ୍ୱାରା ସାରା ବିଶ୍ୱର ଲୋକେ ମୟୂରଭଞ୍ଜ, ମାଲକାନଗିରି ଭଳି ରାଜ୍ୟ ସମସ୍ତ ସ୍ଥାନର ମିଶନ ଶକ୍ତି ମା’ମାନଙ୍କର ଦ୍ରବ୍ୟ କିଣି ପାରିବେ। ଏହାଦ୍ବାରା ସେମାନଙ୍କ ରୋଜଗାର ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆର୍ଥିକ ଦୃଷ୍ଟିରୁ ମା’ମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯେଉଁ ଗଁାରେ ବ୍ୟାଙ୍କ ନାହିଁ, ସେଠାରେ ସ୍ବୟଂ ସହାୟକ ଗୋଷ୍ଠୀ ବ୍ୟାଙ୍କ ସଖୀମାନଙ୍କୁ ଦାୟିତ୍ୱ ଦିଆଯିବ। ଏବେ ସବୁ ପଞ୍ଚାୟତ ଓ ୱାର୍ଡରେ ମିଶନ ଶକ୍ତି ଘର ନିର୍ମାଣ କରାଯାଉଛି। ସବୁ ବ୍ଲକ୍‌ ଓ ରାଜ୍ୟ ସ୍ତରରେ ମଧ୍ୟ ମିଶନ ଶକ୍ତି ଭବନ କରାଯିବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ପ୍ରତି ଜିଲାରେ ମିଶନ ଶକ୍ତି ଭବନ ନିର୍ମାଣ କରାଯିବ। ଏଥିପାଇଁ ପ୍ରତ୍ୟେକ ଜିଲାକୁ ୧ କୋଟି ଟଙ୍କା ଲେଖାଏ ଯୋଗାଇ ଦିଆଯିବ। ମିଶନ ଶକ୍ତି ମା’ମାନଙ୍କ ଅନୁରୋଧ ଅନୁଯାୟୀ, ରାଜ୍ୟ ସରକାର ମିଶନ ଶକ୍ତି ଫେଡେରେଶନର ଇସି ସଦସ୍ୟମାନଙ୍କ ବୈଠକ ବାବଦ ଖର୍ଚ୍ଚ ଓ ଗସ୍ତ ପାଇଁ ଭତ୍ତା ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ସେ ୨୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି କହିଛନ୍ତି। ଭର୍ଚୁଆଲରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କଥା ନୁହେଁ, କାମରେ ବିଶ୍ବାସ କରନ୍ତି। ତାଙ୍କର ଦୃଢ଼ ନେତୃତ୍ୱ ଯୋଗୁ ମିଶନ ଶକ୍ତି କାର୍ଯ୍ୟକ୍ରମ ଆଜି ଶକ୍ତିଶାଳୀ ହୋଇପାରିଛି। ସ୍ବାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା କାର୍ତ୍ତିକେୟନ ଆଜି ଦିନଟିକୁ ମିଶନ ଶକ୍ତି ପାଇଁ ଏକ ଐତିହାସିକ ଦିନ ଭାବରେ ବର୍ଣ୍ଣନା କରଛନ୍ତି। ମା’ମାନେ ସରକାର ଓ ସମାଜ ମଧ୍ୟରେ ସେତୁବନ୍ଧ ଭାବରେ କାମ କରି ଆନ୍ଦୋଳନକୁ ମଜଭୁତ କରିଛନ୍ତି ବୋଲି ସେ କହିଛନ୍ତି। ବିଭାଗୀୟ ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର, ବରଗଡ, ନୂଆପଡା, ଗଞ୍ଜାମ ଓ ମୟୂରଭଞ୍ଜର ମିଶନ ଶକ୍ତି ବ୍ଲକ୍‌ ସଭାନେତ୍ରୀ ମତ ବିନିମୟ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ। ୩୧୪ ବ୍ଲକ୍‌ ଫେଡେରେଶନର ସଭାନେତ୍ରୀ ଭର୍ଚୁଆଲରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?