ବାଲେଶ୍ୱରରେ ‘ମିଶନ ଶକ୍ତି କାଫେ’

ବାଲେଶ୍ୱର ଅଫିସ, ୨୮ା୧୨ ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ ସାମାଜିକ ନିରାପତ୍ତା ଓ ସଶକ୍ତୀକରଣ ବିଭାଗ ସହାୟତା ତଥା ମିଶନ ଶକ୍ତି ସହଯୋଗରେ କିନ୍ନର ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ପକ୍ଷରୁ ଏକ ଅତ୍ୟାଧୁନିକ କଫି ଷ୍ଟଲ ‘ମିଶନ ଶକ୍ତି କାଫେ’ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏହାକୁ ଉଦ୍‌ଘାଟନ କରି କିନ୍ନର ଏସ୍‌ଏଚ୍‌ଜିଙ୍କୁ ସ୍ବାବଲମ୍ବୀ କରିବା ସାଙ୍ଗକୁ ଏଠାରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀ, କର୍ମଚାରୀ ଓ ଏଠାକୁ ଆସୁଥିବା ଜନସାଧାରଣ ବିଶେଷ ଭାବେ ଉପକୃତ ହୋଇପାରିବେ ବୋଲି କହିଥିଲେ। ଜିଲା ଜରୁରୀକାଳୀନ ଅଧିକାରୀ ରିଜୱାନା କୱକବ, ଜିଲା ସମାଜମଙ୍ଗଳ ଅଧିକାରିଣୀ କୁନ୍ତଳା କୁମାରୀ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ଉତ୍ତର ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପରିଚାଳିକା ରୁକସାନା ଖାତୁନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉଦ୍‌ଘାଟନୀ ଉତ୍ସବ ଆୟୋଜିତ ହୋଇଥିଲା। ସକାଳ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ଷ୍ଟଲ ଖୋଲାରହିବ। ଏଠାରେ ଚା’, କଫି, ଗ୍ରୀନ୍‌ ଟି ଓ ବିଭିନ୍ନ ପ୍ରକାର ବିସ୍କୁଟ ଓ ସ୍ନାକ୍ସ ଆଦି ସୁଲଭ ମୂଲ୍ୟରେ ବିକ୍ରି ହେବ ବୋଲି କିନ୍ନର ସଂଘ କର୍ମକର୍ତ୍ତାମାନେ କହିଛନ୍ତି। ଜଳେଶ୍ୱର ଅଞ୍ଚଳର କିନ୍ନର ଏସ୍‌ଏଚ୍‌ଜି ଏହି ଷ୍ଟଲ ଖୋଲିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜିଲା କିନ୍ନର ସଙ୍ଘର ମୁଖ୍ୟ ରାଣୀ କିନ୍ନରଙ୍କ ସମେତ କିନ୍ନର ଏସ୍‌ଏଚ୍‌ଜି ନିହାରିକା କିନ୍ନର, ବାସନ୍ତୀ କିନ୍ନର, ସାଲୋନି କିନ୍ନର ଓ ଲଭଲି କିନ୍ନର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri