‘ମିଶନ ଶକ୍ତି କାଫେ’: ଏସ୍‌ଏଚ୍‌ଜି ମହିଳାଙ୍କୁ ଜୀବିକା

ସୁନ୍ଦରଗଡ଼, ୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ବ୍ଲକ ସଦରମହକୁମାଗୁଡ଼ିକୁ ପ୍ରତିଦିନ ବିଭିନ୍ନ କାମରେ ଆସୁଥିବା ଲୋକମାନଙ୍କ ସୁବିଧା ପାଇଁ ସରକାରଙ୍କ ତରଫରୁ ଖୋଲାଯାଇଛି ‘ମିଶନ ଶକ୍ତି କାଫେ’। ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଦ୍ୱାରା ପରିଚାଳିତ ଏହି କାଫେରେ ସ୍ବାସ୍ଥ୍ୟକର ପରିବେଶ ଭିତରେ ଉଚିତ ମୂଲ୍ୟରେ ସକାଳ ଓ ସା ଜଳଖିଆ ସହିତ ମଧ୍ୟାହ୍ନ ଭୋଜନ ମିଳୁଛି। ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନ ଅଧୀନରେ ଏହି କାର୍ଯ୍ୟ ପରିଚାଳନା କରାଯାଉଛି। ଏଭଳି ଅଣପାରମ୍ପରିକ କାମରେ ମିଶନ ଶକ୍ତିର ମହିଳାଙ୍କୁ ନିୟୋଜିତ କରି ସେମାନଙ୍କ କାର୍ଯ୍ୟ ପରିସରକୁ ବ୍ୟାପକ କରିବା ସହ ଜୀବିକାକୁ ସୁନିଶ୍ଚିତ କରାଯାଉଛି। ଏହି ‘କାଫେ’ ପରିଚାଳନା କରି ଏସ୍‌ଏଚଜି ମହିଳାମାନେ ଭଲ ଦି’ ପଇସା ରୋଜଗାର କରୁଛନ୍ତି। ଆଗରୁ ଆମେ ପାରମ୍ପରିକ କାମରେ ନିୟୋଜିତ ଥିଲୁ। କିନ୍ତୁ ଏବେ ଜିଲା ପ୍ରଶାସନ ସହଯୋଗରେ ମିଶନ ଶକ୍ତି କାଫେ ଚଳାଉଛୁ। ଲୋକମାନଙ୍କ ଚାହିଦା ଅନୁଯାୟୀ ଏଠାରେ ଆମେ ଖାଦ୍ୟ ପ୍ରସ୍ତୁତ କରୁଛୁ। ଘରୋଇ ପରିବେଶ ଭିତରେ ଲୋକମାନେ ଯେମିତି ଭଲ ଖାଦ୍ୟ ପାଇପାରିବେ ତା’ ଉପରେ ଆମେ ଧ୍ୟାନ ଦେଉଛୁ ବୋଲି କୁତ୍ରା ବ୍ଲକର ଜଣେ ଏସ୍‌ଏଚଜି ମହିଳା ନିଲିମା କୁଲ୍ଲୁ କହିଛନ୍ତି। ମିଶନ ଶକ୍ତି କାଫେ ପରିଚାଳନା ପାଇଁ ଆମକୁ ଚୟନ କରାଯିବା ପରେ ସୁନ୍ଦରଗଡ଼ରେ ତାଲିମ ଦିଆଯାଇଥିଲା। ‘କାଫେ’କୁ ସଫା ସୁତୁରା ରଖିବା ସହ କିପରି ଖାଦ୍ୟ ପ୍ରସ୍ତୁତ କରାଯିବ ସେନେଇ ଆମେ ପ୍ରଶିକ୍ଷଣ ନେଇଥିଲୁ। ଏବେ ଏହି କାଫେ ପରିଚାଳନା କରି ଆମେ ଭଲ ରୋଜଗାର କରିପାରୁଛୁ ବୋଲି ବିଶ୍ରା ବ୍ଲକର ଆଉ ଜଣେ ଏସ୍‌ଏଚଜି ମହିଳା ମମିନା କୁଜୁର କହିଛନ୍ତି। ସୁନ୍ଦରଗଡ଼ ଜିଲାର କୁଆଁରମୁଣ୍ଡା ବ୍ଲକରେ ପାଇଲଟ କାର୍ଯ୍ୟକ୍ରମ ଭାବେ ୨୦୨୧ରେ ‘ଉତ୍କଳ କିଚେନ’ ଖୋଲାଯାଇଥିଲା। ଉତ୍କଳ କିଚେନ ପାଇଁ ଓମ୍ବାଡସି ପାଣ୍ଠିରୁ ଆର୍ଥିକ ସହାୟତା ଦିଆଯାଉଛି। ପରବର୍ତ୍ତି ସମୟରେ ଜିଲାର ଅନ୍ୟ ୧୬ଟି ବ୍ଲକରେ ‘ମିଶନ ଶକ୍ତି କାଫେ’ ଖୋଲାଯାଇଛି। ଏହାର ପରିଚାଳନା ପାଇଁ ସୁନ୍ଦରଗଡ଼ ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ମିଶନ ଶକ୍ତି କାଫେରେ ସକାଳ ଓ ଅପରାହ୍ଣ ଜଳଖିଆ ସହିତ ଦିପହରେ ମଧ୍ୟାହ୍ନ ଭୋଜନ ମିଳୁଛି। ସପ୍ତାହରେ ୬ ଦିନ (ରବିବାରକୁ ଛାଡ଼ି ସକାଳ ୮ଟାରୁ ସା ୬ଟା ପର୍ଯ୍ୟନ୍ତ ଏହି କାଫେ ଖୋଲାରହୁଛି। ଏଠାରେ ଜଳଖିଆରେ ବରା, ଆଳୁଚପ, ଇଡଲି ଆଦି ମିଳୁଥିବା ବେଳେ ମଧ୍ୟାହ୍ନ ଭୋଜନରେ ଭାତ, ଡାଲି, ତରକାରି, ଚିପ୍ସ, ଭଜା, ଶାଗ ସହିତ ଆମିଷ ମଧ୍ୟରେ ମାଛ, ଚିକେନ ଓ ଅଣ୍ଡାରେ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ମିଳୁଛି। ଅପରାହ୍ନରେ ଚା’, କଫି, ପକ ଓ ସିଙ୍ଗଡ଼ା ଆଦି ତିଆରି କରାଯାଉଛି। ‘ଆଗରୁ ବିଭିନ୍ନ ହୋଟେଲରେ ଖାଉଥିଲି। ହେଲେ ସେଠାରେ ତେଲ ମସଲା ଅଧିକ ବ୍ୟବହାର ହେଉଥିବାରୁ ଦେହ ଖରାପ ହେଉଥିଲା। ଯେବେଠୁ ମିଶନ ଶକ୍ତି କାଫେ ଖୋଲିଲାଣି ସେବେଠୁ ଏଠାରେ ନିୟମିତ ଖାଉଛି। ଖାଇବା ଭଲ ଲାଗୁଛି ବୋଲି ବିଶ୍ରା ବ୍ଲକର ଜଣେ ଯୁବକ ବିଶ୍ୱରଞ୍ଜନ ଦାସ କହିଛନ୍ତି। କାଫେ ପରିଚାଳନା କରୁଥିବା ମହିଳାମାନେ ପରିବେଶକୁ ସଫା ସୁତୁରା ରଖୁଛନ୍ତି। ଫଳରେ ଏଠାରେ ବସି ଖାଇବାକୁ ଭଲ ଲାଗୁଛି। ସେମାନଙ୍କ ବ୍ୟବହାର ଭଲ ହୋଇଥିବାରୁ ଘରେ ବସି ଖାଇବା ଭଳି ଲାଗୁଛି ବୋଲି କୁତ୍ରା ବ୍ଲକର ଜଣେ ଗ୍ରାହକ ମନ୍ଦାକିନୀ ପଟେଲ କହିଛନ୍ତି। ଏହି କାଫେ ପରିଚାଳନା ଲାଗି ମିଶନ ଶକ୍ତିର ମହିଳାଙ୍କୁ ଆବଶ୍ୟକ ତାଲିମ ଦିଆଯାଉଛି। ଖାଦ୍ୟ ପ୍ରସ୍ତୁତି ସହିତ ଗ୍ରାହକମାନଙ୍କୁ କିପରି ସେବା ଯୋଗାଇଦେବେ ସେ ବାବଦରେ ମଧ୍ୟ ପ୍ରଶିକ୍ଷଣ ବେଳେ ଗୁରୁତ୍ୱ ଦିଆଯାଉଛି। ସୁନ୍ଦରଗଡ଼ ଜିଲାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ସ୍ବାବଲମ୍ବୀ କରିବାରେ ‘ମିଶନ ଶକ୍ତି କାଫେ’ ବଡ଼ ମାଧ୍ୟମ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri