୩୦ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କଲା ମିଶନ ଶକ୍ତି

ଭୁବନେଶ୍ୱର,୧୪ ।୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ହର୍‌ ଘର୍‌ ତ୍ରିରଙ୍ଗା ଅଭିଯାନ ଜୋରଦାର ହେବାରେ ଲାଗିଛି। ଅଗଷ୍ଟ ୧୩ରୁ ୧୫ ମଧ୍ୟରେ ସମସ୍ତ ଘର ଏବଂ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଉଛି। ଶନିବାର ମିଶନ ଶକ୍ତି ସ୍ବୟଂ ସହାୟକ ଓ ଉତ୍ପାଦକ ଗୋଷ୍ଠୀର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ହାତ ତିଆରି ଜାତୀୟ ପତାକା ପ୍ରଦାନ କରିବା ସହ ସେମାନଙ୍କ ଉପରେ ଭରସା ରଖି ଏଭଳି ଏକ ବିଶାଳ ଦାୟିତ୍ୱ ପ୍ରଦାନ କରିଥିବାରୁ କୃତଜ୍ଞତା ଜଣାଇଛନ୍ତି। ୭୬ତମ ସ୍ବାଧୀନତା ଦିବସ ଅବସରରେ ରାଜ୍ୟର ସମସ୍ତ ସରକାରୀ, ଘରୋଇ ଅନୁଷ୍ଠାନ, ସଂସ୍ଥା ଆଦିରେ ଜାତୀୟ ପତାକା ଉଡ଼ିବ। ମିଶନ ଶକ୍ତି ସଦସ୍ୟାମାନଙ୍କ ଦ୍ୱାରା ପ୍ରସ୍ତୁତ ଏବଂ ଯୋଗାଇ ଦିଆଯାଇଥିବା ଜାତୀୟ ପତାକା ସମ୍ପୂର୍ଣ୍ଣ ସ୍ବତନ୍ତ୍ର। ଏଥିରେ ସେମାନଙ୍କ ନିଷ୍ଠା, ଆନ୍ତରିକତା ଏବଂ ପର୍ଯ୍ୟାପ୍ତ ଶ୍ରଦ୍ଧା ଭରିରହିଛି ବୋଲି ସଦସ୍ୟାମାନେ କହିଛନ୍ତି।
ଓଡ଼ିଶାରେ ମିଶନ ଶକ୍ତି ସଦସ୍ୟାମାନଙ୍କ ଔଦ୍ୟୋଗିକ ସାମର୍ଥ୍ୟ ଉପରେ ସମ୍ପୂର୍ଣ୍ଣ ଆସ୍ଥା ପ୍ରକଟ କରିବା ସହ ସେମାନଙ୍କ ପାଖରେ ଥିବା ସିଲାଇ ୟୁନିଟଗୁଡ଼ିକର ପୂର୍ଣ୍ଣ ଉପଯୋଗ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ସିଲାଇ କରିବାର ଗୁରୁଦାୟିତ୍ୱ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ଗ୍ରାମ ଏବଂ ସହରରେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଗୋଷ୍ଠୀ ସଂଗଠିତ ହୋଇପାରିଛନ୍ତି। ଅଗଷ୍ଟ ୧୦ ତାରିଖ ସୁଦ୍ଧା ଏହି ସଦସ୍ୟାମାନଙ୍କ ଦ୍ୱାରା ତିଆରି ହୋଇଥିବା ପତାକାଗୁଡ଼ିକ ପ୍ରତ୍ୟେକ ଜିଲାରୁ ସଂଗୃହୀତ ହୋଇ ବଣ୍ଟନ ଆରମ୍ଭ କରାଯାଇଥିଲା। ପତାକା ତିଆରିର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଥିବା ବେଳେ ଏହି ତ୍ରିରଙ୍ଗାଗୁଡ଼ିକ ଜିଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ବିନା ଦେୟରେ ବଣ୍ଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri