ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ମିଶନଶକ୍ତି ଗୃହ

ମଙ୍ଗୁଳି-ଚୌଦ୍ୱାର, ୨୬।୨(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୯ନଂ. ଓ୍ବାର୍ଡରେ ୨ ବର୍ଷ ହେବ ଏକ ମିଶନଶକ୍ତି ଗୃହ ନିର୍ମାଣ ହୋଇଛି। ହେଲେ ଏପର୍ଯ୍ୟନ୍ତ ଏହା ଉଦ୍‌ଘାଟନ ହୋଇ ନ ଥିବାରୁ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ମିଳିଥିବା ସୂଚନା ଅନୁଯାୟୀ, ୨୦୨୧ ଅଗଷ୍ଟ ୧୫ରେ ମିଶନଶକ୍ତି ଘର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏଥିପାଇଁ ୭ଲକ୍ଷ ୨୩ହଜାର ଟଙ୍କା ବ୍ୟୟ ଅଟକଳ କରାଯାଇଥିଲା। ଏହି କାର୍ଯ୍ୟ ୨୦୨୧ ସେପ୍ଟେମ୍ବର ୧୪ ତାରିଖ ସୁଦ୍ଧା ସାରିବା ପାଇଁ ସମୟସୀମା ଧାର୍ଯ୍ୟ ହୋଇଥିଲା। ମହିଳାଙ୍କୁ ସଶକ୍ତୀକରଣ କରିବା ଲକ୍ଷ୍ୟରେ କପାଳେଶ୍ୱର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ଏହି ନିର୍ମାଣ କାର୍ଯ୍ୟର ଦାୟିତ୍ୱ ଦିଆଯାଇଥିଲା। ଗୃହ ଚତୁଃପାର୍ଶ୍ୱରେ ବାଉଣ୍ଡରି ହୋଇଥିଲେ ସୁଦ୍ଧା ଫାଟକ ନାହିଁ। ଫଳରେ ଏହା ଏବେ ଗୋରୁ, ଷଣ୍ଢ ଓ କୁକୁରଙ୍କ ଆଶ୍ରୟସ୍ଥଳୀ ପାଲଟିଛି। ସେହିପରି ଉକ୍ତ ସ୍ଥାନରେ ଆଲୋକ ବ୍ୟବସ୍ଥା ନ ଥିବାରୁ ରାତି ହେଲେ ଅସାମାଜିକ ବ୍ୟକ୍ତିମାନେ ଏକତ୍ରିତ ହୋଇ ଚୋରି ପାଇଁ ଯୋଜନା କରୁଛନ୍ତି। ଫଳରେ ସ୍ଥାନୀୟ ଅଞ୍ଚଳରେ ଚୋରି ସଂଖ୍ୟା ବଢ଼ିବାରେ ଲାଗିଛି। ମିଶନଶକ୍ତି ଗୃହ ଚାରିପଟେ ଗଛଲତା ମାଡ଼ିଯାଇ ଜଙ୍ଗଲର ଭ୍ରମ ସୃଷ୍ଟି କଲାଣି। ଉଦ୍‌ଘାଟନ ପୂର୍ବରୁ ଘରର ବିଭିନ୍ନ ସ୍ଥାନ ଭାଙ୍ଗି ନଷ୍ଟ ହେବାକୁ ବସିଥିବାବେଳେ ରଙ୍ଗ ଲିଭିଗଲାଣି।
ଏ ସମ୍ପର୍କରେ ପୌରପାଳିକା ନିର୍ବାହୀ ଅଧିକାରୀ ସଞ୍ଜୀବ ମହାପାତ୍ର କହିଛନ୍ତି, ମୁଁ ଏଠାକୁ ଆସିବା ପୂର୍ବରୁ ଉକ୍ତ ଘର ନିର୍ମାଣ ହୋଇଛି। ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଉକ୍ତ ଗୃହ ନିର୍ମାଣ କାର୍ଯ୍ୟ ସାରିବା ପରେ ପୌରପାଳିକାକୁ ହସ୍ତାନ୍ତର କରିବା କଥା। ହେଲେ ଏପର୍ଯ୍ୟନ୍ତ ତାହା ହୋଇନାହିଁ। ଉଦ୍‌ଘାଟନ ପୂର୍ବରୁ ଉକ୍ତ ଗୃହର ଯାହା କ୍ଷତି ହୋଇଛି ତାହା ଉକ୍ତ ମହିଳା ଗୋଷ୍ଠୀର ସିକ୍ୟୁରିଟି ଅର୍ଥରୁ ଭରଣା କରାଯିବ। ଦରକାର ପଡିଲେ ଉକ୍ତ ଗୋଷ୍ଠୀଙ୍କୁ କଳାତାଲିକାଭୁକ୍ତ କରାଯିବ। ଅପରପକ୍ଷରେ ସ୍ବୟଂ ସହାୟିକା ଗୋଷ୍ଠୀର ସଭାପତି ଜୟନ୍ତୀ ମିଶ୍ର କହିଛନ୍ତି, ଆମେ କାର୍ଯ୍ୟ ସାରି ବିଲ୍‌ ନେବା ପରେ ସ୍ଥାନୀୟ ଜନପ୍ରତିନିଧିଙ୍କୁ ହସ୍ତାନ୍ତର କରିଦେଇଛୁ। କରୋନା ମହାମାରୀ ଯୋଗୁ ଉଦ୍‌ଘାଟନ ହୋଇପାରି ନ ଥିଲା। ଆସନ୍ତା ସୋମବାର ଚୌଦ୍ୱାର ପୌରପାଳିକାକୁ ଯାଇ ଅସୁବିଧା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ଜଣାଇବୁ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?