ରାଜ୍ୟ ବଜେଟରେ ‘ମିଶନ ଶକ୍ତି ସ୍କୁଟର ଯୋଜନା’: ହୋଇଛି ୫୦ କୋଟିର ବ୍ୟୟବରାଦ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨ ଲକ୍ଷ ୩୦ ହଜାର କୋଟିର ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ମିଶନ ଶକ୍ତି ବିଭାଗ ପାଇଁ ୨୫୫୪ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ବିଶେଷକରି ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟିର ବ୍ୟୟବରାଦ ହୋଇଛି। ତଦନୁଯାୟୀ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌, ଇସି ସଦସ୍ୟାଙ୍କୁ ଇଲେକ୍ଟ୍ରିକ୍‌ ସ୍କୁଟର ସହାୟତା ଦିଆଯିବ। ସ୍କୁଟର କ୍ରୟ ପାଇଁ ନିଆଯାଇଥିବା ବ୍ୟାଙ୍କ ଋଣ ଉପରେ ସୁଧ ଛାଡ଼ ହେବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି।