ମିଶନ ଶକ୍ତି ଗୃହ କାମରେ ଲାଗୁନି

ନୂଆଗାଁ,୯ା୫(ଡି.ଏନ.ଏ.): ମହିଳାଙ୍କ ଉନ୍ନତିରେ ରାଜ୍ୟର ପ୍ରଗତି। ତେଣୁ ମହିଳାମାନଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ସ୍ବାବଲମ୍ବୀ କରାଇବା ଓ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବାକୁ ସରକାର ବିଭିନ୍ନ ଯୋଜନାମାନ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ସ୍ବେଚ୍ଛାଚାରିତା କାରଣରୁ ସେସବୁ ସୁବିଧା ପାଇବାରୁ ମହିଳାମାନେ ବଞ୍ଚତ୍ତ ହେଉଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ପାଇଁ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ରାଜ୍ୟ ସରକାର ଅନୁଦାନ ଯୋଗାଇଥିବା ବେଳେ ନୟାଗଡ଼ ଜିଲା ନୂଆଗାଁ ବ୍ଲକର କୌଣସି ପଞ୍ଚାୟତରେ ତାହା କାମରେ ଲାଗୁ ନ ଥିବା ଅଭିଯୋଗ ହେଉଛି।
ନୂଆଗାଁ ବ୍ଲକର ୨୨ଟି ପଞ୍ଚାୟତରେ ମିଶନ ଶକ୍ତି ଗୃହ ନିର୍ମାଣ ସହ ଶୌଚାଳୟ ଓ ପାଣିର ବ୍ୟବସ୍ଥା କରି ମିଶନ ଶକ୍ତି ବିଭାଗକୁ ହସ୍ତାନ୍ତର କରିବାକୁ ସରକାର ବ୍ଲକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ପ୍ରତି ପଞ୍ଚାୟତରେ ମିଶନ ଶକ୍ତି ଗୃହ ନିର୍ମାଣ ଆରମ୍ଭ କରାଯାଇଥିଲା। ବର୍ତ୍ତମାନ କେଉଁ ପଞ୍ଚାୟତରେ ମିଶନ ଶକ୍ତି ଗୃହ ନିର୍ମାଣ ଅଧପନ୍ତରିଆ ଭାବେ ରହିଛି ତ ଆଉ କେଉଁଠି ପାଣିର ବ୍ୟବସ୍ଥା କରାଯାଇନାହିଁ। କେଉଁଠି ନିର୍ମାଣ କାର୍ଯ୍ୟ ଆରମ୍ଭ ମଧ୍ୟ ହୋଇନାହିଁ। ତେବେ ନୂଆଗଁା ବ୍ଲକ ମିଶନ ଶକ୍ତି ସଂଯୋଜକ ଦିଲୀପ କୁମାର ନାୟକଙ୍କ ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ନୂଆଗାଁ, ସିଙ୍ଗାରପଲ୍ଲୀ, ବାହାଡାଝୋଲା, ବଡ଼ଗୋଠ, ଖଣ୍ଡୁଗାଁ, ଜାକେଡ଼ା, କାପ୍ତାପଲ୍ଲୀ, ହରିପୁର, ବେରୁହଁାବାରୀ, ମାଇଛେଳି, ଗାତେରୀ, ମହୀପୁର, ଚାହାଳୀ, ପାରାଢ଼ିପି ଓ ସିକ୍ରିଡ଼ା ୧୫ଟି ମିଶନ ଶକ୍ତି ଗୃହକୁ ମିଶନ୍‌ ଶକ୍ତି ବିଭାଗକୁ ହସ୍ତାନ୍ତର କରାଯାଇଛି। କିନ୍ତୁ ଗାଁ  ଓ ପରିତାପର ବିଷୟ ୧୫ଟି ମଧ୍ୟରୁ କେବଳ କାପ୍ତାପଲ୍ଲୀ ମିଶନ ଶକ୍ତି ଗୃହରେ ପାଣିର ବ୍ୟବସ୍ଥା କରାଯାଇଛି। ଅନ୍ୟ କୌଣସି ଗୃହରେ ପାଣିର ବ୍ୟବସ୍ଥା ଏ ପର୍ଯ୍ୟନ୍ତ କରାଯାଇନାହିଁ। ଫଳରେ ତାହା ବ୍ୟବହାର ଉପଯୋଗୀ ହୋଇପାରୁନାହିଁ। ଅନ୍ୟ ୬ଟି ଗୃହର ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଉଦୟପୁର ପଞ୍ଚାୟତରେ ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇନାହିଁ। ଅନେକ ପଞ୍ଚାୟତରେ ଗୃହ ନିର୍ମାଣ କାର୍ଯ୍ୟ ଶେଷ ହେବାର ଦୀର୍ଘ ଏକ ବର୍ଷ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ସେସବୁ ବ୍ୟବହାର ଅନୁପଯୋଗୀ ହୋଇ ପଡ଼ି ରହିଛି। ଗୋଟିଏ ପଟେ ଅର୍ଥ ବ୍ୟୟ କରି ଗୃହ ନିର୍ମାଣ ଅନ୍ୟପକ୍ଷେ ଗୃହ କାର୍ଯ୍ୟରେ ନ ଲାଗିବା ଘଟଣା ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ଓ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବାର ବ୍ୟବସ୍ଥା ପ୍ରତି ଉପହାସ କରୁଥିବା ବୁଦ୍ଧିଜୀବୀମାନେ କହିଛନ୍ତି। ଏ ସମ୍ପର୍କରେ ନୂଗାଁଡିଓ ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରେ ଏ ବିଷୟରେ ବୁଝି ଜଣାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri