ବିନା ସୂଚନାଫଳକରେ ଲକ୍ଷାଧିକ ଟଙ୍କାର ମିଶନ ଶକ୍ତି ଗୃହ ନିର୍ମାଣ

ଡୁଙ୍ଗୁରୁପାଲି,୧୨ା୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ କାର୍ଯ୍ୟାଳୟ ପଛପଟରେ ତଥା କୋର୍ଟ ପରିସରରେ ଥିବା ଲକ୍ଷାଧିକ ଟଙ୍କାର ଗୃହ ନିର୍ମାଣ କାମ ବିନା ସୂଚନା ଫଳକରେ ଚାଲିଛି।

ସୂଚନାନୁସାରେ, ରାଜ୍ୟ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ମହିଳା ସଶକ୍ତିକରଣ ତଥା ଏସ୍‌ଏଚ୍‌ଜି ମହିଳା, ମିଶନ ଶକ୍ତିଙ୍କ ପାଇଁ ଜିଲାର ପ୍ରତି ବ୍ଲକରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଟଙ୍କା ମଞ୍ଜୁର କରି ପ୍ରତି ବ୍ଲକରେ ୫୦ ଲକ୍ଷ ଟଙ୍କା ବ୍ୟୟରେ ଗୃହ ନିର୍ମାଣ କାମ ଚାଲିଛି। ହେଲେ ଡୁଙ୍ଗୁରିପାଲି ବ୍ଳକ କାର୍ଯ୍ୟାଳୟ ପଛପଟରେ ତଥା ଗ୍ରାମ୍ୟ ନ୍ୟାୟାଳୟ କୋର୍ଟ ପରିସରରେ ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ଚାଲିଛ। ବର୍ତ୍ତମାନ ଛାତ ପର୍ଯ୍ୟନ୍ତ କାମ ସରିଥିବା ବେଳେ ଉକ୍ତ ଗୃହ ନିର୍ମାଣ କାର୍ଯ୍ୟ କେତେ ଟଙ୍କାର, କେବେ ଆରମ୍ଭ କେବେ ଶେଷ,ତାହା ଜନସାଧାରଣ ଜାଣିପାରୁ ନାହାନ୍ତି । ଗୃହ ନିର୍ମାଣ କାର୍ଯ୍ୟ କରିବା ଆଗରୁ ପ୍ରଥମେ ଉକ୍ତ ସ୍ଥାନରେ ସୂଚନାଫଳକ ଲଗାଯିବା ନିୟମ ରହିଛି। ବ୍ଲକ କାର୍ଯ୍ୟାଳୟ ପଛପଟେ
ନିର୍ମାଣ କରାଯାଉଥିବା ଏହି ମିଶନ ଶକ୍ତି ଗୃହ କେବେ ସରିବ ଜନସାଧାରଣଙ୍କୁ ଅନ୍ଧାରରେ ବାଡ଼ି ବୁଲାଇଲା ପରି ଦୀପତଳ ଅନ୍ଧାର କରିଛି ପ୍ରଶାସନ। ଉକ୍ତ ମିଶନ ଶକ୍ତି ଗୃହ କାର୍ଯ୍ୟକୁ ନେଇ ସୂଚନାଫଳକ ନ ଥିବାରୁ
ତାହା କେବେ ସମ୍ପୂର୍ଣ୍ଣ ହେବ ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଏ ନେଇ ସୁବର୍ଣ୍ଣପୁର ଜିଲା ପୂର୍ତ୍ତ ବିଭାଗ ଯନ୍ତ୍ରୀ ରାକେଶ ରଞ୍ଜନ ବେହେରାଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ନ ଉଠାଇବାରୁ ଅଧିକ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri