‘ମିଶନ ଶକ୍ତି କାଫେ’: ଏସ୍‌ଏଚ୍‌ଜି ମହିଳାଙ୍କୁ ଜୀବିକା

ସୁନ୍ଦରଗଡ଼, ୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ବ୍ଲକ ସଦରମହକୁମାଗୁଡ଼ିକୁ ପ୍ରତିଦିନ ବିଭିନ୍ନ କାମରେ ଆସୁଥିବା ଲୋକମାନଙ୍କ ସୁବିଧା ପାଇଁ ସରକାରଙ୍କ ତରଫରୁ ଖୋଲାଯାଇଛି ‘ମିଶନ ଶକ୍ତି କାଫେ’। ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଦ୍ୱାରା ପରିଚାଳିତ ଏହି କାଫେରେ ସ୍ବାସ୍ଥ୍ୟକର ପରିବେଶ ଭିତରେ ଉଚିତ ମୂଲ୍ୟରେ ସକାଳ ଓ ସା ଜଳଖିଆ ସହିତ ମଧ୍ୟାହ୍ନ ଭୋଜନ ମିଳୁଛି। ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନ ଅଧୀନରେ ଏହି କାର୍ଯ୍ୟ ପରିଚାଳନା କରାଯାଉଛି। ଏଭଳି ଅଣପାରମ୍ପରିକ କାମରେ ମିଶନ ଶକ୍ତିର ମହିଳାଙ୍କୁ ନିୟୋଜିତ କରି ସେମାନଙ୍କ କାର୍ଯ୍ୟ ପରିସରକୁ ବ୍ୟାପକ କରିବା ସହ ଜୀବିକାକୁ ସୁନିଶ୍ଚିତ କରାଯାଉଛି। ଏହି ‘କାଫେ’ ପରିଚାଳନା କରି ଏସ୍‌ଏଚଜି ମହିଳାମାନେ ଭଲ ଦି’ ପଇସା ରୋଜଗାର କରୁଛନ୍ତି। ଆଗରୁ ଆମେ ପାରମ୍ପରିକ କାମରେ ନିୟୋଜିତ ଥିଲୁ। କିନ୍ତୁ ଏବେ ଜିଲା ପ୍ରଶାସନ ସହଯୋଗରେ ମିଶନ ଶକ୍ତି କାଫେ ଚଳାଉଛୁ। ଲୋକମାନଙ୍କ ଚାହିଦା ଅନୁଯାୟୀ ଏଠାରେ ଆମେ ଖାଦ୍ୟ ପ୍ରସ୍ତୁତ କରୁଛୁ। ଘରୋଇ ପରିବେଶ ଭିତରେ ଲୋକମାନେ ଯେମିତି ଭଲ ଖାଦ୍ୟ ପାଇପାରିବେ ତା’ ଉପରେ ଆମେ ଧ୍ୟାନ ଦେଉଛୁ ବୋଲି କୁତ୍ରା ବ୍ଲକର ଜଣେ ଏସ୍‌ଏଚଜି ମହିଳା ନିଲିମା କୁଲ୍ଲୁ କହିଛନ୍ତି। ମିଶନ ଶକ୍ତି କାଫେ ପରିଚାଳନା ପାଇଁ ଆମକୁ ଚୟନ କରାଯିବା ପରେ ସୁନ୍ଦରଗଡ଼ରେ ତାଲିମ ଦିଆଯାଇଥିଲା। ‘କାଫେ’କୁ ସଫା ସୁତୁରା ରଖିବା ସହ କିପରି ଖାଦ୍ୟ ପ୍ରସ୍ତୁତ କରାଯିବ ସେନେଇ ଆମେ ପ୍ରଶିକ୍ଷଣ ନେଇଥିଲୁ। ଏବେ ଏହି କାଫେ ପରିଚାଳନା କରି ଆମେ ଭଲ ରୋଜଗାର କରିପାରୁଛୁ ବୋଲି ବିଶ୍ରା ବ୍ଲକର ଆଉ ଜଣେ ଏସ୍‌ଏଚଜି ମହିଳା ମମିନା କୁଜୁର କହିଛନ୍ତି। ସୁନ୍ଦରଗଡ଼ ଜିଲାର କୁଆଁରମୁଣ୍ଡା ବ୍ଲକରେ ପାଇଲଟ କାର୍ଯ୍ୟକ୍ରମ ଭାବେ ୨୦୨୧ରେ ‘ଉତ୍କଳ କିଚେନ’ ଖୋଲାଯାଇଥିଲା। ଉତ୍କଳ କିଚେନ ପାଇଁ ଓମ୍ବାଡସି ପାଣ୍ଠିରୁ ଆର୍ଥିକ ସହାୟତା ଦିଆଯାଉଛି। ପରବର୍ତ୍ତି ସମୟରେ ଜିଲାର ଅନ୍ୟ ୧୬ଟି ବ୍ଲକରେ ‘ମିଶନ ଶକ୍ତି କାଫେ’ ଖୋଲାଯାଇଛି। ଏହାର ପରିଚାଳନା ପାଇଁ ସୁନ୍ଦରଗଡ଼ ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ମିଶନ ଶକ୍ତି କାଫେରେ ସକାଳ ଓ ଅପରାହ୍ଣ ଜଳଖିଆ ସହିତ ଦିପହରେ ମଧ୍ୟାହ୍ନ ଭୋଜନ ମିଳୁଛି। ସପ୍ତାହରେ ୬ ଦିନ (ରବିବାରକୁ ଛାଡ଼ି ସକାଳ ୮ଟାରୁ ସା ୬ଟା ପର୍ଯ୍ୟନ୍ତ ଏହି କାଫେ ଖୋଲାରହୁଛି। ଏଠାରେ ଜଳଖିଆରେ ବରା, ଆଳୁଚପ, ଇଡଲି ଆଦି ମିଳୁଥିବା ବେଳେ ମଧ୍ୟାହ୍ନ ଭୋଜନରେ ଭାତ, ଡାଲି, ତରକାରି, ଚିପ୍ସ, ଭଜା, ଶାଗ ସହିତ ଆମିଷ ମଧ୍ୟରେ ମାଛ, ଚିକେନ ଓ ଅଣ୍ଡାରେ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ମିଳୁଛି। ଅପରାହ୍ନରେ ଚା’, କଫି, ପକ ଓ ସିଙ୍ଗଡ଼ା ଆଦି ତିଆରି କରାଯାଉଛି। ‘ଆଗରୁ ବିଭିନ୍ନ ହୋଟେଲରେ ଖାଉଥିଲି। ହେଲେ ସେଠାରେ ତେଲ ମସଲା ଅଧିକ ବ୍ୟବହାର ହେଉଥିବାରୁ ଦେହ ଖରାପ ହେଉଥିଲା। ଯେବେଠୁ ମିଶନ ଶକ୍ତି କାଫେ ଖୋଲିଲାଣି ସେବେଠୁ ଏଠାରେ ନିୟମିତ ଖାଉଛି। ଖାଇବା ଭଲ ଲାଗୁଛି ବୋଲି ବିଶ୍ରା ବ୍ଲକର ଜଣେ ଯୁବକ ବିଶ୍ୱରଞ୍ଜନ ଦାସ କହିଛନ୍ତି। କାଫେ ପରିଚାଳନା କରୁଥିବା ମହିଳାମାନେ ପରିବେଶକୁ ସଫା ସୁତୁରା ରଖୁଛନ୍ତି। ଫଳରେ ଏଠାରେ ବସି ଖାଇବାକୁ ଭଲ ଲାଗୁଛି। ସେମାନଙ୍କ ବ୍ୟବହାର ଭଲ ହୋଇଥିବାରୁ ଘରେ ବସି ଖାଇବା ଭଳି ଲାଗୁଛି ବୋଲି କୁତ୍ରା ବ୍ଲକର ଜଣେ ଗ୍ରାହକ ମନ୍ଦାକିନୀ ପଟେଲ କହିଛନ୍ତି। ଏହି କାଫେ ପରିଚାଳନା ଲାଗି ମିଶନ ଶକ୍ତିର ମହିଳାଙ୍କୁ ଆବଶ୍ୟକ ତାଲିମ ଦିଆଯାଉଛି। ଖାଦ୍ୟ ପ୍ରସ୍ତୁତି ସହିତ ଗ୍ରାହକମାନଙ୍କୁ କିପରି ସେବା ଯୋଗାଇଦେବେ ସେ ବାବଦରେ ମଧ୍ୟ ପ୍ରଶିକ୍ଷଣ ବେଳେ ଗୁରୁତ୍ୱ ଦିଆଯାଉଛି। ସୁନ୍ଦରଗଡ଼ ଜିଲାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ସ୍ବାବଲମ୍ବୀ କରିବାରେ ‘ମିଶନ ଶକ୍ତି କାଫେ’ ବଡ଼ ମାଧ୍ୟମ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri