ମିଶନ ଶକ୍ତି ପୁନର୍ଗଠନ ବିଜ୍ଞପ୍ତିରେ ଲାଗିଲା ରୋକ

ପାଟଣା, ୨୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ବୈତରଣୀ ମିଶନ ଶକ୍ତି ଫେଡରେଶନ ପକ୍ଷରୁ କାର୍ଯ୍ୟରତ ମହିଳାମାନେ ସରକାରଙ୍କ ଜାନୁୟାରୀ ୨୨ର ବିଜ୍ଞପ୍ତି ବିରୋଧରେ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ। ସୂଚନା ଯେ, ଏହି ବିଜ୍ଞପ୍ତିର ଜିଲାଠାରୁ ପଞ୍ଚାୟତ ଯାଏ ବିଭିନ୍ନ କମିଟିର ପୁନର୍ଗଠନ ପାଇଁ ବିଜ୍ଞପ୍ତି ବାହାରିଥିଲା। ଏଥିରେ ନିର୍ଦ୍ଦେଶ ଥିଲା ୨ଥରରୁ ଅଧିକ ସମୟ ଧରି ଥିବା କାର୍ଯ୍ୟକାରୀ ସଦସ୍ୟ ପଦରେ ରହିପାରିବେନି ବୋଲି ଉଲ୍ଲେଖ ଥିଲା। ଏଥିସହ ଗୋଟିଏ ପରିବାରର ୨ ସଦସ୍ୟ ମଧ୍ୟ କମିଟିରେ ରହିପାରିବେନି କଟକଣା ଥିଲା । ଏହି ବିଜ୍ଞପ୍ତି ବିରୋଧରେ କେନ୍ଦୁଝର ବୈତରଣୀ ମିଶନ ଶକ୍ତି ଫେଡରେଶନ ପକ୍ଷରୁ କୋର୍ଟର ଦ୍ବାରସ୍ଥ ହୋଇ ଥିଲେ । ମିଶନ ଶକ୍ତି ଫେଡରେଶନ ପକ୍ଷରୁ ଏହି ମାମଲାକୁ ଆଇନଜୀବି ଆରକେ ମହାନ୍ତ ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କ କୋର୍ଟରେ ମାମଲା ଦାୟର କରିଥିଲେ। ଜଷ୍ଟିସ ମିଶ୍ର ହାଇକୋର୍ଟ ଅର୍ଡର ଡ ବ୍ଲୁପି(ସି)୧୦୪୬୭ ଓଏଲଏ ୬୩୨୬ରେ ମଧ୍ୟବର୍ତ୍ତୀକାଳୀନ ରହିତାଦେଶ ଜାରି କରି ପରବର୍ତ୍ତୀ ଶୁଣାଣି ମେ ୧୫କୁ ଧାର୍ଯ୍ୟ କରିଛନ୍ତି। ଫଳରେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ପୁନର୍ଗଠନ ସଂପର୍କିତ ବିଜ୍ଞପ୍ତି ଉପରେ କିଛିଦିନ ପାଇଁ ଲାଗିଛି ଅଙ୍କୁଶ। ରହିତାଦେଶ ସଂପର୍କରେ ରାଜ୍ୟ ସରକାର ଓ ମିଶନ ଶକ୍ତି ସଚିବଙ୍କୁ ହାଇକୋର୍ଟ ନୋଟିସ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri